Posted inଖେଳ

ମୁମ୍ବାଇର ଅପେକ୍ଷା ଜାରି

ମୁମ୍ବାଇ,୨୪।୪: ସ୍ଥାନୀୟ ଓ୍ବାଙ୍ଖ୍‌ଡେ ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ମ୍ୟାଚରେ ମୁମ୍ବାଇ ଇଣ୍ଡିଆନ୍ସକୁ ୩୬ ରନ୍‌ରେ ହରାଇ ଦେଇଛି ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ। ଅଧିନାୟକ ଲୋକେଶ ରାହୁଲଙ୍କ ଅପରାଜିତ ୧୦୩ ରନ୍‌ର ଶତକୀୟ ଇନିଂସ୍‌ ଯୋଗୁ ଲକ୍ଷ୍ନୌ ୨୦ ଓଭରରେ ୬ ଉଇକେଟ ହରାଇ ୧୬୮ ରନ୍‌ କରିଛି। ଜବାବରେ ମୁମ୍ବାଇ ଇଣ୍ଡିଆନ୍ସ ଶେଷ ପର୍ଯ୍ୟନ୍ତ ଖେଳି ୮ ଉଇକେଟ ହରାଇ ୧୩୨ ରନ୍‌ କରିବାକୁ ସକ୍ଷମ ହୋଇଥିଲା। ୫ଥର ଚାମ୍ପିୟନ ମୁମ୍ବାଇର ଏହା କ୍ରମାଗତ ଅଷ୍ଟମ ପରାଜୟ। ଦଳ ଏବେ ବି ଖାତା ଖୋଲିବା ଅପେକ୍ଷାରେ ରହିଛି। ଅନ୍ୟପକ୍ଷେ ବିଜୟ ସହ ଲକ୍ଷ୍ନୌ ପଏଣ୍ଟ ଟେବୁଲରେ ୪ର୍ଥ ସ୍ଥାନକୁ ଉଠିଛି।

ଟସ୍‌ ହାରି ପ୍ରଥମେ ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଲକ୍ଷ୍ନୌ ଦଳ ପକ୍ଷରୁ ଅଧିନାୟକ ଲୋକେଶ ରାହୁଲଙ୍କୁ ଛାଡ଼ିଦେଲେ ଅନ୍ୟ କୌଣସି ବ୍ୟାଟର ଅଧିକ ସମୟ କ୍ରିଜରେ ତିଷ୍ଠିପାରି ନ ଥିଲେ। ରାହୁଲ ୬୨ ବଲ୍‌ରେ ୧୨ ଚୌକା ଓ ୪ ଛକା ସହ ୧୦୩ ରନକରି ଅପରାଜିତ ରହିଥିଲେ। ଚଳିତ ସିଜନରେ ଏହା ତାଙ୍କର ଦ୍ୱିତୀୟ ଓ ଆଇପିଏଲରେ ଚତୁର୍ଥ ଶତକ। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଏହାଥିଲା ତାଙ୍କର ତୃତୀୟ ଶତକ। ଆଇପିଏଲ୍‌ରେ କୌଣସି ଗୋଟିଏ ଦଳ ବିପକ୍ଷରେ ୩ ଶତକ ହାସଲ କରିବାରେ ରାହୁଲ ପ୍ରଥମ। ମୁମ୍ବାଇ ପକ୍ଷରୁ କିରନ ପୋଲାର୍ଡ ଓ ରିଲେ ମେରେଡିଥ ୨ ଲେଖାଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

T20 ବିଶ୍ୱକପ୍‌ରୁ ପାକିସ୍ତାନର ବିଦାୟ: ମ୍ୟାଚ୍‌ ଜିତି ମଧ୍ୟ ସେମିଫାଇନାଲରୁ ବାହାର, ଏମିତି ବିଗିଡ଼ି ଗଲା…

ନୂଆଦିଲ୍ଲୀ,୨୮।୨: ପାକିସ୍ତାନ କ୍ରିକେଟ ଦଳ ପାଇଁ ଟି-୨୦ ବିଶ୍ୱକପ ୨୦୨୬ର ଯାତ୍ରା ଶେଷ ହୋଇଛି। ସୁପର-୮ ର ନିଜର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ…

ଇସ୍ରାଏଲ ଆକ୍ରମଣରେ ଇରାନର ପ୍ରତିରକ୍ଷା ମନ୍ତ୍ରୀ-କମାଣ୍ଡର ମୃତ! ରିପୋର୍ଟରେ ବଡ଼ ଦାବି

ତେହରାନ,୨୮।୨: ଇରାନ ଓ ଇସ୍ରାଏଲ ମଧ୍ୟରେ ଜାରି ରହିଥିବା ଭୟଙ୍କର ଯୁଦ୍ଧ ଯୋଗୁ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଖବର ସଂସ୍ଥା ରଏଟର୍ସ ପକ୍ଷରୁ ମିଳିଥିବା…

ରଣ୍‌ଜୀ ଟ୍ରଫି ଜିତିଲା ଜମ୍ମୁ କଶ୍ମୀର, ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

ହୁବଲି,୨୮ା୨: ଜମ୍ମୁ କଶ୍ମୀର ଶନିବାର ପ୍ରଥମ ଥର ପାଇଁ ରଣ୍‌ଜୀ ଟ୍ରଫି ଜିତି ଭାରତୀୟ କ୍ରିକେଟରେ ନୂଆ ଇତିହାସ ସୃଷ୍ଟି କରିଛି। ସ୍ଥାନୀୟ କେଏସ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା…

ଚିହିଁକି ଉଠିଲା ଇରାନ, UAE ସମେତ ଏହି ୮ ଦେଶ ଉପରେ କ୍ଷେପଣାସ୍ତ୍ର ମାଡ଼, ଆମେରିକୀୟ ଘାଟିରୁ…

ତେହରାନ,୨୮।୨: ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଇରାନ ଏବେ ପାଲଟା ଜବାବ ଦେଇ ଯୁଦ୍ଧ ଘୋଷଣା କରିଛି। ଶନିବାର ଇରାନ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ବିଜେଡିରୁ ବହିଷ୍କାର ପରେ ପ୍ରତିକ୍ରିୟା ରଖିଲେ ପ୍ରଭାତ, କହିଲେ…

ଭୁବନେଶ୍ୱର,୨୮।୨: ବିଶୃଙ୍ଖଳା ଏବଂ ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ନେତା ତଥା ଚୌଦ୍ବାର-କଟକର ପୂର୍ବତନ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ବାଳଙ୍କୁ ଶନିବାର ଦଳରୁ ବହିଷ୍କୃତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri