Posted inଖେଳ

ଲକ୍ଷ୍ନୌକୁ ଜିତାଇଲେ ପୁରନ୍‌-ମାର୍ଶ

ହାଇଦ୍ରାବାଦ,୨୭ା୩: ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମ ଗୁରୁବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (ଏଲ୍‌ଏସ୍‌ଜି) ୫ ଉଇକେଟରେ ସନରାଇଜର୍ସ ହାଇଦ୍ରବାଦ (ଏସ୍‌ଆରଏଚ୍‌)କୁ ପରାସ୍ତ କରିଛି। ଚଳିତ ସିଜନରେ ଏହା ଲକ୍ଷ୍ନୌର ପ୍ରଥମ ବିଜୟ। ହାଇଦ୍ରାବାଦର ୧୯୧ ରନ୍‌ର ଟାର୍ଗେଟକୁ ଲକ୍ଷ୍ନୌ ୧୬.୧ ଓଭରରେ ୫ ଉଇକେଟ ହରାଇ ହାସଲ କରି ନେଇଥିଲା।

ଅଧିନାୟକ ରିଷଭ ପନ୍ତ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ହାଇଦ୍ରାବାଦ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୯୦ ରନ କରିବାକୁ ସକ୍ଷମ ହୋଇଥିଲା।

ଦଳ ପକ୍ଷରୁ ଟ୍ରାଭିସ ହେଡ ୫ ଚୌକା ଓ ୩ ଛକା ସହିତ ସର୍ବାଧିକ ୪୭, ଅନିକେତ ବର୍ମା ୫ ଛକା ସହିତ ୩୬, ନୀତିଶ ରେଡ୍ଡୀ ୨ ଚୌକା ସହିତ ୩୨, ହେନରିଚ କ୍ଲାସେନ ୨ ଚୌକା ଓ ୧ ଛକା ସହିତ ୨୬, ଅଧିନାୟକ ପ୍ୟାଟ କୁମିନ୍ସ ୩ ଛକା ସହ ୧୮ ରନ କରିଥିଲେ। ହାଇଦ୍ରାବାଦ ପକ୍ଷରୁ ଶାର୍ଦ୍ଦୂଳ ଠାକୁର ସର୍ବାଧିକ ୪ ଉଇକେଟ ନେଇଥିବାବେଳେ ଦିଗଭେଶ ରାଠି, ଆଭେଶ ଖାନ, ରବି ବିଷ୍ଣୋଇ ଓ ପ୍ରିନ୍ସ ଯାଦବ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।

ଜବାବରେ ଲକ୍ଷ୍ନୌ ଆରମ୍ଭରୁ ଏଡେନ ମାରକ୍ରାମଙ୍କ ଉଇକେଟ ହରାଇଥିଲା। ଅନ୍ୟତମ ଓପନର ମିଚେଲ ମାର୍ଶଙ୍କ ସହ ମିଶି ନିକୋଲସ ପୁରନ ଦ୍ୱିତୀୟ ଉଇକେଟରେ ୭.୧ ଓଭରରେ ୧୧୬ ରନ୍‌ ଯୋଡ଼ି ଦଳର ବିଜୟ ନିଶ୍ଚିତ କରିଥିଲେ।

ପୁରନ ୨୬ ବଲରେ ୬ ଲେଖାଏ ଚୌକା ଓ ଛକା ସହିତ ୭୦ ରନ କରି ଆଉଟ୍‌ ହୋଇଥିବା ବେଳେ ମାର୍ଶ ୭ ଚୌକା ଓ ୨ ଛକା ସହିତ ୫୨ ରନ୍‌ କରି ପାଭିଲିଅନ ଫେରିଥିଲେ। ଦୁହିଁିଙ୍କୁ ହାଇଦ୍ରାବାଦ ଦଳର ଅଧିନାୟକ କୁମିନ୍ସ ଆଉଟ କରିଥିଲେ। ଲକ୍ଷ୍ନୌ ଅଧିନାୟକ ରିଷଭ ପନ୍ତ ପୂର୍ବ ମ୍ୟାଚ ଭଳି ଏଥର ମଧ୍ୟ ବିଫଳ ହୋଇଥିଲେ। ସେ ୧୫ ରନ୍‌ କରି ଆଉଟ ହୋଇଥିଲେ। ଏହାପରେ ଅବଦୁଲ ସମଦ ୨୨ ଓ ଡେଭିଡ ମିଲର ୧୩ ରନ କରି ଅପରାଜିତ ରହି ଦଳକୁ ବିଜୟ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri