Posted inଖେଳ

ଛକା ମାରି ଲକ୍ଷ୍ନୌକୁ ଜିତାଇଲେ

ମୁମ୍ବାଇ,୭।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ୧୫ତମ ମ୍ୟାଚରେ ଦିଲ୍ଲୀକୁ ୬ ଉଇକେଟରେ ପରାସ୍ତ କରିଛି ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ। ଚଳିତ ଆଇପିଏଲ୍‌ ସିଜନରେ ଲକ୍ଷ୍ନୌ ତୃତୀୟ ବିଜୟ ସହ ପଏଣ୍ଟ ଟେବୁଲ ତାଲିକାରେ ଦ୍ୱିତୀୟ ସ୍ଥାନରେ ପହଞ୍ଚିଛି।

ଲକ୍ଷ୍ନୌ ସୁପର ଜିଆଣ୍ଟ୍ସ ଅଧିନାୟକ ଲୋକେଶ ରାହୁଲ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଏହାକୁ ସଠିକ୍‌ ପ୍ରମାଣ କରିଥିଲେ ବୋଲର। ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଦିଲ୍ଲୀ ନିର୍ଦ୍ଧାରିତ ୨୦ ଓଭରରେ ୩ ଉଇକେଟ ହରାଇ ୧୪୯ ରନ୍‌ରେ ଅଟକି ଯାଇଥିଲା। ଫଳରେ ଲକ୍ଷ୍ନୌ ଆଗରେ ବିଜୟ ପାଇଁ ୧୫୦ ରନ୍‌ର ଟାଗେର୍ଟ ରଖିଥିଲା ଦିଲ୍ଲୀ।

ଲକ୍ଷ୍ନୌର ଦୁଇ ଓପନର ଅଧିନାୟକ କେ.ଏଲ୍‌ ରାହୁଲ ଏବଂ କ୍ୱିଣ୍ଟନ ଡି କକ୍‌ ଦଳକୁ ଭଲ ଷ୍ଟାଟ ଦେଇଥିଲେ। ୯.୪ ବଲରେ ରାହୁଲ ଏବଂ ଡି କକ୍‌ ୭୩ ରନ୍‌ ଯୋଡିଥିଲେ। ରାହୁଲ ୨୫ ବଲରେ ୨୪ ରନ୍‌ କରି ପ୍ରଥମ ଉଇକେଟ ଭାବେ କୁଲଦୀପ ଯାଦବଙ୍କ ବଲରେ ଆଉଟ ହୋଇଥିଲେ। ବ୍ୟାଟିଂ କରିବାକୁ ଆସିଥିବା ଇଭିନ ଲୁଇସ ୫ ରନ୍‌ କରି ଆଉଟ ହୋଇଯାଇଥିଲେ। ହେଲେ ଡି କକ୍‌ ଧର୍ଯ୍ୟର ସହ ବ୍ୟାଟିଂ କରି ଦଳକୁ ଆଗକୁ ନେଇଥିଲେ। ସେ ୫୨ବଲ୍‌ରେ ୮୦ରନ୍‌(୯ ଚଉକା ଏବଂ ୨ ଛକା) କରି ଦଳର ବିଜୟ ପଥ ପରିଷ୍କାର କରିଥିଲେ। ଶେଷ ଆଡକୁ ଦୀପକ ହୁଡା ଏବଂ କ୍ରୁନାଲ ପାଣ୍ଡ୍ୟା ଦମ୍‌ଦାର ପ୍ରଦର୍ଶନ କରିଥିବା ବେଳେ ଆୟୁଷ ବଦୋନି ଛକା ମାରି ଲକ୍ଷ୍ନୌକୁ ଜିତାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

କେତେ ବର୍ଷର ହେଲେ ଅଭିଜିତ ଦୀପକେ? ଜନ୍ମଦିନର ଶୁଭେଚ୍ଛା ଜଣାଇ ଆଶୁତୋଷ ରଙ୍କା କହିଲେ…

ନୂଆଦିଲ୍ଲୀ,୨୯।୯: ‘କକରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେଙ୍କୁ ଆଜି ଦେଶ ତଥା ବିଦେଶରୁ ଜନ୍ମଦିନର ଶୁଭେଚ୍ଛା ମିଳୁଛି। CJPର ସହ-ଆବାହକ ତଥା ମୁଖପାତ୍ର ଆଶୁତୋଷ…

କମାଲ କଲେ ନୀରୁ: ଏସିଆନ୍‌ ଗେମ୍ସରେ ନୂଆ ରେକର୍ଡ ସହ ଜିତିରେ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୯।୯: ଏସୀୟ କ୍ରୀଡ଼ାରେ ଭାରତ ପାଇଁ ଆଉ ଏକ ସ୍ବର୍ଣ୍ଣ ପଦକ ଜିତିଛନ୍ତି ନୀରୁ ଧଣ୍ଡା। ମହିଳା ଟ୍ରାପ ଇଭେଣ୍ଟର ଫାଇନାଲ୍‌ରେ ନୀରୁ ୨୮ ପଏଣ୍ଟ ହାସଲ…

ଓରାଙ୍ଗଉଟାନ ପରେ ଅଜଗର; ଚାଲାଣ ବେଳେ ବାଣୀବିହାର ବ୍ରିଜ ଉପରେ ଖସିପଡ଼ିଲା, ଛାନିଆ ଲୋକେ

ଭୁବନେଶ୍ୱର,୨୯।୯(ତ୍ରିନାଥ ମହାନ୍ତି): ବାଣୀବିହାର ଓଭରବ୍ରିଜ ଉପରେ ସୋମବାର ଏକ ବିରାଟ ଅଜଗର ସାପ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ଅଜଗରକୁ ନେଇ ଏବେ ରାଜଧାନୀରେ ଛନକା…

LPG ଠାରୁ ଆରମ୍ଭ କରି UPI-NPS ପର୍ଯ୍ୟନ୍ତ, ଅକ୍ଟୋବର ୧ରୁ ଲାଗୁ ହେବ ବଡ଼ ପରିବର୍ତ୍ତନ! ଆଗୁଆ କରନ୍ତୁ ଏମିତି ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୯।୯: ଅକ୍ଟୋବର ଆରମ୍ଭ ହେବାକୁ ଯାଉଛି, ଯାହା ସହିତ ଉତ୍ସବର ଋତୁ ଏବଂ ଅନେକ ପର୍ବପର୍ବାଣୀ ଆସୁଛି। ତଥାପି, ଏହି ମାସରେ କିଛି ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ମଧ୍ୟ…

ଅନଲକି ଶୁବମନ ଗିଲ୍‌: ଭାରତ ପାଇଁ ଦ୍ରୁତ ଶତକ ହାସଲ କରିବା ସତ୍ତ୍ୱେ…

ନୂଆଦିଲ୍ଲୀ,୨୯।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଦମଦାର ଶତକ ହାସଲ କରିଛନ୍ତି। ଡାହାଣହାତୀ ବ୍ୟାଟର୍‌ ଗିଲ ୧୧୦ ରନ୍‌ର ଚମତ୍କାର ଇନିଂସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?