Posted inଜାତୀୟ

ଅଗଷ୍ଟ ୧୫ ପୂର୍ବରୁ ବଡ଼ ଆକ୍ରମଣ ପାଇଁ ଯୋଜନା କରିଥିଲେ ଆତଙ୍କବାଦୀ

ଲକ୍ଷ୍ନୌ,୧୧।୭: ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଦୁଇ ସନ୍ଦିଗ୍ଧ ଆତଙ୍କବାଦୀଙ୍କୁ ଏଟିଏସ ଗିରଫ କରିଛି। ଗିରଫ ଦୁଇ ଜଣଙ୍କ ଲିଙ୍କ ଆତଙ୍କବାଦୀ ସଙ୍ଗଠନ ଅଲକାଏଦା ଅନସାର୍‌ ଗଜବନ୍‌-ଉଲ୍‌-ହିନ୍ଦ୍‌ ସହ ଜଡିତ ରହିଥିବା ନେଇ କୁହାଯାଉଛି। ଲକ୍ଷ୍ନୌର କାକୋରୀ ଅଞ୍ଚଳରୁ ଏହି ଦୁଇଜଣଙ୍କୁ ଗିରଫ କରାଯାଇଛି। ଏହି ଦୁଇଜଣ ଏକ ଘର ଭିତରେ ଲୁଚି ରହିଥିଲେ। ଏମାନେ ଅଗଷ୍ଟ ୧୫ ପୂର୍ବରୁ ବିଭିନ୍ନ ସହରରେ ବଡ଼ ଆକ୍ରମଣ ଯୋଜନା ରଖିଥିଲେ। ଏହି ସଂଗଠନକୁ ଉମର ନାମକ ଜଣେ ବ୍ୟକ୍ତି ପରିଚାଳନା କରୁଥିଲେ। ଅଲ କାଏଦା ସମର୍ଥିତ ଏହି ଆତଙ୍କବାଦୀ ସଂଗଠନ ପେଶାୱାର ଏବଂ କ୍ୱେଟାରୁ ପରିଚାଳିତ ହେଉଥିଲା ବୋଲି ୟୁପି ଏଡିଜି ପ୍ରଶାନ୍ତ କୁମାର କହିଛନ୍ତି। ସେ କହିଛନ୍ତି ଯେ, ଉମର ଲକ୍ଷ୍ନୌରେ ଜେହାଦୀ ପ୍ରବୃତ୍ତିର ଲୋକଙ୍କୁ ପ୍ରସ୍ତୁତ କରୁଥିଲେ। ମୀନହାଜ ଅହମ୍ମଦ ଏବଂ ମଶିରୁଦ୍ଦିନ ଓରଫ୍‌ ମୁଶିର୍‌ ଏହି ସଂଗଠନର ସଦସ୍ୟ ଅଟନ୍ତି। ଏମାନେ ଅଗଷ୍ଟ ୧୫ ପୂର୍ବରୁ ସହରର ବିଭିନ୍ନ ସ୍ଥାନରେ ବିସ୍ଫୋରଣ କରିବାକୁ ଯୋଜନା କରୁଥିଲେ। ଇନପୁଟ ଆଧାରରେ ମୀନହାଜଙ୍କ ଘରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଉଦ୍ଧାର କରାଯାଇଛି ବୋଲି ଏଡିଜି କହିଛନ୍ତି। ସେ କହିଛନ୍ତି ଯେ ଏହି ଆତଙ୍କବାଦୀଙ୍କ ସହଯୋଗୀଙ୍କୁ ଖୋଜିବା ପାଇଁ ଅନ୍ୟ ସ୍ଥାନରେ ବିଭିନ୍ନ ଦଳ ଉପରେ ଚଢାଉ କରାଯାଉଛି। ପଚରାଉଚରା ବେଳେ ଗିରଫ ଅଭିଯୁକ୍ତମାନେ ସେମାନଙ୍କ ସହଯୋଗୀଙ୍କ ଘରୁ ପଳାଇଥିବା କୁହାଯାଉଛି। ଯାହା ଆଧାରରେ ଏଟିଏସ ଦଳ ଏହି ଅଞ୍ଚଳରେ ଏକ ଯାଞ୍ଚ ଅଭିଯାନ ଚଳାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?