ଅନ୍ତିମ ପର୍ଯ୍ୟାୟ ମତଦାନ: ସନ୍ଧ୍ୟା ୫ଟା ସୁଦ୍ଧା ୟୁପିରେ ୫୪.୧୮% ଭୋଟିଂ

ଲକ୍ଷ୍ନୌ,୭।୩: ଉତ୍ତରପ୍ରଦେଶରେ ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ସୋମବାର ଅନୁଷ୍ଠିତ ହୋଇଛି। ବାରାଣସୀ ସମେତ ଉତ୍ତରପ୍ରଦେଶର ୯ଟି ଜିଲାର ୫୪ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ଜାରି ରହିଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟାରେ ଶେଷ ହେବ। ପ୍ରାୟ ୨ କୋଟିରୁ ଅଧିକ ଭୋଟର ୬୧୩ ପ୍ରାର୍ଥୀଙ୍କ ଭାଗ୍ୟ ସ୍ଥିର କରିବେ। ତେବେ ସନ୍ଧ୍ୟା ୫ଟା ସୁଦ୍ଧା ୟୁପିରେ ୫୪.୧୮ପ୍ରତିଶତ ମତଦାନ ଗ୍ରହଣ କରାଯାଇଥିବା ସୂଚନା ମିଳିଛି। ସେହିପରି ମିର୍ଜାପୁରରେ ୫୪.୯୩ ପ୍ରତିଶତ, ବାରାଣସୀରେ ୫୨.୭୯ ପ୍ରତିଶତ, ଭଦୋହିରେ ୫୪.୨୬ ପ୍ରତିଶତ, ସୋନଭଦ୍ରରେ ୫୬.୯୫ ପ୍ରତିଶତ, ଚନ୍ଦୋଲିରେ ୫୯.୫୯ ପ୍ରତିଶତ, ମଉରେ ୫୫.୦୪ ପ୍ରତିଶତ, ଆଜମଗଢ଼ରେ ୫୨.୩୪ ପ୍ରତିଶତ ଓ ଗାଜିପୁରରେ ୫୩.୬୭ ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି। ଅନ୍ୟପଟେ ଆଜମଗଢ଼ରେ ଏସ୍‌ପି ଓ ଭାଜପା କର୍ମକର୍ତ୍ତାଙ୍କରେ ମଧ୍ୟରେ ହିଂସା ଦେଖାଦେଇଛି। କୌଣସି କଥାକୁ ନେଇ ଦୁଇ ଦଳ ମଧ୍ୟରେ କଥା କଟାକଟି ହୋଇଥିବା ବେଳେ ଏହା ମାରପିଟ୍‌ରେ ଶେଷ ହୋଇଥିଲା। ଘଟଣାସ୍ଥଳରେ ସ୍ଥାନୀୟ ପୋଲିସ ପହଞ୍ଚି ସେମାନଙ୍କୁ ବୁଝାସୁଝା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ଔଷଧ ଦୋକାନରେ ବଡ଼ ଧରଣର ଚଢ଼ାଉ, ଭୟରେ ବେପାରୀ

ନିରାକାରପୁର,୧୦।୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଔଷଧ ଦୋକାନରେ ବେଆଇନ ଭାବେ ଡାକ୍ତରଙ୍କ ବିନା ପ୍ରେସ୍‌କ୍ରିପଶନରେ ନିଶା ବଟିକା ଏବଂ କଫ୍‌ ସିରପ୍‌ ବିକ୍ରି ହେଉଥିବା ଅଭିଯୋଗ ହୋଇଥିଲା। ଅବୈଧ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ପ୍ରଥମେ କାଟିଲେ, ପରେ ଯୋଡ଼ିଲେ

ଭବାନୀପାଟଣା,୧୦ା୧୦(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ରସଂସଦ ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ହୋଇଥିଲା। ଏଥିରେ ବିଭିନ୍ନ ସଂଗଠନ ଯଥା ଅଖିଳ ଭାରତୀୟ…

ମାନସିକ ଅନଗ୍ରସରଙ୍କ ଅଧିକାର: ସେମାନଙ୍କ ପାଇଁ ମୁକ୍ତ ଆଇନ ସହାୟତା

ଦିଗପହଣ୍ଡି, ୧୦|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତାଲୁକ ଆଇନ ସହାୟତା କମିଟି ପକ୍ଷରୁ ଶନିବାର ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଦିଗପହଣ୍ଡି…

ମୃତ୍ୟୁର ଏକ ମାସ ପରେ ହତ୍ୟା ଅଭିଯୋଗ: ମାଟିତଳୁ ଗଳିତ ମୃତଦେହ ଉଦ୍ଧାର କଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୦ା୧୦ (ଅଶ୍ୱିନୀ କୁମାର ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ ପାଣ୍ଡକିପାଲି ଗ୍ରାମରେ ଜଣେ ଶ୍ରମିକଙ୍କ ମୃତ୍ୟୁର ଠିକ୍‌ ଏକ ମାସ ପରେ ଏକ ସାଂଘାତିକ…

ବିଜେଡି ସମର୍ଥିତ ଛାତ୍ରନେତାଙ୍କ ନାମାଙ୍କନ ନାକଚକୁ ନେଇ ଥାନାର ଦ୍ୱାରସ୍ଥ ହେଲା ବିଜେଡି

କେସିଙ୍ଗା, ୧୦/୧୦ (ତୁମେଶ୍ୱର ସାହୁ): ରାଜ୍ୟର ସମସ୍ତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପାଇଁ ଗତକାଲି ନାମାଙ୍କନ ପ୍ରକ୍ରିୟା ଶେଷ ହୋଇଛି। ଏହି କ୍ରମରେ କଳାହାଣ୍ଡି ଜିଲାର…

ପାଇଲଟ ସ୍ମିତ୍‌ ମଚ୍ଛର ଆକ୍ରମଣର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ, ୧୦ା୧୦ : ସେପ୍ଟେମ୍ବର ୩୦ରେ ଫ୍ଲାଇଦୁବାଇ ବିମାନର କକ୍‌ପିଟ ଭିତରେ ଭାରତୀୟ ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛରଙ୍କୁ ହୋଇଥିବା ଆକ୍ରମଣର ତଦନ୍ତ ପାଇଁ ଜାତୀୟ ତଦନ୍ତକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?