ସମସ୍ୟା ଘେରରେ ଲୁହାମୁଣ୍ଡା ସୋସାଇଟି

ବଇଣ୍ଡା, ୩୧।୧(ଡି.ଏନ୍‌.ଏ.) କିଶୋରନଗର ବ୍ଲକ ବଇଣ୍ଡାସ୍ଥିତ ଲୁହାମୁଣ୍ଡା ସେବା ସମବାୟ ସମିତିରେ ସମସ୍ୟା ଲାଗିରହିଛି। ଆବଶ୍ୟକ ମୌଳିକ ସୁବିଧା ଉପଲବ୍ଧ ନ ଥିବାରୁ ଚାଷୀମାନେ ହଇରାଣ ହେଉଛନ୍ତି। ଏହାର ତୁରନ୍ତ ସମାଧାନ ଦାବିରେ ରବିବାର ଭାଜପା କୃଷକ ମୋର୍ଚ୍ଚା ଏବଂ ଅଞ୍ଚଳର ଚାଷୀ ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଛନ୍ତି।
ଲୁହାମୁଣ୍ଡାରେ ସମବାୟ ସମିତି ଉପରେ କିଶୋରନଗର ଏବଂ ଆଠମଲ୍ଲିକ ବ୍ଲକର ୭ ପଞ୍ଚାୟତର ଚାଷୀ ନିର୍ଭରଶୀଳ। ଏହି ପୁରାତନ ସୋସାଇଟିରେ କୃଷି ଋଣ, ବିହନ ଯୋଗାଣ, ସୁଲଭ ଦରରେ ସାର ଯୋଗାଣ ଭଳି ବହୁବିଧ କାର୍ଯ୍ୟ ହେଉଛି। ଅମଳ ଧାନକୁ ଚାଷୀମାନେ ଏଠାରେ ବିକ୍ରି କରିଥାଆନ୍ତି। ତେବେ ଧାନ ସୁରକ୍ଷିତ ଭାବେ ରଖିବା ଲାଗି ଖଳା, ଶୌଚାଳୟ, ବିଶ୍ରାମାଗାର ନ ଥିବାରୁ ଚାଷୀମାନେ ନାହିଁ ନ ଥିବା ସମସ୍ୟା ଭୋଗୁଛନ୍ତି। ସୁରକ୍ଷା ପାଚେରି ନ ଥିବାରୁ ବୁଲାଜନ୍ତୁ ଉପଦ୍ରବ କରୁଛନ୍ତି। ଏସବୁ ଦାବି ପୂରଣ କରିବାକୁ ଭାଜପା କୃଷକ ମୋର୍ଚ୍ଚା ଜିଲା ସାଧାରଣ ସମ୍ପାଦକ ପ୍ରବୀଣ ସାହୁ, ଚାଷୀ ସନ୍ତୋଷ ସାହୁ, ବନମାଳୀ ଧଳ, ବ୍ରଜବନ୍ଧୁ ସାହୁ, ବାପୁନ ସାହୁ, ନରେଶ ଚନ୍ଦ୍ର ସାହୁ ପ୍ରମୁଖ ଏକ ପ୍ରତିନିଧି ଦଳ ସୋସାଇଟିର ସହ ସମ୍ପାଦକ ଅଶୋକ କୁମାର ସାହୁଙ୍କ ଜରିଆରେ ଜିଲାପାଳଙ୍କୁ ଦାବିପତ୍ର ଦେଇଛନ୍ତି। ଅପରପକ୍ଷେ ଚାଷୀଙ୍କ ଦାବି ସମ୍ପର୍କରେ ଜିଲା ପ୍ରଶାସନକୁ ଅବଗତ କରାଯିବ ବୋଲି ସୋସାଇଟି ସହ ସମ୍ପାଦକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

ଗୋଡ଼ ମଧ୍ୟରେ ଲୁଚାଇ ନେଇଗଲେ ୭ ଲକ୍ଷ ଟଙ୍କାର ଶାଢ଼ି, ସିସିଟିଭିରେ କଏଦ ଲୁଟ୍‌ର କୌଶଳ…

ଅନୁଗୋଳ,୧୩।୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଅମଲାପଡ଼ା ଅଞ୍ଚଳରେ ଥିବା ବୟନିକା ଶୋ’ରୁମ୍‌ରୁ ଏକ ବଡ଼ ଧରଣର ଚୋରି ହୋଇଛି। ଗ୍ରାହକ ବେଶରେ ଆସିଥିବା ୭ ଜଣ ମହିଳା…

ଆମ୍ବ ଗୋଟାଉଥିବା ନାବାଳିକାଙ୍କୁ ବଳାତ୍କାର କଲେ ୧୪ ବର୍ଷର ନାବାଳକ, ଘଟଣା ବିଷୟରେ କାହାକୁ କହିଲେ…

ଅନୁଗୋଳ, ୪ା୪(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ସହର ଉପକଣ୍ଠରେ ଗତ ବୁଧବାର ଘଟିଛି ଏକ ଲଜ୍ଜାଜନକ ଘଟଣା। ୭ ବର୍ଷର ଜଣେ ନାବାଳିକାଙ୍କୁ ୧୪ ବର୍ଷର ନାବାଳକ ବଳାତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri