ବଢ଼ି ଚାଲିଛି ‘ଲମ୍ପି’ ସଂକ୍ରମଣ

ଆରଡ଼ି, ୧୦।୧୨ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସୁନ୍ଦରପୁର, ଓଳଗ, ଆରଡ଼ି ଓ ନାନ୍ଦପୁର ପଞ୍ଚାୟତରେ ଗୋରୁମାନେ ‘ଲମ୍ପି ରୋଗରେ ଆକ୍ରାନ୍ତ ହୋଇଛନ୍ତି। ୪ ପଞ୍ଚାୟତରେ ୫୦ରୁ ଅଧିକ ଗୋରୁ ଏହି ରୋଗରେ ସଂକ୍ରମିତ ହୋଇଥିବା ବେଳେ ସୁନ୍ଦରପୁର ପ୍ରାଣୀଧନ ଚିକିତ୍ସା କେନ୍ଦ୍ରରେ ଚିକିତ୍ସା ପାଇଁ କୌଣସି ବ୍ୟବସ୍ଥା ନ ଥିବାରୁ ଲୋକେ ଅର୍ଥ ଖର୍ଚ୍ଚ କରି ଘରୋଇ ଚିକିତ୍ସା କରାଉଛନ୍ତି। କୌଣସି ପ୍ରତିଷେଧକ ବ୍ୟବସ୍ଥା ନ ଥିବାରୁ ସଂକ୍ରମଣ ହାର ବଢ଼ି ଚାଲିଛି। ଦୁହଁାଳିଆ ଗାଈ ଏହି ରୋଗର ଶିକାର ହେବାରୁ ବାଛୁରୀ ମଧ୍ୟ ସଂକ୍ରମିତ ହେଉଛନ୍ତି। ଏଥିରେ ଆକ୍ରାନ୍ତ ଗୋରୁ ପ୍ରାୟ ୧୦ଦିନ ପର୍ଯ୍ୟନ୍ତ କଷ୍ଟ ଭୋଗୁଛନ୍ତି। ଆକ୍ରାନ୍ତ ଗୋରୁଙ୍କ ଗୋଡ଼ ଫୁଲିଯିବା, ଦେହର ତାପମାତ୍ରା ବୃଦ୍ଧି ପାଇବା, ଦେହସାରା ଚକଡ଼ା ଚକଡ଼ା ପରି ଘା’ ସୃଷ୍ଟି ହେବା, ସେଥିରୁ ପୂଜ ବାହାରିବା ଆଦି ଲକ୍ଷଣ ଦେଖା ଦେଉଛି। ଗୋରୁମାନେ ନିସ୍ତେଜ ରହିବା ସହ ଖାଦ୍ୟ ଖାଇବା ମଧ୍ୟ କମାଇ ଦେଉଛନ୍ତି। ଚିକିତ୍ସା ପ୍ରଣାଳୀ ଏଯାଏ ବାହାରି ନ ଥିବା ପ୍ରାଣୀଧନ ଚିକିତ୍ସାଧିକାରୀ କହୁଛନ୍ତି।
ଗର୍ଭିଣୀ ଗାଈଙ୍କୁ ଇଞ୍ଜେକ୍ସନ ଦିଆ ନ ଯିବାରୁ ମରିଯିବା ଆଶଙ୍କା ଉପୁଜିଛି। ଏଭଳି ସ୍ଥିତିରେ ଗୋରୁମାନଙ୍କୁ ଟିକାକରଣ କରାଇବାକୁ ୪ ପଞ୍ଚାୟତର ଲୋକେ ଦାବି କରିଛନ୍ତି। ଏଥିସହ ଲମ୍ପି ରୋଗରେ ଆକ୍ରାନ୍ତ ଗୋରୁଙ୍କ ଚିକିତ୍ସା ମାଗଣାରେ କରାଯିବାକୁ ଦାବି କରିଛନ୍ତି ଗୋପାଳକମାନେ। ଏ ସମ୍ପର୍କରେ ଜିଲା ପ୍ରାଣୀଧନ ଚିକିତ୍ସାଧିକାରୀ ଶୁଭେନ୍ଦୁ ମିଶ୍ରଙ୍କୁ ପଚାରିବାରୁ ଯଥାଶୀଘ୍ର ପ୍ରତିଷେଧକ ବ୍ୟବସ୍ଥା ଗ୍ରହଣ କରାଯାଇ ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

EPF ଖାତାଧାରୀଙ୍କ ପାଇଁ ବଡ଼ ଖବର! ୧୮୦୦ରୁ ଅଧିକ ଜମା ଆଉ ବାଧ୍ୟତାମୂଳକ ନୁହେଁ

ନୂଆଦିଲ୍ଲୀ,୩।୭: ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରଣାଳୟ ନୂତନ କର୍ମଚାରୀ ଭବିଷ୍ୟନିଧି ପାଣ୍ଠି (EPF) ଯୋଜନା-୨୦୨୬ ଅଧୀନରେ ୧୫,୦୦୦ ମାସିକ ମଜୁରୀ ସୀମା ଅତିକ୍ରମ କରିବାକୁ ସ୍ୱେଚ୍ଛାକୃତ କରିଛି।…

ଛାତିଥରା ଦୁର୍ଘଟଣା; ଭାରସାମ୍ୟ ହରାଇ ଘାଇକୁ ଖସିଲା ବସ୍, ୪୦ମୃତ

ଇସଲାମବାଦ୍,୩ା୭: ଶୁକ୍ରବାର ସକାଳେ ପାକିସ୍ତାନର ଦକ୍ଷିଣ-ପଶ୍ଚିମ ଭାଗରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ଅତି କମରେ ୪୦ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ…

ପୋଷ୍ଟ ଅଫିସ୍‌ର ଏହି ସ୍କିମ୍‌ରେ ନିବେଶ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି: କେବଳ ସୁଧରେ ହିଁ ହୋଇଯାଏ ଲକ୍ଷ ଲକ୍ଷ ଟଙ୍କା ରୋଜଗାର

ନୂଆଦିଲ୍ଲୀ,୩।୭: ସୁରକ୍ଷିତ ଭବିଷ୍ୟତ ପାଇଁ ସଠିକ ସମୟରେ ସଠିକ ସ୍ଥାନରେ ଟଙ୍କା ନିବେଶ କରିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ନିଶ୍ଚିତ କରେ ଯେ, ଆପଣଙ୍କୁ ଆର୍ଥିକ ଜରୁରୀକାଳୀନ…

ପୁଣି ବଢ଼ିଲା ନବୀନ-ପାଣ୍ଡିଆନଙ୍କ ଅଡୁଆ, ହେଲିକପ୍ଟରରେ ବୁଲିଛନ୍ତି ଏତିକି ଥର, କୋର୍ଟଙ୍କ ସମନ ପରେ…

ଭୁବନେଶ୍ୱର,୩ା୭: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ କାର୍ତ୍ତିକ ପାଣ୍ଡିଆନଙ୍କ ଅଡୁଆ ପୁଣି ବଢ଼ିଛି। ହେଲିକପ୍ଟରରେ ବୁଲା ଖର୍ଚ୍ଚ ମାମଲାରେ ଖୋର୍ଦ୍ଧା ଜିଲା…

IND vs ENG 2nd T20I Playing-11: ସଞ୍ଜୁ ସାମସନଙ୍କ ଛୁଟି, ବୈଭବ ସୂର୍ଯ୍ୟବଂଶୀଙ୍କ ଏଣ୍ଟ୍ରି ନିଶ୍ଚିତ, ଇଶାନ କିଶନଙ୍କୁ ମିଳିବ ଆଉ ଏକ ସୁଯୋଗ!

ନୂଆଦିଲ୍ଲୀ,୩।୭: ସମସ୍ତେ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ଆୟରଲ୍ୟାଣ୍ଡ ବିପକ୍ଷ ଦୁଇଟି ମ୍ୟାଚରେ ତାଙ୍କୁ ସୁଯୋଗ ମିଳିନଥିଲା। ଇଂଲଣ୍ଡ ବିପକ୍ଷ ପ୍ରଥମ…

ଏଣିକି ୧୨୫ ଦିନ ମିଳିବ କାମ: ନୂଆ ଯୋଜନାକୁ ନେଇ ଉତ୍ସାହିତ ଶ୍ରମିକ

ଭଞ୍ଜନଗର,୩।୭(ବାବୁଲା ପ୍ରଧାନ): ଜୁଲାଇ ୧ ତାରିଖରୁ ଭି.ବି-ଜୀ ରାମ ଜୀ ଯୋଜନା ସମଗ୍ର ଦେଶରେ ଲାଗୁ ହୋଇଛି। ପୂର୍ବରୁ ଥିବା ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ ନିଯୁକ୍ତି…

ଲୁଚିଛପି ଏହି କାମ କରୁଛନ୍ତି ବିରାଟ କୋହଲି: ଫଟୋ ଭାଇରାଲ ପରେ ଜଣାପଡ଼ିଲା…

ଲଣ୍ଡନ,୩।୭:ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ପ୍ରଥମ ମ୍ୟାଚ ବର୍ଷା ଯୋଗୁ ଧୋଇ ଯାଇଥିଲା। ଦ୍ୱିତୀୟ ମ୍ୟାଚ ଆଜି ଖେଳାଯିବ।…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନରେ କାର୍ଯ୍ୟାନୁଷ୍ଠାନ ପାଇଁ ବାଧ୍ୟ: ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୩ା୭:  ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ସ୍ଥିତି ଉପରେ ଅନୁଧ୍ୟାନ କରୁଛୁ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ବାଧ୍ୟ ବୋଲି କହିଛନ୍ତି ରାଜ୍ୟ ସ୍ବାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri