ଲମ୍ପି ଭାଇରସ୍‌, ବହୁ ଗୋରୁ ଆକ୍ରାନ୍ତ

ନିଶ୍ଚିନ୍ତକୋଇଲି,୧୩ା୧୦(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଗତବର୍ଷ ଲମ୍ପି ଭାଇରସ ଯୋଗୁ ବହୁ ଗୋରୁ ଆକ୍ରାନ୍ତ ହୋଇ ମୃତ୍ୟୁ ମୁଖରେ ପଡିଥିଲେ। ଏହା ଗୋପାଳକମାନଙ୍କ ନିଦ ହଜାଇ ଦେଇଥିଲା। ବର୍ଷେ ପରେ ପୁଣି ଥରେ ବ୍ଲକ ଅଞ୍ଚଳରେ ଏହି ଭାଇରସ କାୟା ବିସ୍ତାର କରିବାରେ ଲାଗିଛି। ଏଥିଯୋଗୁ ଗୋପାଳକମାନେ ଆତଙ୍କିତ ହୋଇପଡିଛନ୍ତି। ତେବେ ଏହି ରୋଗର ଠିକ ଔଷଧ ନ ଥିବାରୁ ଲକ୍ଷଣ ଦେଖି ଚିକିତ୍ସା କରାଯାଉଥିବା ବିଭାଗୀୟ ଡାକ୍ତର ସୂଚନା ଦେଇଛନ୍ତି। ବ୍ଲକର ଫଗୋଳ ପଞ୍ଚାୟତ ପାଇକରାପୁର ଗାଁର ବ୍ରହ୍ମାନନ୍ଦ ମହାରଣା, କୁଞ୍ଜବିହାରୀ ମହାରଣା, କୈଳାସ ମହାରଣା ପ୍ରମୁଖଙ୍କର ଗାଈ ଓ ବାଛୁରୀ ଲମ୍ପି ଭାଇରସ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ଏହି ଭାଇରସ ଆରମ୍ଭ ହେବା ମାତ୍ରେ ଗୋରୁମାନଙ୍କୁ ପ୍ରବଳ ମାତ୍ରାରେ ଜ୍ୱର ହେଉଛି। ନାକ ଓ ପାଟିରୁ ମୋଟା ଆକାରରେ ଲାଳ ବାହାରୁଛି। ଗୋରୁଙ୍କ ତଣ୍ଟିକୁ ଫୁଲାଇ ଦେଉଛି। ଫଳରେ ଗୋରୁ କୌଣସି ଖାଦ୍ୟ ଖାଇ ପାରୁନାହାନ୍ତି। ଅଚେତ ହୋଇ ପଡ଼ି ରହୁଛନ୍ତି। ଏହି ସମୟରେ ଗୋରୁଙ୍କ ଦେହରେ ବଡ ବଡ ଆବୁ ହୋଇ ଘା ସୃଷ୍ଟି ହେଉଛି। ଏପରିକି ପଚା ଦୁର୍ଗନ୍ଧ ମଧ୍ୟ ବାହାରୁଛି। ଏହି ଭାଇରସ ଯୋଗୁ ଗୋପାଳକମାନେ ଆତଙ୍କିତ ହୋଇପଡ଼ିଛନ୍ତି। ଏ ସମ୍ପର୍କରେ ନିଶ୍ଚିନ୍ତକୋଇଲି ବ୍ଲକ ପ୍ରାଣୀ ଚିକିତ୍ସକ ପ୍ରକାଶ କୁମାର ବେଉରାଙ୍କୁ ପଚାରିବାରୁ ସେ ଏହି ଘଟଣାକୁ ସ୍ବୀକାର କରିବା ସହ ବିଭାଗ ପକ୍ଷରୁ ଏହାର ପ୍ରତିକାର ନିମନ୍ତେ ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ ଭ୍ୟାକସିନ ବ୍ୟବସ୍ଥା କରାଯାଇଛି। ଏହି ଭାଇରସ ପ୍ରଶାସନର ନିୟନ୍ତ୍ରଣାଧୀନ ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri