ଆଜି ଚନ୍ଦ୍ର ଗ୍ରହଣ: ଏହି ସମୟରୁ ପାକ ନିଷେଧ

ପୁରୀ,୭ା୯(ଅଜିତ୍‌ କୁମାର ମହାନ୍ତି): ୨୦୨୫ର ଦ୍ୱିତୀୟ ତଥା ଅନ୍ତିମ ଚନ୍ଦ୍ର ଗ୍ରହଣ ରବିବାର ହେବାକୁ ଯାଉଛି। ଆଜି ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ଶ୍ରୀମନ୍ଦିରରେ ସଅଳ ନୀତିକାନ୍ତି ହେବ। ମଧ୍ୟାହ୍ନ ୧୨ଟା ୫୭ମିନିଟ ୨୨ ସେକେଣ୍ଡ ପରେ ପାକ ତ୍ୟାଗ ଓ ଦେବ ନୀତି ନିଷେଧ ରହିଛି। ଗ୍ରହଣ ସ୍ପର୍ଶ ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରେ ରହିଥିବା ବେଳେ ସର୍ବମୋକ୍ଷ ରାତି ୧ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ଯ୍ୟନ୍ତ ରହିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାତି ୨ଟାରେ ଦ୍ୱାରଫିଟା ନୀତି ରହିଛି। ରାତି ୨ଟା ୩୦ରେ ଭିତରଶୋଧ, ୨ଟା ୪୦ରେ ମଙ୍ଗଳ ଆଳତି, ମଇଲମ ଓ ତଡ଼ପଲାଗି ୩ଟା, ଅବକାଶ ଓ ରୋଷହୋମ ୩ଟା ୩୦ରେ କରାଯିବ। ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଗୋପାଳବଲ୍ଲଭ ସରିବା ପରେ ଭୋର ୫ଟାରୁ ୬ଟା ମଧ୍ୟରେ ସକାଳ ଧୂପ (କେବଳ କୋଠଭୋଗ) ସମ୍ପନ୍ନ ହେବ। ୬ଟା ୧୫ରେ ମଇଲମ, ସାଢ଼େ ୭ଟାରେ ଭୋଗମଣ୍ଡପ ଶେଷ ହୋଇ ସକାଳ ୮ଟାରୁ ୯ଟା ମଧ୍ୟରେ ମଧ୍ୟାହ୍ନ ଧୂପ (କେବଳ କୋଠଭୋଗ) ସମ୍ପନ୍ନ ହେବ। ସକାଳ ୯ଟା ୩୦ରେ ଦକ୍ଷିଣୀ ଘର ଭୋଗ, ସାଢେ ୮ଟାରୁ ୧୦ଟା ମଧ୍ୟରେ ଦ୍ୱିତୀୟ ଭୋଗମଣ୍ଡପ, ମଇଲମ, ୧୧ଟା ୧୫ରେ ସନ୍ଧ୍ୟା ଆଳତି ନୀତି ସମ୍ପନ୍ନ ହେବ। ରବିବାର ଗୋବିନ୍ଦ ବନ୍ଦାପନା ଓ ଇନ୍ଦ୍ର ହାତୀ ପ୍ରସ୍ତାବ ରହିଛି। ତେଣୁ ଼ପୂର୍ବାହ୍ନ ୧୧ଟା ୩୦ରେ ଦୋଳଗୋବିନ୍ଦ ଭିତରକୁ ବିଜେ କରିବେ। ୧୧ଟା ୪୫ରେ ଆଜ୍ଞାମାଳ ପାଇ ପାଲିଙ୍କିକୁ ବିଜେ କରିବେ। ୧୨ଟାରେ ପାଲିଙ୍କି ଉଠିବ। ସାଢ଼େ ୧୨ଟା ସୁଦ୍ଧା ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ସାରି ବାହୁଡ଼ା ବିଜେ କରିବେ। ମଇଲମ ଓ ତଡ଼ପଲାଗି ହୋଇ ଭିତରକାଠ ଦର୍ଶନ ହେବ। ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରେ ଗ୍ରହଣ ସ୍ପର୍ଶ ପରେ ଗ୍ରହଣ ମହାସ୍ନାନ, ଗ୍ରହଣଭୋଗ ଓ ଅନ୍ୟନୀତି ହେବା ନେଇ ଛତିଶା ନିଯୋଗ ବୈଠକରେ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri