ଆଜି ଚନ୍ଦ୍ର ଗ୍ରହଣ: ଏହି ସମୟରୁ ପାକ ନିଷେଧ

ପୁରୀ,୭ା୯(ଅଜିତ୍‌ କୁମାର ମହାନ୍ତି): ୨୦୨୫ର ଦ୍ୱିତୀୟ ତଥା ଅନ୍ତିମ ଚନ୍ଦ୍ର ଗ୍ରହଣ ରବିବାର ହେବାକୁ ଯାଉଛି। ଆଜି ଚନ୍ଦ୍ରଗ୍ରହଣ ପଡ଼ୁଥିବାରୁ ଶ୍ରୀମନ୍ଦିରରେ ସଅଳ ନୀତିକାନ୍ତି ହେବ। ମଧ୍ୟାହ୍ନ ୧୨ଟା ୫୭ମିନିଟ ୨୨ ସେକେଣ୍ଡ ପରେ ପାକ ତ୍ୟାଗ ଓ ଦେବ ନୀତି ନିଷେଧ ରହିଛି। ଗ୍ରହଣ ସ୍ପର୍ଶ ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରେ ରହିଥିବା ବେଳେ ସର୍ବମୋକ୍ଷ ରାତି ୧ଟା ୨୭ ମିନିଟ ୧୭ ସେକେଣ୍ଡ ପର୍ଯ୍ୟନ୍ତ ରହିଛି। ଏହାକୁ ଦୃଷ୍ଟିରେ ରଖି ଶନିବାର ରାତି ୨ଟାରେ ଦ୍ୱାରଫିଟା ନୀତି ରହିଛି। ରାତି ୨ଟା ୩୦ରେ ଭିତରଶୋଧ, ୨ଟା ୪୦ରେ ମଙ୍ଗଳ ଆଳତି, ମଇଲମ ଓ ତଡ଼ପଲାଗି ୩ଟା, ଅବକାଶ ଓ ରୋଷହୋମ ୩ଟା ୩୦ରେ କରାଯିବ। ସୂର୍ଯ୍ୟପୂଜା, ଦ୍ୱାରପାଳ ପୂଜା, ଗୋପାଳବଲ୍ଲଭ ସରିବା ପରେ ଭୋର ୫ଟାରୁ ୬ଟା ମଧ୍ୟରେ ସକାଳ ଧୂପ (କେବଳ କୋଠଭୋଗ) ସମ୍ପନ୍ନ ହେବ। ୬ଟା ୧୫ରେ ମଇଲମ, ସାଢ଼େ ୭ଟାରେ ଭୋଗମଣ୍ଡପ ଶେଷ ହୋଇ ସକାଳ ୮ଟାରୁ ୯ଟା ମଧ୍ୟରେ ମଧ୍ୟାହ୍ନ ଧୂପ (କେବଳ କୋଠଭୋଗ) ସମ୍ପନ୍ନ ହେବ। ସକାଳ ୯ଟା ୩୦ରେ ଦକ୍ଷିଣୀ ଘର ଭୋଗ, ସାଢେ ୮ଟାରୁ ୧୦ଟା ମଧ୍ୟରେ ଦ୍ୱିତୀୟ ଭୋଗମଣ୍ଡପ, ମଇଲମ, ୧୧ଟା ୧୫ରେ ସନ୍ଧ୍ୟା ଆଳତି ନୀତି ସମ୍ପନ୍ନ ହେବ। ରବିବାର ଗୋବିନ୍ଦ ବନ୍ଦାପନା ଓ ଇନ୍ଦ୍ର ହାତୀ ପ୍ରସ୍ତାବ ରହିଛି। ତେଣୁ ଼ପୂର୍ବାହ୍ନ ୧୧ଟା ୩୦ରେ ଦୋଳଗୋବିନ୍ଦ ଭିତରକୁ ବିଜେ କରିବେ। ୧୧ଟା ୪୫ରେ ଆଜ୍ଞାମାଳ ପାଇ ପାଲିଙ୍କିକୁ ବିଜେ କରିବେ। ୧୨ଟାରେ ପାଲିଙ୍କି ଉଠିବ। ସାଢ଼େ ୧୨ଟା ସୁଦ୍ଧା ଇନ୍ଦ୍ର ଗୋବିନ୍ଦ ବନ୍ଦାପନା ସାରି ବାହୁଡ଼ା ବିଜେ କରିବେ। ମଇଲମ ଓ ତଡ଼ପଲାଗି ହୋଇ ଭିତରକାଠ ଦର୍ଶନ ହେବ। ରାତି ୯ଟା ୫୭ ମିନିଟ ୨୨ ସେକେଣ୍ଡରେ ଗ୍ରହଣ ସ୍ପର୍ଶ ପରେ ଗ୍ରହଣ ମହାସ୍ନାନ, ଗ୍ରହଣଭୋଗ ଓ ଅନ୍ୟନୀତି ହେବା ନେଇ ଛତିଶା ନିଯୋଗ ବୈଠକରେ ସ୍ଥିର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?