ମଧ୍ୟାହ୍ନଭୋଜନ: ଗ୍ୟାସ୍‌ ପରିବର୍ତ୍ତେ କାଠଚୁଲା ବ୍ୟବହାର

ନାଉଗାଁ ,୧୭ା୧୦(ସ୍ବ.ପ୍ର.): ପୁଷ୍ଟିକର ଖାଦ୍ୟ ସହ ପିଲାଙ୍କୁ ବିଦ୍ୟାଳୟାଭିମୁଖୀ କରିବା ପାଇଁ ସରକାରଙ୍କ ତରଫରୁ ପ୍ରତି ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥା କରାଯାଇଛି। ଏହି ପରିପ୍ରେକ୍ଷୀରେ ନାଉଗଁା ବ୍ଲକର ୭୮ ବିଦ୍ୟାଳୟରେ ହାରାହାରି ୭ ହଜାରରୁ ଊର୍ଦ୍ଧ୍ୱ ପିଲାଙ୍କ ପାଇଁ ପ୍ରତ୍ୟହ ମଧ୍ୟାହ୍ନ ଭୋଜନ ରୋଷେଇ କରାଯାଉଛି। ରୋଷେଇ ସମୟରେ ରୋଷେଇଶାଳ ପରିଷ୍କାର ରଖିବା, ଖାଇବା ସ୍ଥାନ ପରିଷ୍କାର ସହ ବିଶୁଦ୍ଧ ପାନୀୟ ଜଳର ବ୍ୟବସ୍ଥା କରାଯାଇଛି। ଏହି ମଧ୍ୟାହ୍ନଭୋଜନ ପ୍ରସ୍ତୁତି ପାଇଁ ପାଚିକା ଓ ସହାୟିକାଙ୍କୁ ମଧ୍ୟ ନିଯୁକ୍ତି ଦିଆଯାଇଛି।। ପୂର୍ବରୁ ଏହି ଭୋଜନ ପ୍ରସ୍ତୁତି ପାଇଁ ବିଦ୍ୟାଳୟଗୁଡ଼ିକରେ କାଠଚୁଲାର ବ୍ୟବହାର କରାଯାଉଥିଲା। ଏନେଇ ସବୁବେଳେ କାଠର ଆବଶ୍ୟକ ହେଉଥିବାବେଳେ କାଠଚୁଲାରୁ ଅତ୍ୟଧିକ ଧୂଆଁ ନିର୍ଗତ ହେଉଥିଲା। ଫଳରେ ବିଦ୍ୟାଳୟ ପରିସର ଧୂଆଁମୟ ହୋଇଯାଉଥିଲା। ବିଦ୍ୟାଳୟ ପରିବେଶକୁ ସ୍ବଚ୍ଛ ଓ ନିର୍ମଳ ରଖିବା ପାଇଁ ଏବଂ ବାୟୁ ପ୍ରଦୂଷଣ ରୋକିବା ପାଇଁ ସରକାରଙ୍କ ତରଫରୁ ପ୍ରତ୍ୟେକ ବିଦ୍ୟାଳୟରେ ରୋଷେଇ ପାଇଁ ଗ୍ୟାସ ବ୍ୟବହାର କରିବାକୁ ନିର୍ଦ୍ଦେଶାନାମା ଜାରି ହୋଇଛି। ଏହି ନିର୍ଦ୍ଦେଶ ବଳରେ ପ୍ରତ୍ୟେକ ବିଦ୍ୟାଳୟକୁ ଗ୍ୟାସ ଚୁଲା ସହ ୨ଟି ଲେଖାଏ ଗ୍ୟାସ ସିଲିଣ୍ଡର ପ୍ରଦାନ କରାଯାଇଛି, ମାତ୍ର ବ୍ଲକର ଅନେକ ବିଦ୍ୟାଳୟରେ ଏବେବି ଗ୍ୟାସ ପରିବର୍ତ୍ତେ କାଠଚୁଲାରେ ରୋଷେଇ ହେଉଛି। ଏହାର ଜ୍ୱଳନ୍ତ ଉଦାହରଣ ଶିଖର ପଞ୍ଚାୟତ ନଳାଙ୍ଗ ପ୍ରାଥମିକ ବିଦ୍ୟାଳୟ ଓ ବଛାଳୋ ପଞ୍ଚାୟତ ଅଲଣା-୨ ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି। ଯଦି ଏଠାରେ କାଠଚୁଲାରେ ରୋଷେଇ କରାଯାଉଛି, ତେବେ ଗ୍ୟାସଚୁଲା କି କାର୍ଯ୍ୟରେ ଲାଗୁଛି ସେନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଦ୍ୟାଳୟଗୁଡିକରେ ମଧ୍ୟାହ୍ନ ଭୋଜନରୋଷେଇ ତଦାରଖ କରିବା ପାଇଁ ବିଭିନ୍ନ କ୍ଲଷ୍ଟରରେ ସିଆରସିସିମାନେ ରହିଛନ୍ତି। ମାତ୍ର ସେମାନେ ଠିକ ଭାବେ ଏହାର ଯାଞ୍ଚ କରୁ ନ ଥିବା ନେଇ ସ୍ଥାନୀୟ ଲୋକେ କହିଛନ୍ତି । ଏ ସମ୍ପର୍କରେ ବ୍ଲକ ଅତିରିକ୍ତ ଶିକ୍ଷାଧିକାରୀ ଅକ୍ଷୟ ବେହେରା କହିଛନ୍ତି, ସେ ସିଆରସିସିଙ୍କ ସହ କଥା ହୋଇ ପରବର୍ତ୍ତୀ ପଦକ୍ଷେପ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri