ଭୁବନେଶ୍ୱର, ୧୬ା୨(ବ୍ୟୁରୋ): ଅତିରିକ୍ତ ଏସ୍ପି(କମ୍ୟୁନିକେଶନ) ତ୍ରିନାଥ ମିଶ୍ରଙ୍କ ଘର ସମେତ ଏକାଧିକ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ କରାଯିବା ପରେ ବହୁ କୋଟିର ସମ୍ପତ୍ତି ଠାବ କରାଯାଇଛି। ବିଭିନ୍ନ ସ୍ଥାନରେ ଏକାଧିକ କୋଠା, ପ୍ଲଟ ଏବଂ ବ୍ୟବସାୟ ପ୍ରତିଷ୍ଠାନ ସହ ୭ଟି ବିଳାସପୂର୍ଣ୍ଣ ଗାଡ଼ି ଠାବ କରାଯାଇଛି। ଗାଡ଼ିଗୁଡ଼ିକର ଆନୁମାନିକ ମୂଲ୍ୟ ଦେଢ଼ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ହେବ ବୋଲି ଆକଳନ କରାଯାଉଛି। ଠାବ ହୋଇଥିବା ଗାଡ଼ି ମଧ୍ୟରେ ବିଏମ୍ଡବ୍ଲ୍ୟୁ ଏକ୍ସ୭ ମଡେଲ କାର ରହିଛି, ଯାହାର ବଜାର ମୂଲ୍ୟ ୧.୧୧କୋଟି ଟଙ୍କା ହେବ। ସେହିପରି ଆଉ ୩ଟି କାର ମଧ୍ୟ ଠାବ ହୋଇଛି। ବିଶେଷକରି କଟକ ସଦର ଥାନା ଅନ୍ତର୍ଗତ ଅଢ଼ାଳିଆ ମୌଜାର କୋଭେଣ୍ଟ ଗାର୍ଡେନସ୍ଥିତ ଭଡ଼ାଘରୁ ୩ଟି ଦାମୀ ସୁପର ବାଇକ୍ ଠାବ କରାଯାଇଛି। ସେଥିମଧ୍ୟରେ ଥିବା ଟ୍ରମ୍ଫ ରକେଟ ୩ଆର(ଓଡି୦୫-ଏଜେଡ-୦୦୦୫)ର ମୂଲ୍ୟ ୨୦ଲକ୍ଷ ଟଙ୍କା ହେବ। ଜଣେ ପୋଲିସ ଅଧିକାରୀଙ୍କ ନିକଟରୁ ଏତେ ଟଙ୍କାର ଗାଡ଼ି ଠାବ ହେବା ଘଟଣା ତାଙ୍କର ବିଳାସପୂର୍ଣ୍ଣ ଗାଡ଼ି ସଉକକୁ ଦର୍ଶାଉଛି, ଯାହାକି ଚର୍ଚ୍ଚାର ବିଷୟ ପାଲଟିଛି।
୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା
ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…
ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…
ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…
୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…
ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…
ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….
ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…
ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…
ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…
ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର
ଭୁବନେଶ୍ବର,୨ା୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…
ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ
ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…
ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ
ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…
Archives

