ମିଛ କହି କୋର୍ଟ ଭିତରେ ପଶିଲେ, ବ୍ୟାଗରୁ ପଥର ବାହାର କରି…

ଛତ୍ରପୁର,୧୬।୧୦(ସନ୍ତୋଷ ପାଢ଼ୀ/ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଏସଡିଜେଏମ୍‌ଙ୍କ କୋର୍ଟ ହଲରେ ସୋମବାର ପଥର ମାଡ଼ ହୋଇଛି। ଏଥିରେ କମ୍ପ୍ୟୁଟର, ଅନ୍ୟାନ୍ୟ ଆସବାବପତ୍ର ନଷ୍ଟ ହୋଇଛି। ଘଟଣାରେ ସମ୍ପୃକ୍ତ
ଭଞ୍ଜନଗର ଥାନା ବଡ଼ କୋଦଣ୍ଡ ଗ୍ରାମର ସୁବାସ ଚନ୍ଦ୍ର ସାହୁଙ୍କୁ ଛତ୍ରପୁର ଥାନା ପୋଲିସ ଗିରଫ କରିଛି। ସକାଳ ସମୟରେ ସେ ଛତ୍ରପୁର ଏସଡିଜେଏମଙ୍କ କୋର୍ଟ ହଲରେ ଶୁଣାଣି ହେବା କଥାକହି ହଲରେ ଉପସ୍ଥିତ ରହିଥିଲେ। ଏହି ସମୟରେ ବେଞ୍ଚକ୍ଲର୍କ ଓ ଷ୍ଟେନୋଙ୍କ ଅଗୋଚରରେ ନିଜ ବ୍ୟାଗରେ ରଖିଥିବା ପଥର ଖଣ୍ଡ ବାହାର କରି କମ୍ପ୍ୟୁଟରକୁ ଲକ୍ଷ୍ୟ କରି ପକାଇଥିଲେ। କମ୍ପ୍ୟୁଟର ନଷ୍ଟ କରିଦେବା ସହ ଅନ୍ୟ ଆସବାବପତ୍ରକୁ ନଷ୍ଟ କରିଥିଲେ। ସେଠାରେ ଉପସ୍ଥିତ ଥିବା ବେଞ୍ଚକ୍ଲର୍କ ପ୍ରଫୁଲ୍ଲ ନାୟକ ତତ୍‌କ୍ଷଣାତ ଉକ୍ତ ବ୍ୟକ୍ତି ସମ୍ବନ୍ଧରେ ଛତ୍ରପୁର ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ସବ ଇନ୍ସପେକ୍ଟର ଲକ୍ଷ୍ମୀପ୍ରିୟା ମଲ୍ଲୀକ ଓ ଅନ୍ୟ ପୋଲିସମାନେ ଆସି ଉକ୍ତ ବ୍ୟକ୍ତିକୁ କାବୁ କରିନେଇଥିଲେ। ଏ ସମ୍ବନ୍ଧରେ ଛତ୍ରପୁର ପୋଲିସ ଷ୍ଟେଶନରେ ଏକ ମାମଲା ମଧ୍ୟ ରୁଜୁ ହୋଇିଛି। ପୋଲିସ ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri