Posted inଜାତୀୟ

ମିଛ କହିବା ରାହୁଲଙ୍କ ଚରିତ୍ର: କେନ୍ଦ୍ର ମନ୍ତ୍ରୀ

ନୂଆଦିଲ୍ଲୀ,୨୪।୩: ସୁରଟ କୋର୍ଟ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଅପରାଧିକ ମାନହାନୀ ମାମଲାରେ ଦୋଷୀ ସାବ୍ୟସ୍ତ କରି ଦୁଇ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୧୫,୦୦୦ ଟଙ୍କା ଜୋରିମନା ମଧ୍ୟ କରିଛନ୍ତି। ରାହୁଲ ଦୋଷୀ ସାବ୍ୟସ୍ତ ହେବା ପରେ କେନ୍ଦ୍ର ମନ୍ତ୍ରୀ ଭୂପେନ୍ଦ୍ର ଯାଦବ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି।
ଭୂପେନ୍ଦ୍ର ଯାଦବ ରାହୁଲ ଗାନ୍ଧୀଙ୍କୁ ନେଇ କହିଛନ୍ତି, ସେ ସମଗ୍ର ଓବିସି ସମ୍ପ୍ରଦାୟକୁ ଅପମାନିତ କରିଛନ୍ତି। ରାହୁଲଙ୍କ ଦଣ୍ଡ ଉପରେ କଂଗ୍ରେସ ପଦଯାତ୍ରା କରିବାକୁ ଯାଉଛି, ମୁଁ ଜାଣିବାକୁ ଚାହେଁ, ସେମାନେ କାହିଁକି ଏହି ପଦଯାତ୍ରା କରିବାକୁ ଚାହୁଁଛନ୍ତି। ଓବିସି ସମ୍ପ୍ରଦାୟକୁ ଅପମାନିତ କରିବାର ଅଧିକାର ଥିବାରୁ ସେ ଏହି ପଦଯାତ୍ରା କରିବାକୁ ଯାଉଛନ୍ତି କି? ମିଛ କହିବା ରାହୁଲଙ୍କ ଚରିତ୍ର ଏବଂ ଅହଙ୍କାରରେ ବଞ୍ଚିବା ତାଙ୍କ ପ୍ରକୃତି। କୋର୍ଟଙ୍କ ନିଷ୍ପତ୍ତି ପରେ ଦଳ ଏଭଳି ବିରୋଧ ପ୍ରଦର୍ଶନ କରିବା ଦେଶର ନ୍ୟାୟପାଳିକା ପାଇଁ ଅପମାନ ହେବ ନାହିଁ କି ବୋଲି ସେ ପ୍ରଶ୍ନ କରିଛନ୍ତି।
ସୂଚନାଯୋଗ୍ୟ, ୨୦୧୯ ଲୋକ ସଭା ନିର୍ବାଚନ ବେଳେ କର୍ନାଟକର କୋଲାରରେ ଏକ ରାଲିରେ ପ୍ରଚାର ବେଳେ ରାହୁଲ ମୋଦି ସରନେମ ବା ଉପନାମକୁ ନେଇ ଏକ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ସବୁ ‘ମୋଦି’ ଚୋର ବୋଲି ମନ୍ତବ୍ୟ ଦେଇଥିଲେ ରାହୁଲ। ଏହାକୁ ନେଇ ଭାଜପା ବିଧାୟକ ତଥା ତତ୍କାଳିନ ପୂର୍ଣ୍ଣେସ୍‌ ମୋଦି କୋର୍ଟରେ ଦ୍ୱାରସ୍ଥ ହୋଇଥିଲେ। ଆଇପିସିର ଧାରା ୪୯୯, ୫୦୦ ଅନୁଯାୟୀ ରାହୁଲ ଗାନ୍ଧୀଙ୍କ ବିରୋଧରେ ଏକ ଅପରାଧ ପଞ୍ଜିକୃତ ହୋଇଥିଲା। ଏହି ମାମଲାରେ ସୁରତ ଜିଲା କୋର୍ଟ ରାହୁଲଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri