Posted inଖେଳ

ୟୁଏଇରେ ଟି୧୦ ଅଭିଜ୍ଞତାକୁ ନେଇ ଆଶାବାଦୀ ଲିନ୍‌

ଆବୁଧାବି, ୧୯ା୯ (ପି.ଟି.)-ଅଷ୍ଟ୍ରେଲିଆର ଟପ୍‌ ଅର୍ଡର ବ୍ୟାଟ୍ସମ୍ୟାନ ଖ୍ରିସ୍‌ ଲିନ୍‌ ବର୍ତ୍ତମାନ ଯଦିଓ ଟପ୍‌ ଫର୍ମରେ ଅଛନ୍ତି ତେବେ ଗତବର୍ଷ ୟୁଏଇରେ ଟି୧୦ ଟୁର୍ନାମେଣ୍ଟରେ ସେ ଯେଉଁ ଅଭିଜ୍ଞତା ହାସଲ କରିଛନ୍ତି ଆସନ୍ତା ଆଇପିଏଲ୍‌ରେ ତାହାକୁ କାମରେ ଲଗାଇବେ ବୋଲି କହିଛନ୍ତି। କୋଭିଡ୍‌-୧୯ ମହାମାରୀ ଯୋଗୁ ଆଇପିଏଲ୍‌ର ୧୩ତମ ସଂସ୍କରଣ ଭାରତରୁ ୟୁଏଇକୁ ସ୍ଥାନାନ୍ତର କରାଯାଇଛି। ଏହା ଶନିବାରଠାରୁ ଆରମ୍ଭ ହେବ। ଉଦ୍‌ଘାଟନୀ ମ୍ୟାଚ ଗତଥରର ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ହେବ। ହାର୍ଡ ହିଟିଂ ଓପନର ଲିନ୍‌ ମୁମ୍ବାଇ ଇଣ୍ଡିଆନ୍ସ ଦଳରେ ସ୍ଥାନ ପାଇଛନ୍ତି। ନିକଟରେ ଶେଷ ହୋଇଥିବା କ୍ୟାରିବିୟନ ପ୍ରିମିୟର ଲିଗ୍‌ରେ ସେ ସେଣ୍ଟ କିଟ୍ସ ଆଣ୍ଡ୍‌ ନେଭିସ୍‌ ପ୍ୟାଟ୍ରିଅଟ୍ସ ତରଫରୁ ୯ଟି ଗେମ୍‌ ଖେଳି ମୋଟ ୧୫୦ରୁ କମ୍‌ ରନ ସଂଗ୍ରହ କରିଛନ୍ତି। ତେବେ ଗତବର୍ଷ ୟୁଏଇରେ ଅନୁଷ୍ଠିତ ଟି୧୦ ଲିଗ୍‌ରେ ଏହି ୩୦ ବର୍ଷୀୟ କ୍ରିକେଟର ମରାଠା ଆରବିୟନ୍ସ ତରଫରୁ ଖେଳି ସର୍ବାଧିକ ୩୭୧ ରନ ସଂଗ୍ରହ କରିଥିଲେ। ସେ ଆହୁରି ମଧ୍ୟ ବ୍ୟକ୍ତିଗତ ସର୍ବୋଚ୍ଚ ସ୍କୋର କରିବାର ସୌଭାଗ୍ୟ ଅର୍ଜନ କରିଥିଲେ। ସେ ୩୦ ବଲ୍‌ରେ ୯୧ ରନ କରିଥିଲେ। ଆସନ୍ତା ଆଇପିଏଲ୍‌ରେ ମଧ୍ୟ ଏହି ଭଳି କିଛି ଧମାକାଦାର ପ୍ରଦର୍ଶନ କରିବା ନେଇ ସେ ଆଶାବାଦୀ ଅଛନ୍ତି। ହେଲେ ବର୍ତ୍ତମାନ ମୁମ୍ବାଇ ଇଣ୍ଡିଆନ୍ସର ଚୂଡ଼ାନ୍ତ ଏକାଦଶରେ ତାଙ୍କୁ ସ୍ଥାନ ମିଳିବା ସହଜ ନୁହେଁ। କାରଣ ରୋହିତ ଶର୍ମା ଓ କ୍ୱିଣ୍ଟନ ଡି’କକ୍‌କୁ ନେଇ ଓପନିଂ ଯୋଡ଼ିରେ ବର୍ତ୍ତମାନ ପରିବର୍ତ୍ତନ କରିବା କୌଣସି ସମ୍ଭାବନା ଦେଖିବାକୁ ମିଳୁନାହିଁ। ହେଲେ ମୁମ୍ବାଇ ଇଣ୍ଡିଆନ୍ସ କୋଚ୍‌ ମାହେଲା ଜୟବର୍ଦ୍ଧନେ ତାଙ୍କୁ ଯେଉଁ ସ୍ଥାନରେ ଫିଟ୍‌ ବୋଲି ମନେକରିବେ ସେହି ସ୍ଥାନରେ ବ୍ୟାଟିଂ କରିବାକୁ ସେ ପ୍ରସ୍ତୁତ ଥିବା ଅଷ୍ଟ୍ରେଲିଆର ଏହି କ୍ରିକେଟର ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri