ଏମ୍‌.ଅରୁଣା ଇଣ୍ଡିଆନ୍‌ ବ୍ୟାଙ୍କର ନୂଆ କ୍ଷେତ୍ର ମହାପ୍ରବନ୍ଧକ

ଭୁବନେଶ୍ୱର,୩୦।୪: ଇଣ୍ଡିଆନ୍‌ ବ୍ୟାଙ୍କ ଭୁବନେଶ୍ୱର କାର୍ଯ୍ୟାଳୟର ନୂତନ କ୍ଷେତ୍ର ମହାପ୍ରବନ୍ଧକ ଭାବେ ବରିଷ୍ଠ ବ୍ୟାଙ୍କର୍ସ ଏମ୍‌.ଅରୁଣା ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତିା ଏହା ପୂର୍ବରୁ ସେ ତିରୁପତି ଅଞ୍ଚଳର ଅଞ୍ଚଳ ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ। ଉଲ୍ଳେଖଯୋଗ୍ୟ, ୧୯୮୮ରେ ଅରୁଣା ଇଣ୍ଡିଆନ୍‌ ବ୍ୟାଙ୍କରେ ଯୋଗଦେବା ସହ କର୍ନାଟକ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପଦବୀରେ ରହି କାର୍ଯ୍ୟ କରିବାର ବ୍ୟାପକ ଅଭିଜ୍ଞତା ହାସଲ କରିିଛନ୍ତି। ସେହିଭଳି ଭୁବନେଶ୍ୱରସ୍ଥିତ ମହାପ୍ରବନ୍ଧକଙ୍କ କାର୍ଯ୍ୟାଳୟ ଅଧୀନରେ ଓଡ଼ିଶା, ଛତିଶଗଡ଼ ଓ ମଧ୍ୟପ୍ରଦେଶ ଅନ୍ତର୍ଗତ ୮ଟି ଅଞ୍ଚଳ କାର୍ଯ୍ୟାଳୟ ଯଥା ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର, ରାୟପୁର, ଜବଲପୁର, ସତ୍‌ନା ଏବଂ ଭୋପାଳର ୪୯୨ଟି ଶାଖା କାର୍ଯ୍ୟରତ ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହି କ୍ଷେତ୍ର ଅଧୀନରେ ମୋଟ୍‌ ବ୍ୟବସାୟ ପ୍ରାୟ ୬୧,୪୯୧ କୋଟି ଟଙ୍କା ହୋଇଥିବା ବ୍ୟାଙ୍କିଙ୍ଗ୍‌ ସୁବିଧାକୁ ସହଜ ଓ ସରଳ କରିବା ସହିତ ଏମ୍‌ଏସ୍‌ଏମ୍‌ଇ, ଖୁଚୁରା ଋଣ, କୃଷିକ୍ଷେତ୍ର ଆଦିରେ ଅରୁଣାଙ୍କର ଅଧିକ ରୁଚି ରହିଥିବାରୁ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଇଣ୍ଡିଆନ୍‌ ବ୍ୟାଙ୍କ ଏହିସବୁ କ୍ଷେତ୍ରକୁ ଅଧିକ ପ୍ରାଧାନ୍ୟ ଦେବ ବୋଲି ଆଶା କରାଯାଉଛି। ସେହିପରି ବ୍ୟାଙ୍କ ପକ୍ଷରୁ ସମସ୍ତ ସରକାରୀ ଯୋଜନାକୁ ଠିକ୍‌ ଭାବେ କାର୍ଯ୍ୟକାରୀ କରାଯିବା ଲକ୍ଷ୍ୟ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri