ଏମ୍‌.ଅରୁଣା ଇଣ୍ଡିଆନ୍‌ ବ୍ୟାଙ୍କର ନୂଆ କ୍ଷେତ୍ର ମହାପ୍ରବନ୍ଧକ

ଭୁବନେଶ୍ୱର,୩୦।୪: ଇଣ୍ଡିଆନ୍‌ ବ୍ୟାଙ୍କ ଭୁବନେଶ୍ୱର କାର୍ଯ୍ୟାଳୟର ନୂତନ କ୍ଷେତ୍ର ମହାପ୍ରବନ୍ଧକ ଭାବେ ବରିଷ୍ଠ ବ୍ୟାଙ୍କର୍ସ ଏମ୍‌.ଅରୁଣା ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତିା ଏହା ପୂର୍ବରୁ ସେ ତିରୁପତି ଅଞ୍ଚଳର ଅଞ୍ଚଳ ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ। ଉଲ୍ଳେଖଯୋଗ୍ୟ, ୧୯୮୮ରେ ଅରୁଣା ଇଣ୍ଡିଆନ୍‌ ବ୍ୟାଙ୍କରେ ଯୋଗଦେବା ସହ କର୍ନାଟକ, ଆନ୍ଧ୍ରପ୍ରଦେଶ ଏବଂ ତାମିଲନାଡୁର ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ପଦବୀରେ ରହି କାର୍ଯ୍ୟ କରିବାର ବ୍ୟାପକ ଅଭିଜ୍ଞତା ହାସଲ କରିିଛନ୍ତି। ସେହିଭଳି ଭୁବନେଶ୍ୱରସ୍ଥିତ ମହାପ୍ରବନ୍ଧକଙ୍କ କାର୍ଯ୍ୟାଳୟ ଅଧୀନରେ ଓଡ଼ିଶା, ଛତିଶଗଡ଼ ଓ ମଧ୍ୟପ୍ରଦେଶ ଅନ୍ତର୍ଗତ ୮ଟି ଅଞ୍ଚଳ କାର୍ଯ୍ୟାଳୟ ଯଥା ଭୁବନେଶ୍ୱର, କଟକ, ବ୍ରହ୍ମପୁର, ସମ୍ବଲପୁର, ରାୟପୁର, ଜବଲପୁର, ସତ୍‌ନା ଏବଂ ଭୋପାଳର ୪୯୨ଟି ଶାଖା କାର୍ଯ୍ୟରତ ବୋଲି ବ୍ୟାଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହି କ୍ଷେତ୍ର ଅଧୀନରେ ମୋଟ୍‌ ବ୍ୟବସାୟ ପ୍ରାୟ ୬୧,୪୯୧ କୋଟି ଟଙ୍କା ହୋଇଥିବା ବ୍ୟାଙ୍କିଙ୍ଗ୍‌ ସୁବିଧାକୁ ସହଜ ଓ ସରଳ କରିବା ସହିତ ଏମ୍‌ଏସ୍‌ଏମ୍‌ଇ, ଖୁଚୁରା ଋଣ, କୃଷିକ୍ଷେତ୍ର ଆଦିରେ ଅରୁଣାଙ୍କର ଅଧିକ ରୁଚି ରହିଥିବାରୁ ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଇଣ୍ଡିଆନ୍‌ ବ୍ୟାଙ୍କ ଏହିସବୁ କ୍ଷେତ୍ରକୁ ଅଧିକ ପ୍ରାଧାନ୍ୟ ଦେବ ବୋଲି ଆଶା କରାଯାଉଛି। ସେହିପରି ବ୍ୟାଙ୍କ ପକ୍ଷରୁ ସମସ୍ତ ସରକାରୀ ଯୋଜନାକୁ ଠିକ୍‌ ଭାବେ କାର୍ଯ୍ୟକାରୀ କରାଯିବା ଲକ୍ଷ୍ୟ ମଧ୍ୟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ଲିକ୍ସରୁ ‘ସ୍ୱାସ୍ଥ୍ୟ’ ଲେବଲ୍ ପ୍ରତ୍ୟାହାର କଲା ଏଚୟୁଏଲ, ‘ପୁଷ୍ଟିକର ପାନୀୟ’ ଭାବରେ କଲା ରିବ୍ରାଣ୍ଡିଂ

ନୂଆଦିଲ୍ଲୀ,୨୫।୪: ସ୍ୱାସ୍ଥ୍ୟ ପାନୀୟ ବର୍ଗରେ ସାମ୍ପ୍ରତିକ ନିୟାମକ ପରିବର୍ତ୍ତନକୁ ଦୃଷ୍ଟିରେ ରଖି ହିନ୍ଦୁସ୍ତାନ ୟୁନିଲିଭର (ଏଚୟୁଏଲ) ବୁଧବାର ଏକ ଗୁରୁତ୍ୱପୂର୍ଣ୍ଣ ରିବ୍ରାଣ୍ଡିଂ ପଦକ୍ଷେପ ନେଇଛି। କମ୍ପାନୀ...

ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ସହ କାବିଲର ବୁଝାମଣା

ଭୁବନେଶ୍ୱର,୨୫।୪: କାଉନସିଲ ଅଫ୍‌ ସାଇଣ୍ଟିଫିକ ଆଣ୍ଡ ଇଣ୍ଡଷ୍ଟ୍ରିଆଲ ରିସର୍ଚ୍ଚ (ସିଏସ୍‌ଆଇଆର୍‌)ର ପ୍ରମୁଖ ପ୍ରତିଷ୍ଠାନ ନ୍ୟାଶନାଲ ଜିଓଫିଜିକାଲ୍‌ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟ୍‌ ବା ଏନ୍‌ଜିଆର୍‌ଆଇ ଅଥବା ସିଏସ୍‌ଆଇଆର୍‌-ଏନ୍‌ଜିଆର୍‌ଆଇ ଏବଂ...

ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ

ଭୁବନେଶ୍ୱର,୨୫।୪: ରିଲାଏନ୍ସ ଜୁଏଲ୍ସର ନୂତନ କଲେକ୍ସନ ‘ବିନ୍ଧ୍ୟ’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏପରିକି ଚଳିତ ବର୍ଷର ଅକ୍ଷୟ ତୃତୀୟା ଉପଲକ୍ଷେ ରିଲାଏନ୍ସ ଜୁଏଲ୍ସ ବିନ୍ଧ୍ୟ...

୫୦୦୦ ଟଙ୍କା କମିଲା ରୁପା, ୧୬୦୦ଟଙ୍କା କମିଲା ସୁନା

ଭୁବନେଶ୍ୱର,୨୫।୪ (ଅଭୟ ଦାଶ): କ୍ରମାଗତ ଭାବେ ସୁନା ଓ ରୁପା ଦରରେ ହ୍ରାସ ଘଟିବାରୁ ଅଳଙ୍କାର ବଜାରରେ ସୁଧାର ଆସିଛି। ଏପରିକି ଦରବୃଦ୍ଧିକୁ ନେଇ ଆଶା...

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri