Posted inଜାତୀୟ

ଦିଲ୍ଲୀକୁ ଏବେ ନୋ ଫ୍ଲାଇଙ୍ଗ୍‌ ଜୋନ୍‌ କରାଯାଇଛି, କେମିତି ଯିବି: ଛତିଶଗଡ଼ ମୁଖ୍ୟମନ୍ତ୍ରୀ

ରାୟପୁର,୮।୯: ଜି-୨୦ ୨୦୨୩ ଶିଖର ସମ୍ମିଳନୀ ଭାରତରେ ଅନୁଷ୍ଠିତ ହେଉଛି। ଏଥିପାଇଁ ଦିଲ୍ଲୀରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସବୁ ପ୍ରକାର ପ୍ରସ୍ତୁତି ଶେଷ ହୋଇଛି। ବିଦେଶରୁ ଆସୁଥିବା ସମସ୍ତ ଅତିଥିଙ୍କ ଲାଗି ଶନିବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାତ୍ରିଭୋଜନର ଆୟୋଜନ କରିଛନ୍ତି। ଏଥିପାଇଁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଥିଲେ ହେଁ ସେ ରାତ୍ରିଭୋଜନରେ ସାମିଲ ହେବେନି ବୋଲି କହିଛନ୍ତି। ଏହାର କାରଣ ଜଣାଇ ସେ ଗଣମାଧ୍ୟମକୁ କହିଛନ୍ତି ଯେ, ଦିଲ୍ଲୀକୁ ଏବେ ନୋ-ଫ୍ଲାଇଙ୍ଗ ଜୋନ୍‌ କରାଯାଇଛି। କେମିତି ଯିବି?

ପୂର୍ବରୁ ଦିଲ୍ଲୀ ବିମାନବନ୍ଦର ଏକ ବିଜ୍ଞପ୍ତି ଜାରି କରି କହିଥିଲା ଯେ, ବିମାନବନ୍ଦରରେ ୨ ଦିନିଆ ଜି-୨୦ ଶିଖର ସମ୍ମିଳନୀ ପାଇଁ କେବଳ ପୂର୍ବ ନିର୍ଦ୍ଧାରିତ ବିମାନ ଉଡ଼ାଣ-ଅବତରଣ ଏବଂ ଜି-୨୦ ପାଇଁ ଆସୁଥିବା ସ୍ବତନ୍ତ୍ର ବିମାନ ଉଡ଼ାଣ-ଅବତରଣ ପାଇଁ ଅନୁମତି ଦିଆଯିବ। ଶିଖର ସମ୍ମିଳନୀ ଚାଲିଥିବା ବେଳେ ସାଧାରଣ ବିମାନ ଚଳାଚଳ ଏବଂ ପୂର୍ବରୁ ନିର୍ଦ୍ଧାରିତ ହୋଇ ନ ଥିବା ଚାର୍ଟର ବିମାନ ଦିଲ୍ଲୀ ବିମାନବନ୍ଦରରେ ଅବତରଣ କରିପାରିବେ ନାହିଁ।

କହିରଖୁଛୁ, ଶନିବାର ହେବାକୁ ଥିବା ରାତ୍ରିଭୋଜନରେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନ ଏବଂ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଅଂଶଗ୍ରହଣ କରିବେ ବୋଲି ନିଶ୍ଚିତ କରିଛନ୍ତି। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ମଧ୍ୟ ଯୋଗଦେବେ ବୋଲି ଜଣାଇଛନ୍ତି। ବିରୋଧୀ ଦଳର ନେତାଙ୍କୁ ନିମନ୍ତ୍ରଣ କରାଯାଇଥିଲେ ବି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ନିମନ୍ତ୍ରଣ କରାଯାଇନାହିଁ। ଏହାକୁ ନେଇ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଟାର୍ଗେଟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ହେଉଥିଲେ ଚାଲାଣ: ଟ୍ରେନ୍‌ରୁ ୧୬୩ ନାବାଳକ ଉଦ୍ଧାର

ଭୋପାଳ,୧୨ା୪: ବିହାର ଏବଂ ମହାରାଷ୍ଟ୍ରରୁ ଚାଲାଣ ହେଉଥିବା ୧୬୩ଜଣ ନାବାଳକଙ୍କୁ ମଧ୍ୟପ୍ରଦେଶର କାଟ୍‌ନି ଜିଲାରେ ଏକ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ରେଲ୍‌ଓ୍ବେ ପୋଲିସ ଉଦ୍ଧାର କରିଛି। ପିଲାମାନଙ୍କ ବୟସ…

ହର୍ମୁଜକୁ ବନ୍ଦ କରିବ ଆମେରିକା! ଟ୍ରମ୍ପଙ୍କ ଘୋଷଣା ପରେ ବିଶ୍ବରେ ହଲଚଲ

ଓ୍ବାଶିଂଟନ,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଘୋଷଣା କରିଛନ୍ତି । ବଢ଼ିପାରେ ତୈଳ ସଙ୍କଟ । ବିଶେଷକରି, ଟ୍ରମ୍ପ କହିଛନ୍ତି ଯେ ଆମେରିକା ନୌସେନା…

କିଏ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ଦୌଡ଼ରେ ଏହି ପ୍ରମୁଖ ନେତା

ନୂଆଦିଲ୍ଲୀ,୧୨ା୪: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ସଭାକୁ ଯିବା ପରେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ, ତାହାକୁ ନେଇ କଳ୍ପନାଜଳ୍ପନା ବଢ଼ିବାରେ ଲାଗିଛି। ଅନ୍ୟପକ୍ଷେ ଭାଜପା…

ପୋଖରୀରୁ ମିଳିଲା ଯୁବକଙ୍କ ମୃତଦେହ

ଦାରିଙ୍ଗବାଡ଼ି,୧୨।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଗ୍ନିଶମ କର୍ମଚାରୀ ରବିବାର ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତହେଦ ଉଦ୍ଧାର କରିଛନ୍ତି। ମୃତକ ହେଲେ କୋଟଗଡ଼ ବ୍ଲକ ପକାରୀ…

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri