ଗୋପୀ ଆନନ୍ଦଙ୍କ ଉପରେ ଆସ୍ଥାପ୍ରକଟ କଲା ଭାଜପା

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା): ବାକି ରହିଯାଇଥିବା ୧୩ ଜିଲାର ଭାଜପା ସଭାପତିଙ୍କ ନାଁ ରବିବାର ଘୋଷଣା କରିଛନ୍ତି ନିର୍ବାଚନ ଅଧିକାରୀ ପ୍ରତାପ ଷଡଙ୍ଗୀ। ସେଥିରେ ରାୟଗଡ଼ା ଜିଲା ସଭାପତି ଭାବେ ଏମ୍‌ ଗୋପୀ ଆନନ୍ଦ ଚୟନ ହୋଇଛନ୍ତି। ଏହି ଖବରପାଇ ସମର୍ଥକଙ୍କ ମଧ୍ୟରେ ଖୁସିର ଲହରୀ ଖେଳିଯାଇଛି। ଗୋପୀ ଆନନ୍ଦ ଜିଲା ସଭାପତି ହେବା ପରେ ପୂର୍ବତନ ଜିଲା ସଭାପତି ଶିବ ଶଙ୍କର ଉଲାକା, ପୂର୍ବତନ ଜିଲା ଯୁବମୋର୍ଚ୍ଚା ସଭାପତି ଦେବାଶିଷ ପଣ୍ଡା, ଶାନ୍ତନୁ ସୁବୁଦ୍ଧି ଓ ସମର୍ଥକମାନେ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରକାଶ ଥାଉକି, ଜିଲା ଭାଜପା କାର୍ଯ୍ୟାଳୟଠାରେ ଜିଲା ନିର୍ବାଚନ ଅଧିକାରୀ ଦେବେନ୍ଦ୍ର ମହାନ୍ତିଙ୍କ ନିକଟରେ ଭାଜପାର ରାୟଗଡ଼ା ଜିଲା ସଭାପତି ପାଇଁ ଶନିବାର ୧୩ ଜଣ ଆଶାୟୀ ଆବେଦନ କରିଥିଲେ। ସେମାନେ ହେଲେ ଶିବଶଙ୍କର ଉଲାକା, କାଳିରାମ ମାଝି, ରାମଚନ୍ଦ୍ର ବେହେରା, ଏମ.ଗୋପୀ ଆନନ୍ଦ, ପଦ୍ମନାଭ ଦାଶ, ୱାଇ.ଗଣପତି ରାଓ, ହଳଧର ହିମିରିକା, ମଞ୍ଜୁଳା ମିଣିଆକା, ହଳଧର ମିଶ୍ର, ଗୁଣନିଧି ବାଗ, ଶ୍ୟାମସୁନ୍ଦର ଦାଶ, ୟାଲା ଭେଙ୍କେଟେଶ୍ୱର ରାଓ ଏବଂ ଭାସ୍କର ପଣ୍ଡା ।

ତେବେ ଜିଲା ସଭାପତି ନାମ ଘୋଷଣା ପରେ ଗୋପୀ ଆନନ୍ଦ ଦଳର ସଂଗଠନ ସୁଦୃଢ଼ କରିବା ସହିତ ଜିଲାରେ ଦଳକୁ ମଜଭୁତ କରିବେ ବୋଲି କହିଛନ୍ତି। ଏଥିସହିତ ସେ ସମସ୍ତ ରାଜ୍ୟସ୍ତରୀୟ ଓ ଜିଲାସ୍ତରୀୟ ନେତାଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri