Posted inଜାତୀୟ

ଉଜବେକିସ୍ତାନ ଯିବା ପୂର୍ବରୁ ମୋଦିଙ୍କ ପ୍ରଥମ ପ୍ରତିକ୍ରିୟା

ନୂଆଦିଲ୍ଲୀ,୧୫ ।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଉଜବେକିସ୍ତାନ ଯିବା ପୂର୍ବରୁ ତାଙ୍କର ଏକ ବୟାନ ଜାରି କରିଛନ୍ତି । ମୋଦି କହିଛନ୍ତି, ମୁଁ ସାଂଘାଇ ସହଯୋଗ ସଙ୍ଗଠନ(ଏସସିଓ)ରେ ରାଷ୍ଟ୍ରାଧ୍ୟକ୍ଷଙ୍କ ପରିଷଦର ଏକ ବୈଠକରେ ଯୋଗ ଦେବାକୁ ଉଜବେକିସ୍ତାନ ରାଷ୍ଟ୍ରପତି ମିର୍ଜିଓଜେବଙ୍କ ନିମନ୍ତ୍ରଣ ରକ୍ଷା କରି ସମରକନ୍ଦ ଯାତ୍ରା କରୁଛି । ଏସସିଓ ସମ୍ମିଳନୀରେ ଚାଇନା, ପାକିସ୍ତାନ ଓ ରୁଷିଆର ରାଷ୍ଟ୍ରାଧ୍ୟକ୍ଷ ବି ସାମିଲ ହେବେ ।
ମୋଦି କହିଛନ୍ତି, ଏସସିଓ ଶିଖର ସମ୍ମିଳନୀରେ ଗ୍ରୁପ ମଧ୍ୟରେ ସାମୟିକ ମୁଦ୍ଦା, ବିସ୍ତାର ଓ ସହଯୋଗକୁ ମଜଭୁତ କରିବାକୁ ବିଚାରର ଆଦାନ ପ୍ରଦାନ କରିବା ଆଶା କରୁଛି । ଉଜବେକ ଅଧ୍ୟକ୍ଷତାରେ ବ୍ୟବସାୟ, ଅର୍ଥ ବ୍ୟବସ୍ଥା, ସଂସ୍କୃତି ଓ ପର୍ଯ୍ୟଟନ କ୍ଷେତ୍ରରେ ପରସ୍ପର ମଧ୍ୟରେ କିଛି ନିର୍ଣ୍ଣୟ ନିଆଯାଇପାରେ ବୋଲି ଅନୁମାନ କରାଯାଉଛି ।
ଯିବା ପୂର୍ବରୁ ମୋଦି କହିଛନ୍ତି, ସମରକନ୍ଦରେ ମୁଁ ରାଷ୍ଟ୍ରପତି ମିର୍ଜିଓଜେବଙ୍କ ସହ ସାକ୍ଷାତ୍ କରିବାକୁ ଉତ୍ସାହିତ ରହିଛି । ୨୦୧୮ରେ ମୁଁ ତାଙ୍କ ଭାରତ ଯାତ୍ରାକୁ ମନେ ପକାଉଛି । ସେ ୨୦୧୯ରେ ଭାଇବ୍ରାଣ୍ଟ ଗୁଜରାଟ ସମିଟରେ ଗେଷ୍ଟ ଅଫ ଅନର ଭାବେ ଯୋଗ ଦେଇଥିଲେ । ଏହା ବ୍ୟତୀତ ମୁଁ ଶିଖର ସମ୍ମିଳନୀରେ ଭାଗ ନେଉଥିବା କେତେଜଣ ଅନ୍ୟ ନେତାଙ୍କ ସହ ଦ୍ୱିପାକ୍ଷିୟ ବୈଠକ କରିବି ବୋଲି ମୋଦି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ଧୂଳି ଚଟାଇ ସ୍ବର୍ଣ୍ଣ ଜିତିଲା ଭାରତ

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ଦଳ ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତିଛି। ଫାଇନାଲ ମ୍ୟାଚରେ ପାକିସ୍ତାନକୁ ୧୯ ରନରେ ପରାସ୍ତ କରି ଭାରତ ଏହି ସ୍ବର୍ଣ୍ଣ…

Chanakya Niti: ଭୁଲ୍‌ରେ ବି କାହା ସହ ଶେୟାର କରନ୍ତୁନି ଏହି ୫ ଗୁପ୍ତ କଥା, ହୋଇପାରେ ବଡ଼ କ୍ଷତି

ଆଚାର୍ଯ୍ୟ ଚାଣକ୍ୟ ପ୍ରାଚୀନ ଭାରତର ଜଣେ ମହାନ ଦାର୍ଶନିକ, ଅର୍ଥନୀତିଜ୍ଞ, ଶିକ୍ଷକ ତଥା ମହାନ ରାଜନୀତିଜ୍ଞ ଥିଲେ। ସମାଜର କଲ୍ୟାଣ ଏବଂ ସଫଳ ଜୀବନଯାପନ ପାଇଁ ସେ…

ତେଲ ବଜାରରେ ହଇଚଇ: ପେଟ୍ରୋଲ ୫ ଓ ଡିଜେଲ ୩ଟଙ୍କା ବଢିଲା; ଜାଣନ୍ତୁ ନୂଆ ରେଟ୍‌

ନୂଆଦିଲ୍‌ଲୀ,୩।୧୦: ଦେଶର ପ୍ରମୁଖ ଘରୋଇ ଇନ୍ଧନ କମ୍ପାନୀ ‘ନାୟରା ଏନର୍ଜି’ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି କରିଛି। କମ୍ପାନୀ ପେଟ୍ରୋଲ ଦରରେ ଲିଟର…

ଗୁଡ଼ାରୀରୁ ଭୁବନେଶ୍ୱରକୁ ବସ୍‌ ଚଳାଚଳ ଦାବି: ସାଇକେଲ ଯାତ୍ରାବେଳେ ଅଧାବାଟରେ ଅସୁସ୍ଥ ହେଲେ ପ୍ରମୋଦ

ଗୁଣପୁର,୩ା୧୦(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ୍‌ ଚଳାଚଳ ଦାବିରେ ଗାନ୍ଧୀ ଜୟନ୍ତୀରୁ ସାଇକେଲ ଯାତ୍ରା ଆରମ୍ଭ କରିଥିବା ଆନ୍ଦୋଳନକାରୀ ପ୍ରମୋଦ…

ସୁବର୍ଣ୍ଣରେଖାରେ ଗାଧୋଇବାବେଳେ ବୁଡ଼ିଗଲେ ଅଣ ଓଡ଼ିଆ ପର୍ଯ୍ୟଟକ

ବାଲେଶ୍ୱର,୩ା୧୦(ବାଞ୍ଛାନିଥି ଦେ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ରାଜଘାଟ ନିକଟରେ ସୁବର୍ଣ୍ଣରେଖା ନଦୀରେ ଶନିବାର ଗାଧୋଇବା ବେଳେ ଜଣେ ଅଣ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

କ୍ରିସ ଗେଲଙ୍କୁ ପଛରେ ପକାଇ ଇତିହାସ ଚରିଲେ ଅଭିଷେକ ଶର୍ମା

ନୂଆଦିଲ୍ଲୀ,୩।୧୦: ଅଭିଷେକ ଶର୍ମା ୨୦୨୬ ଏସୀୟ କ୍ରୀଡ଼ା (Asian Games) ଫାଇନାଲରେ ଇତିହାସ ସୃଷ୍ଟି କରିଛନ୍ତି। ସେ ପାକିସ୍ତାନ ବିପକ୍ଷରେ ୨୮ଟି ବଲରେ ୬୧ ରନର ଏକ…

ଛୋଟ କଥାରୁ ବଡ଼ କାଣ୍ଡ: ବୋହୂ ଉପରକୁ ଗରମ ତେଲ ଫୋପାଡ଼ିଲେ ଶାଶୁ

ଖଇରା,୩ା୧୦(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ଖଇରା ଥାନା ଅଧୀନ ମଠ ନୂଆଗାଁ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ବାଡ଼ିରୁ ଏକ ମନ୍ଦାର ଗଛ ଡାଳ…

୬,୬,୬,୬,୬,୬… ପାକିସ୍ତାନୀ ବୋଲରଙ୍କୁ ଧୋଇଲେ ଅଭିଷେକ, ୨୦ ବଲରେ କଲେ…

ନୂଆଦିଲ୍ଲୀ,୩।୧୦: ୨୦୨୬ ଏସୀୟ କ୍ରୀଡ଼ା ଫାଇନାଲରେ ପାକିସ୍ତାନ ବିପକ୍ଷରେ ଅଭିଷେକ ଶର୍ମା ଏକ ଦମଦାର ଇନିଂସ ଖେଳିଥିଲେ। ସେ ପାକିସ୍ତାନୀ ବୋଲିଂ ଆକ୍ରମଣକୁ ଧ୍ୱସ୍ତବିଧ୍ୱସ୍ତ କରି ମାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?