ଏସ୍‌ପିପିଏଲ୍‌ର ଏମ୍‌-ପିଏଚ୍‌ୟୁ ଉଦ୍‌ଘାଟିତ

ଭୁବନେଶ୍ୱର,୨୮।୭:ରାଜ୍ୟର ପ୍ରମୁଖ ଘରୋଇ ବନ୍ଦର ସୁବର୍ଣ୍ଣରେଖା ପୋର୍ଟ ପ୍ରାଇଭେଟ୍‌ ଲିମିଟେଡ୍‌ (ଏସ୍‌ପିପିଏଲ୍‌) ପକ୍ଷରୁ ନିକଟରେ ଏକ ମୋବାଇଲ ପବ୍ଲିକ ହେଲ୍‌ଥ ୟୁନିଟ୍‌ (ଏମ୍‌-ପିଏଚୟୁ)ର ଶୁଭାରମ୍ଭ କରାଯାଇଛି। ବିଶେଷକରି ବାଲେଶ୍ୱର ଜିଲାର ବାଲିଆପାଳ ଅଞ୍ଚଳରେ ସ୍ବାସ୍ଥ୍ୟସେବାକୁ ସହଜରେ ଉପଲବ୍ଧ କରାଇବା ପାଇଁ ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ ସହଭାଗିତାରେ ଏସ୍‌ପିପିଏଲ୍‌ ଉକ୍ତ ଏମ୍‌-ପିଏଚୟୁକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ଫକୀର ମୋହନ ବିଶ୍ୱବିଦ୍ୟାଳୟର କୁଳପତି ଡ.ସନ୍ତୋଷ କୁମାର ତ୍ରିପାଠୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଏସ୍‌ପିପିଏଲ୍‌ର କାର୍ଯ୍ୟନିର୍ବାହୀ ଅଧିକାରୀ ସୁଶାନ୍ତ କୁମାର ମିଶ୍ରଙ୍କ ସମେତ ଟାଟା ଷ୍ଟିଲ୍‌ ଫାଉଣ୍ଡେଶନ ଓ ଏସ୍‌ପିପିଏଲ୍‌ର ବହୁ ବରିଷ୍ଠ ଅଧିକାରୀ, କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ଅପରପକ୍ଷରେ ବାଲିଆପାଳ ବ୍ଲକର ମୋଟ ୧୦ ଗ୍ରାମପଞ୍ଚାୟତ ସହିତ ୨୮ ଗ୍ରାମରେ ବ୍ୟାପକ ସ୍ବାସ୍ଥ୍ୟସେବା ଯୋଗାଇବାକୁ ଏଭଳି ଏକ ଅଭିନବ ବ୍ୟବସ୍ଥା କରାଯାଇଛି। ଏହି ୟୁନିଟ୍‌ ଗ୍ରାମବାସୀଙ୍କ ମଧ୍ୟରେ ସ୍ବାସ୍ଥ୍ୟଗତ ସଚେତନତା ସୃଷ୍ଟି କରାଇବା ସହିତ ବିଭିନ୍ନ ସ୍ବାସ୍ଥ୍ୟ ପରୀକ୍ଷା ଏବଂ ଗୁରୁତ୍ୱପୂର୍ଣ୍ଣ ସ୍ବାସ୍ଥ୍ୟସେବା ଉପଲବ୍ଧ କରାଇବ। ସେହିଭଳି ଉକ୍ତ ସେବା ପାଇଁ କୌଣସି ଆର୍ଥିକ ଦେୟ ଦେବାକୁ ପଡିବ ନାହିଁ। ଏପରିକି ଗ୍ରାମବାସୀଙ୍କ ଆବଶ୍ୟକ ସ୍ବାସ୍ଥ୍ୟସେବାକୁ ସୁନିଶ୍ଚିତ କରି ଏହି ୟୁନିଟ୍‌ଟି ମାଗଣା ଔଷଧ ବଣ୍ଟନ କରିବ। ବିଶେଷକରି ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ଦୀର୍ଘସ୍ଥାୟୀ ପରିବର୍ତ୍ତନ ଆଣିବା ଏହି ଭ୍ରାମ୍ୟମାଣ ଜନସ୍ବାସ୍ଥ୍ୟ ୟୁନିଟ୍‌ର ମୂଳ ଲକ୍ଷ୍ୟ ରହିଛି ବୋଲି କମ୍ପାନୀ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

BSNL ଆଣିଲା iPhoneଠାରୁ ବି ମହଙ୍ଗା ଫୋନ୍, ଦାମ୍ ୧.୩୪ ଲକ୍ଷ ଟଙ୍କା; ଜାଣନ୍ତୁ ଏଥିରେ କ’ଣ ରହିଛି ଖାସ୍‌

ନୂଆଦିଲ୍ଲୀ, ୯।୭: ସରକାରୀ ଟେଲିକମ୍ କମ୍ପାନୀ ବିଏସଏନଏଲ୍ (BSNL) ଭାରତରେ ଏକ ନୂଆ ସାଟେଲାଇଟ୍ ଫୋନ୍ ଲଞ୍ଚ କରିଛି। ଏହି ଫୋନ୍‌ଟି ବିଶେଷ କରି ବ୍ୟବସାୟିକ ତଥା…

ଭାଙ୍ଗିଲା ସବୁ ରେକର୍ଡ; ଗୋଟିଏ ଦିନରେ ୬,୭୦୦ ଟଙ୍କା ଶସ୍ତା ହେଲା ରୁପା, ସୁନା ବି…

ନୂଆଦିଲ୍ଲୀ, ୮।୭: ଯଦି ଆପଣ ସୁନା କିମ୍ବା ରୁପା କିଣିବାକୁ ଯୋଜନା କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ବଡ଼ ଖବର ଅଛି। ଆନ୍ତର୍ଜାତୀୟ ବଜାରଠାରୁ ଆରମ୍ଭ…

ଜିଓର ଦମଦାର୍ ପ୍ଲାନ୍ ‘JioTV Pro Pack’: ମାତ୍ର ୫୫ ଟଙ୍କାରେ ମିଳିବ ୧୦୦୦ରୁ ଅଧିକ ଲାଇଭ୍ ଟିଭି ଚ୍ୟାନେଲ୍‌

ନୂଆଦିଲ୍ଲୀ, ୮।୭: ରିଲାଏନ୍ସ ଜିଓ ନିଜ ଗ୍ରାହକମାନଙ୍କ ପାଇଁ ଏକ ଶସ୍ତା ଏବଂ ଦମଦାର୍ ଏଣ୍ଟରଟେନମେଣ୍ଟ ପ୍ଲାନ୍ ଲଞ୍ଚ କରିଛି। କମ୍ପାନୀ ମାତ୍ର ୫୫ ଟଙ୍କାରେ ନୂଆ…

ଏଣିକି WhatsAppରେ ମିଳିବ ଆୟୁଷ୍ମାନ କାର୍ଡର ସବୁ ସୁବିଧା; ଘରେ ବସି ଚେକ୍ କରନ୍ତୁ ବାଲାନ୍ସ, ସେଭ୍ କରନ୍ତୁ ଏହି ନମ୍ବର

ନୂଆଦିଲ୍ଲୀ, ୮।୭: ଦେଶର କୋଟି କୋଟି ଆୟୁଷ୍ମାନ ଭାରତ ହିତାଧିକାରୀଙ୍କ ପାଇଁ ଏକ ବଡ଼ ଖୁସି ଖବର। ଏବେ ଆୟୁଷ୍ମାନ କାର୍ଡର ବାଲାନ୍ସ ଏବଂ ଅନ୍ୟାନ୍ୟ ସେବା ବିଷୟରେ…

ଟ୍ରମ୍ପଙ୍କ ବୟାନ ପରେ ଶେୟାର ବଜାରରେ ହାହାକାର! ନିବେଶକଙ୍କ ବୁଡ଼ିଲା ୪ ଲକ୍ଷ କୋଟି

ନୂଆଦିଲ୍ଲୀ,୮।୭: ବୁଧବାର ଭାରତୀୟ ଶେୟାର ବଜାରରେ ଏକ ବଡ଼ ଧରଣର ଉତ୍ଥାନ ଦେଖିବାକୁ ମିଳିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏକ କଡ଼ା ବୟାନ ଅସ୍ଥିର ବିଶ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri