Posted inଖେଳ

ବିଶ୍ୱର ଏକମାତ୍ର ଅଧିନାୟକ ଭାବେ ଧୋନୀଙ୍କ ନାମରେ ରହିଛି ଏହି କୀର୍ତ୍ତିମାନ

ନୂଆଦିଲ୍ଲୀ, ୧୬।୮: ଭାରତୀୟ କ୍ରିକେଟ୍‌ର ସବୁଠାରୁ ସଫଳ ଅଧିନାୟକ ବିବେଚିତ ହୋଇଥିବା ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ଗ୍ରହଣ କରିଛନ୍ତି। ଧୋନୀ ଅବସର ନେବା ସହିତ ଭାରତୀୟ କ୍ରିକେଟ୍‌ର ଏହି ସର୍ବୋତ୍ତମ ଯୁଗର ଅବସାନ ଘଟିଛି। ଧୋନୀ ତାଙ୍କ କ୍ୟାରିୟର ଆରମ୍ଭରେ ଜଣେ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଭାବେ ବେଶ୍‌ ଖ୍ୟାତି ଅର୍ଜନ କରିଥିଲେ। ଏହାପରେ ଜଣେ ସଫଳ ଫିନିଶର୍‌ ଏବଂ ପରେ ଏହି ଝାଡ଼ଖଣ୍ଡ ଷ୍ଟାର୍‌ ବିଶ୍ୱର ସର୍ବଶ୍ରେଷ୍ଠ ଅଧିନାୟକ ଭାବେ ପରିଚୟ ସୃଷ୍ଟି କରିପାରିଥିଲେ। ଅଧିନାୟକ ଭାବେ ଧୋନୀ ଅନେକ ସଫଳତା ହାସଲ କରିଛନ୍ତି। ବିଶ୍ୱର ଏକମାତ୍ର ଅଧିନାୟକ ଭାବେ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି)ର ୩ଟି ଯାକ ଟ୍ରଫି ଜିତିଛନ୍ତି।


ଭାବେ ଧୋନୀ ପ୍ରଥମ ଆଇସିସି ଟ୍ରଫି ୨୦୦୭ ଟି୨୦ ବିଶ୍ୱକପ୍‌ ଜିତି ହାସଲ କରିଥିଲେ। ଟି୨୦ ବିଶ୍ୱକପ୍‌ର ଏହି ପ୍ରଥମ ସଂସ୍କରଣରେ ଧୋନୀଙ୍କୁ ନେତୃତ୍ୱ ନେବାର ସୁଯୋଗ ମିଳିଥିଲା। ଯୁବ ଖେଳାଳିଙ୍କୁ ନେଇ ଧୋନୀ ଫାଇନାଲରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୫ ରନରେ ପରାସ୍ତ କରି କ୍ୟାରିୟରର ପ୍ରଥମଥର ଲାଗି ବିଶ୍ୱକପ୍‌ ଟ୍ରଫି ହାତେଇଥିଲେ।
ଥର ଲାଗି ଧୋନୀ ଆଇସିସି ଟ୍ରଫି ୨୦୧୧ରେ ଜିତିଥିଲେ। ସେହିବର୍ଷ ଅନୁଷ୍ଠିତ ଆଇସିସି ଦିନିକିଆ ବିଶ୍ୱକପ୍‌ରେ ଧୋନୀଙ୍କ ନେତୃତ୍ୱରେ ଭାରତ ଚାମ୍ପିୟନ ହୋଇଥିଲା। ଏପ୍ରିଲ ୨ରେ ମୁମ୍ବାଇର ଓ୍ବାଙ୍ଖlଡେ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ଭାରତ ୬ ଉଇକେଟ୍‌ରେ ଶ୍ରୀଲଙ୍କାକୁ ହରାଇ ୨ୟଥର ଲାଗି ଦିନିକିଆ ବିଶ୍ୱକପ୍‌ ଜିତିଥିଲା। ଫାଇନାଲରେ ଧୋନୀ ୯୧ ରନର ଅପରାଜିତ ଇନିଂସ ଖେଳି ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।


ଅନୁଷ୍ଠିତ ଆଇସିସି ଚାମ୍ପିୟନ୍ସ ଟ୍ରଫି ମଧ୍ୟ ଭାରତ ଧୋନୀଙ୍କ ନେତୃତ୍ୱରେ ଜିତିଥିଲା। ଏଜ୍‌ବାଷ୍ଟନରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ଭାରତୀୟ ଦଳ ୫ ରନରେ ଘରୋଇ ଇଂଲଣ୍ଡକୁ ପରାସ୍ତ କରି ୨ୟ ଥର ଲାଗି ଏହି ସମ୍ମାନଜନକ ଟ୍ରଫି ହାସଲ କରିଥିଲା। ପୂର୍ବରୁ ୨୦୦୨ରେ ଭାରତ ଓ ଶ୍ରୀଲଙ୍କା ଯୁଗ୍ମଭାବେ ଆଇସିସି ଚାମ୍ପିୟନ୍ସ ଟ୍ରଫି ବିଜେତା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

କାଳବୈଶାଖୀ ବର୍ଷା ସହ କୁଆପଥର ମାଡ଼: ବେହାଲ ହେଲା ଅତାବିରା ଅଞ୍ଚଳ, ଚାଷୀକୂଳ ହତାଶ

ଅତାବିରା, ୬।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଅଞ୍ଚଳରେ ସୋମବାର କାଳବୈଶାଖୀ ଝଡବର୍ଷା ସହ ପ୍ରଚୁର କୁଆପଥର ମାଡ଼ ହୋଇଛି l ଫଳରେ ଅତାବିରା ଅଞ୍ଚଳ ବେହାଲ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL 2026: ପଏଣ୍ଟ ଟେବୁଲ ଶୀର୍ଷରେ ଆରସିବି

ବେଙ୍ଗାଲୁରୁ, ୬।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ରବିବାର ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୪୩ ରନରେ ଚେନ୍ନାଇ ସୁପର କିଙ୍ଗ୍ସକୁ ପରାସ୍ତ କରିଛି। ଅନ୍ୟପକ୍ଷେ କ୍ରମାଗତ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri