Posted inଖେଳ

ବିଶ୍ୱର ଏକମାତ୍ର ଅଧିନାୟକ ଭାବେ ଧୋନୀଙ୍କ ନାମରେ ରହିଛି ଏହି କୀର୍ତ୍ତିମାନ

ନୂଆଦିଲ୍ଲୀ, ୧୬।୮: ଭାରତୀୟ କ୍ରିକେଟ୍‌ର ସବୁଠାରୁ ସଫଳ ଅଧିନାୟକ ବିବେଚିତ ହୋଇଥିବା ମହେନ୍ଦ୍ର ସିଂ ଧୋନୀ ଶନିବାର ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ନ୍ୟାସ ଗ୍ରହଣ କରିଛନ୍ତି। ଧୋନୀ ଅବସର ନେବା ସହିତ ଭାରତୀୟ କ୍ରିକେଟ୍‌ର ଏହି ସର୍ବୋତ୍ତମ ଯୁଗର ଅବସାନ ଘଟିଛି। ଧୋନୀ ତାଙ୍କ କ୍ୟାରିୟର ଆରମ୍ଭରେ ଜଣେ ବିସ୍ଫୋରକ ବ୍ୟାଟ୍ସମ୍ୟାନ ଭାବେ ବେଶ୍‌ ଖ୍ୟାତି ଅର୍ଜନ କରିଥିଲେ। ଏହାପରେ ଜଣେ ସଫଳ ଫିନିଶର୍‌ ଏବଂ ପରେ ଏହି ଝାଡ଼ଖଣ୍ଡ ଷ୍ଟାର୍‌ ବିଶ୍ୱର ସର୍ବଶ୍ରେଷ୍ଠ ଅଧିନାୟକ ଭାବେ ପରିଚୟ ସୃଷ୍ଟି କରିପାରିଥିଲେ। ଅଧିନାୟକ ଭାବେ ଧୋନୀ ଅନେକ ସଫଳତା ହାସଲ କରିଛନ୍ତି। ବିଶ୍ୱର ଏକମାତ୍ର ଅଧିନାୟକ ଭାବେ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି)ର ୩ଟି ଯାକ ଟ୍ରଫି ଜିତିଛନ୍ତି।


ଭାବେ ଧୋନୀ ପ୍ରଥମ ଆଇସିସି ଟ୍ରଫି ୨୦୦୭ ଟି୨୦ ବିଶ୍ୱକପ୍‌ ଜିତି ହାସଲ କରିଥିଲେ। ଟି୨୦ ବିଶ୍ୱକପ୍‌ର ଏହି ପ୍ରଥମ ସଂସ୍କରଣରେ ଧୋନୀଙ୍କୁ ନେତୃତ୍ୱ ନେବାର ସୁଯୋଗ ମିଳିଥିଲା। ଯୁବ ଖେଳାଳିଙ୍କୁ ନେଇ ଧୋନୀ ଫାଇନାଲରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନକୁ ୫ ରନରେ ପରାସ୍ତ କରି କ୍ୟାରିୟରର ପ୍ରଥମଥର ଲାଗି ବିଶ୍ୱକପ୍‌ ଟ୍ରଫି ହାତେଇଥିଲେ।
ଥର ଲାଗି ଧୋନୀ ଆଇସିସି ଟ୍ରଫି ୨୦୧୧ରେ ଜିତିଥିଲେ। ସେହିବର୍ଷ ଅନୁଷ୍ଠିତ ଆଇସିସି ଦିନିକିଆ ବିଶ୍ୱକପ୍‌ରେ ଧୋନୀଙ୍କ ନେତୃତ୍ୱରେ ଭାରତ ଚାମ୍ପିୟନ ହୋଇଥିଲା। ଏପ୍ରିଲ ୨ରେ ମୁମ୍ବାଇର ଓ୍ବାଙ୍ଖlଡେ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ଭାରତ ୬ ଉଇକେଟ୍‌ରେ ଶ୍ରୀଲଙ୍କାକୁ ହରାଇ ୨ୟଥର ଲାଗି ଦିନିକିଆ ବିଶ୍ୱକପ୍‌ ଜିତିଥିଲା। ଫାଇନାଲରେ ଧୋନୀ ୯୧ ରନର ଅପରାଜିତ ଇନିଂସ ଖେଳି ଦଳକୁ ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ।


ଅନୁଷ୍ଠିତ ଆଇସିସି ଚାମ୍ପିୟନ୍ସ ଟ୍ରଫି ମଧ୍ୟ ଭାରତ ଧୋନୀଙ୍କ ନେତୃତ୍ୱରେ ଜିତିଥିଲା। ଏଜ୍‌ବାଷ୍ଟନରେ ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ଭାରତୀୟ ଦଳ ୫ ରନରେ ଘରୋଇ ଇଂଲଣ୍ଡକୁ ପରାସ୍ତ କରି ୨ୟ ଥର ଲାଗି ଏହି ସମ୍ମାନଜନକ ଟ୍ରଫି ହାସଲ କରିଥିଲା। ପୂର୍ବରୁ ୨୦୦୨ରେ ଭାରତ ଓ ଶ୍ରୀଲଙ୍କା ଯୁଗ୍ମଭାବେ ଆଇସିସି ଚାମ୍ପିୟନ୍ସ ଟ୍ରଫି ବିଜେତା ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ରୋହିତ ଶର୍ମାଙ୍କ ଏହି ଗୋଟିଏ ନିଷ୍ପତ୍ତି, ପଲଟାଇଦେଲା ବାଜି

ନୂଆଦିଲ୍ଲୀ,୧୯।୪: ଇଣ୍ଡିଆନ ପ୍ରିମିୟର ଲିଗ ଟି-୨୦ ମ୍ୟାଚ୍‌ରେ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗ୍ସକୁ ନଅ ରନ୍‌ରେ ପରାସ୍ତ କରିଛି। ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଟସ ଜିତିବା...

ଆଇପିଏଲ୍‌ରେ ଧମାଲ୍‌ କରୁଛନ୍ତି ଏହି ୫ ଅନ୍‌କ୍ୟାପ୍‌ଡ୍‌ ଖେଳାଳି: ଟି-୨୦ ବିଶ୍ୱକପ୍‌ରେ ମିଳିପାରେ ସ୍ଥାନ

ନୂଆଦିଲ୍ଲୀ,୧୯।୪:ସନରାଇଜର୍ସ ହାଇଦ୍ରାବାଦ ଓପନର୍‌ ଅଭିଷେକ ଶର୍ମାଙ୍କ ଆଇପିଏଲ୍‌ରେ ଚମତ୍କାର ପ୍ରଦର୍ଶନ କରୁଛନ୍ତି। ଚଳିତ ସିଜନରେ ଏପର୍ଯ୍ୟନ୍ତ ଅଭିଷେକ ୬ଟି ମ୍ୟାଚରେ ୨୧୧ ରନ ସଂଗ୍ରହ କରିଛନ୍ତି।...

ରୋଚକ ହେଉଛି ପର୍ପଲ-ଅରେଞ୍ଜ କ୍ୟାପ୍‌ ରେସ୍‌: ଜାଣନ୍ତୁ ଏବେ କିଏ ଅଛନ୍ତି…

ମୁମ୍ବାଇ,୧୯।୪: ପଞ୍ଜାବ କିଙ୍ଗସ ବିପକ୍ଷରେ ଜସପ୍ରୀତ ବୁମ୍‌ରା ଏକ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ। ଜସପ୍ରୀତ ବୁମ୍‌ରା ୩ ବ୍ୟାଟ୍ସମ୍ୟାନ ୪ ଓଭରରେ ୨୧ ରନ...

ମୁମ୍ବାଇ ଜିତିବା ସତ୍ତ୍ୱେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଲାଗିଲା ବଡ଼ ଝଟ୍‌କା

ମୁମ୍ବାଇ,୧୯।୪: ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ମୁମ୍ବାଇ ଇଣ୍ଡିଆନ୍ସ ପଞ୍ଜାବ କିଙ୍ଗସକୁ ୯...

ଧୋନୀଙ୍କୁ ବିଶ୍ୱକପ୍‌ ଲାଗି ରାଜି କରାଇବା ପ୍ରସଙ୍ଗରେ କ’ଣ କହିଲେ ରୋହିତ? ଦଳ ଘୋଷଣା ପୂର୍ବରୁ ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୧୮।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆ ଘୋଷଣା କରାଯିବା ବାକି ଅଛି। ହେଲେ କେଉଁ ଖେଳାଳିଙ୍କୁ ଚୟନ କରାଯିବ, କାହାକୁ ନୁହେଁ, ତାହାକୁ ନେଇ...

ଚେନ୍ନାଇରେ ସାମିଲ ହେଲେ ଏହି ଘାତକ ବୋଲର୍‌, ୪ ବଲ୍‌ରେ ରୋହିତ-ବିରାଟ-ପନ୍ତଙ୍କ ଉଇକେଟ ନେଇ ଥିଲେ ଚର୍ଚ୍ଚାରେ

ନୂଆଦିଲ୍ଲୀ,୧୮।୪: ଆଇପିଏଲ୍‌ ମଝିରୁ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)ରୁ ବାଦ୍‌ ପଡ଼ିଛନ୍ତି ଷ୍ଟାର କ୍ରିକେଟର ଡିଭନ୍‌ କନଓ୍ବେ। ସର୍ବାଧିକ ରନ୍‌ ସ୍କୋର କରିଥିବା ଏହି କ୍ରିକେଟର ପୁରା...

ପଡ଼ିଆକୁ ଓହ୍ଲାଇବା ମାତ୍ରେ ଇତିହାସ ରଚିବେ ରୋହିତ ଶର୍ମା

ରୋହିତ ଶର୍ମା ପ୍ରଥମ ସିଜିନ ଅର୍ଥାତ୍‌ ୨୦୦୮ ଠାରୁ ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ର ଏକ ଅଂଶ ରହିଆସିଛନ୍ତି। ରୋହିତ ହେଉଛନ୍ତି ଆଇପିଏଲର ଅନ୍ୟତମ...

ଆଇପିଏଲ୍‌ ମଝିରେ ଚେନ୍ନାଇ ସୁପର କିଙ୍ଗସକୁ ଲାଗିଲା ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୮।୪: ଚେନ୍ନାଇ ସୁପର କିଙ୍ଗସ ଆଇପିଏଲ ୨୦୨୪ରେ ଏପର୍ଯ୍ୟନ୍ତ ଭଲ ପ୍ରଦର୍ଶନ କରୁଛି, କିନ୍ତୁ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି। ଗତ ସିଜନରେ ସିଏସ୍‌କେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri