୧୭ରୁ ମା’ବିରଜାଙ୍କ ରଥଯାତ୍ରା

ଯାଜପୁର ଟାଉନ, ୧୩।୧୦ (ଡି.ଏନ୍‌.ଏ.): ଯାଜପୁରର ଅଧିଷ୍ଠାତ୍ରୀ ମା’ ବିରଜାଙ୍କ ରଥଯାତ୍ରା ଆସନ୍ତା ୧୭ ତାରିଖରୁ ଆରମ୍ଭ ହେବ। ରଥଯାତ୍ରା ସପକ୍ଷରେ ହାଇକୋର୍ଟଙ୍କ ନିଷ୍ପତ୍ତି ପରେ ସୋମବାର ଜିଲା ପ୍ରଶାସନ ଓ ମନ୍ଦିର ସେବାୟତଙ୍କ ଉପସ୍ଥିତିରେ ଜିଲାପାଳଙ୍କ କାର୍ଯ୍ୟାଳୟରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। କୋଡିଡ୍‌-୧୯ କଟକଣା ମାନି ରଥଯାତ୍ରା କରାଯିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି। ଆସନ୍ତା ୧୭ରୁ ୨୪ ତାରିଖ ପର୍ଯ୍ୟନ୍ତ ରଥଯାତ୍ରା ହେବ। ଏହା ପୂର୍ବରୁ ୩ଟି ପର୍ଯ୍ୟାୟରେ ସମସ୍ତ ସେବାୟତଙ୍କ କରୋନା ଟେଷ୍ଟ କରାଯିବ। ରଥଯାତ୍ରା ସମୟରେ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ ହେବ। କେବଳ ପୋଲିସ ଓ ସେବାୟତ ମା’ଙ୍କ ରଥ ଟାଣିବେ ବୋଲି ଜିଲାପାଳ ସୂଚନା ଦେଇଛନ୍ତି। ଟ୍ରାଫିକ ବ୍ୟବସ୍ଥା କଡ଼ାକଡ଼ି ଓ ଶାନ୍ତିଶୃଙ୍ଖଳାରେ ରଥଯାତ୍ରା ଶେଷ କରିବା ପାଇଁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯିବ ବୋଲି ଏସ୍‌ପି ଚରଣ ସିଂ ମୀନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ବଦାନ୍ୟତା: ଦୁଇ ମହିଳାଙ୍କୁ ପ୍ରତିମାସରେ ନିଜ ଆକାଉଣ୍ଟରୁ ପଠାଇବେ ଟଙ୍କା, ଜାଣନ୍ତୁ କେତେ…

ଖଡ଼ିଆଳ,୩୧।୮(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ କିରିକିଟା ଗ୍ରାମ ପଞ୍ଚାୟତର ଜଙ୍ଗଲ ପାହାଡ଼ ପରିବେଷ୍ଟିତ ଅପହଞ୍ଚ ଇଲାକା କପରଗଡ଼ରେ ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ…

ସ୍ବାବଲମ୍ବୀ ହୋଇ ଅନ୍ୟକୁ ରୋଜଗାରର ପଥ ଦେଖାଇଛନ୍ତି ମହିଳା, କଦଳୀ ଚାଷ କରିି ବବି ଲକ୍ଷପତି

ନୂଆପଡା,୩୧।୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡା ଅଭୟାରଣ୍ୟର ପାଦଦେଶରେ ଥିବା ବିଶିବାହାଲ ଗାଁ ମାଟି ଲେଖୁଛି ସଫଳତାର ନୂଆ କାହାଣୀ। ବିଶିବାହାଲ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରୁ ଦିବ୍ୟାଙ୍ଗ ନାବାଳିକାଙ୍କୁ ଉଠାଇ ନେବା ଘଟଣା ୧୦ କିମି ଦୂର ଗାଁରୁ ଉଦ୍ଧାର

ଛତ୍ରପୁର,୩୧।୮,(ଦିଲ୍ଲୀପି ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷର ଦିବ୍ୟାଙ୍ଗ ନାବାଳିକାକୁ ସମ୍ପର୍କୀୟ ପରିଚୟ ଦେଇ ଜଣେ ବ୍ୟକ୍ତି ଉଠାଇ ନେବା ଘଟଣାରେ…

ଶିକ୍ଷାରେ ନେତୃତ୍ୱ, ନେତୃତ୍ୱରେ ଶିକ୍ଷକ

କୁରୁକ୍ଷେତ୍ର ରଣଭୂମିରେ ଅର୍ଜୁନ ଯେତେବେଳେ ନିଜ କର୍ତ୍ତବ୍ୟ, ସମ୍ପର୍କ ଓ ଭବିଷ୍ୟତକୁ ନେଇ ଗଭୀର ଦ୍ୱନ୍ଦ୍ୱରେ ପଡ଼ିଥିଲେ, ସେତେବେଳେ ଭଗବାନ୍‌ କୃଷ୍ଣ ତାଙ୍କ ହାତରୁ ଗାଣ୍ଡୀବ ନେଇ…

ଅଙ୍କିତ ବାଲିୟାନ ହତ୍ୟାକାଣ୍ଡ: ୫ଦିନରେ ପୋଲିସ ଏନକାଉଣ୍ଟରରେ ୨ ସୁଟର ନିହତ

ଚଣ୍ଡିଗଡ଼,୩୧।୮: ଶାମଲି ପୋଲିସ ଏକ ଏନକାଉଣ୍ଟର ସମୟରେ ହରିୟାଣଭି ଗାୟକ ଅଙ୍କିତ ବାଲିୟାନଙ୍କ ହତ୍ୟାରେ ଜଡିତ ଦୁଇ ସନ୍ଦିଗ୍ଧଙ୍କୁ ଗୁଳି କରି ହତ୍ୟା କରିଛି। ଅଭିଯୁକ୍ତମାନଙ୍କୁ ସୁମିତ…

ବ୍ୟାୟାମ କରିବା ପୂର୍ବରୁ ହାଲିଆ ଲାଗୁଛି କି? ଯଦି ହଁ, ତେବେ…

ବ୍ୟାୟାମ ଆମ ସ୍ବାସ୍ଥ୍ୟ ପାଇଁ କେତେ ଉପକାରୀ ତାହା ବର୍ଣ୍ଣନା କରିବା ଅନାବଶ୍ୟକ। ଏହାପୂର୍ବରୁ ଆମକୁ କେତୋଟି ଦିଗ ପ୍ରତି ଧ୍ୟାନ ଦେବା ନିହାତି ଜରୁରୀ। ବ୍ୟାୟାମ…

ବରଗଡ଼ରେ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ବରଗଡ଼,୩୧ା୮(ପ୍ରେମାନନ୍ଦ ଖମାରୀ): ସାରା ରାଜ୍ୟରେ ଲଘୁଚାପଜନିତ ବର୍ଷା ଜାରି ରହିଥିବାବେଳେ ବରଗଡ଼ ଜିଲାରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅତି ଭୟଙ୍କର ବର୍ଷା ହେବାର ଆଶଙ୍କା ଦେଖାଦେଇଛି।…

ୟୁରୋପର ସର୍ବୋଚ୍ଚ ଶୃଙ୍ଗରେ ଭାରତୀୟ ମହିଳା

ଲକ୍ଷ୍ନୌ, ୩୧ା୮ (ପି.ଟି.) : ଲକ୍ଷ୍ନୌର ୪୩ ବର୍ଷୀୟା ଶିବାନୀ ମେହରୋତ୍ରା ସାଂସାରିକ ବନ୍ଧନରେ ଥାଇ ମଧ୍ୟ ବିଶ୍ୱର ଉଚ୍ଚତମ ଶୃଙ୍ଗଗୁଡ଼ିକୁ ଚଢ଼ି ନିଜର ଦୃଢ଼ ଇଚ୍ଛାଶକ୍ତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri