ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ: ଲକ୍ଷ ଭେଦ କଲେ ପ୍ରଭୁପାଦ ପ୍ରଧାନ

ଭବାନୀପାଟଣା,୧୩।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ ବିଜୟା ଦଶମୀ ଅବସରରେ ସ୍ଥାନୀୟ ନକଟିଗୁଡାଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ବର ଏକ ଭିନ୍ନ ସ୍ବତନ୍ତ୍ରତା ରହିଛି । ଲାଖମରା ପର୍ବ ମାଧ୍ୟମରେ ଲାଖବିନ୍ଧା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥାଏ । ବିଜୟଯାତ୍ରା ବା ରାଜ୍ୟଜୟର ପ୍ରତୀକ ଭାବେ ଏହି ପର୍ବ ପାଳିତ ହୁଏ । ଏହି ଅବସରରେ ଅପରାହ୍ନରେ ଛତ୍ର ବାହକ ମାଣିକେଶ୍ୱରୀଙ୍କ ବିଜୟ ପ୍ରତିମା ଛତ୍ରକୁ ଧରି ବାହୁକ,ମୁଣ୍ଡଛିନା, ସେବାୟତ ସହ ଜେନାବାଦ୍ୟ, ଘୁମୁରା ଓ ଘଣ୍ଟ ଘଣ୍ଟାର ତାଳେ ତାଳେ ମନ୍ଦିରରୁ ବାହାରି ପଶ୍ଚିମ ଉପକଣ୍ଠରେ ଥିବା ନକଟିଗୁଡା ଲାଖମରା ପଡିଆକୁ ଯାଇଥିଲେ । ସେଠାରର ଥିବା ଅସ୍ଥାୟୀ ମଣ୍ଡପରେ ଦେବୀଙ୍କ ଛତ୍ରକୁ ସ୍ଥାପନ କରାଯିବା ସହ ବିଧି ବିଧାନ ପୂର୍ବକ ପୂଜାର୍ଚ୍ଚନା ଓ ଛାଗଳ ବଳି ଦିଆଯାଇଥିଲା । ପରମ୍ପରା ଅନୁଯାୟୀ କଳାହାଣ୍ଡି ରାଜ ପରିବାର ସଦସ୍ୟ ଛତ୍ରକୁ ବନ୍ଦାପନା କରିବା ପରେ ଆରମ୍ଭ ହୋଇଥିଲା ଲାଖମରା ପର୍ବ । ଏକ ସୁଉଚ୍ଚ ଖମୱରେ ବନ୍ଧା ଯାଇଥିବା ମାଟି ହାଣ୍ଡିରେ ନିର୍ମିତ ଦେବୀଙ୍କ ଲାଖକୁ ଲକ୍ଷ୍ୟଭେଦ ପାଇଁ ଆରମ୍ଭ ହୋଇଥିଲା ପ୍ରତିଯୋଗିତା । ମାଟି ହାଣ୍ଡିରେ ମାଣିକେଶ୍ୱରୀଙ୍କ ପ୍ରସାଦ ଥାଏ । ଚଳିତ ବର୍ଷ ଏହି ପ୍ରତିଯୋଗିତାରେ ଅନେକ ଯୁବକ ସାମିଲ ହୋଇଥିଲେ।ସେଥିମଧ୍ୟରୁ ଭବାନୀପାଟଣା ସହରର ପୁରୁଣା ପଡ଼ାର ପ୍ରଭୁପାଦ ପ୍ରଧାନ ମାଟି ହାଣ୍ଡିରେ ନିର୍ମିତ ଦେବୀଙ୍କ ଲାଖକୁ ଲକ୍ଷ୍ୟଭେଦ କରି ପାରିଥିଲେ। ପରେ ଛତ୍ର ଜେନା ବାଦ୍ୟ ତାଳେ ତାଳେ ମନ୍ଦିର ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିଥିଲେ । ରୀତିନୀତି ଅନୁଯାୟୀ ରାଜ ପରିବାର ସଦସ୍ୟଙ୍କୁ ଅଭିଷିକ୍ତ ବ୍ରାହ୍ମଣ ମାନେ ଅପରାଜିତା ମନ୍ତ୍ରରେ ରାଜ୍ୟାଭିଷେକ କରାଇଥାନ୍ତି ।ପରେ ପରେ ମୂଳାଷ୍ଟମୀ ଠାରୁ ମାଣିକେଶ୍ୱରୀଙ୍କୁ ମୁଣ୍ଡବସା ପର୍ବରୁ ଆରମ୍ଭ ହୋଇଥିବା ଦଶହରା ପର୍ବରେ ରକ୍ତମୁଖା ହୋଇଥିବା ଦେବୀଙ୍କୁ ଶାନ୍ତ କରାଇବା ପାଇଁ ମନ୍ଦିର ଦ୍ୱାରରେ କଣ୍ଟାବାଡ ଦିଆଯାଇଥାଏ । ଆସନ୍ତା କୁମାର ପୂର୍ଣ୍ଣମୀରେ ଦେବୀଙ୍କ କଣ୍ଟାବାଡ ଫିଟା ଅନୁଷ୍ଠିତ ହେବ । ଲାଖମରା ପର୍ବକୁ ନେଇ ଶ୍ରଦ୍ଧାଳୁ ଓ ପ୍ରତିଯୋଗୀଙ୍କ ମଧ୍ୟରେ ବେଶ ଆନନ୍ଦ ଓ ଉତ୍ସାହ ଦେଖାଦେଇଥିବା ବେଳେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ଦେଖିବାକୁ ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ପ୍ରେମିକାଙ୍କୁ ଡାକ୍ତରଖାନାରେ ଛାଡି ପଳାଇଥିବା ପ୍ରେମିକ ଗିରଫ

ବ୍ରହ୍ମପୁର,୨୧ା୬(ସୁବାସ ଚନ୍ଦ୍ର ପାଢ଼ୀ ): ଅସୁସ୍ଥ ପ୍ରେମିକାଙ୍କୁ ଏମ୍‌କେସିଜି ମେଡିକାଲରେ ଛାଡି ପଳାଇଥିବା ଯୁବକ ବ୍ରହ୍ମପୁର ଶ୍ରୀରାମନଗର ୧୦ମ ଲାଇନର ତ୍ରିନାଥ ସାହୁ(୩୦)ଙ୍କୁ ବଡବଜାର ଥାନା ପୋଲିସ…

ମୁଜାଗଡ଼ ବିଦ୍ୟାଳୟରେ ଯୋଗ ଦିବସ

ଭଞ୍ଜନଗର,୨୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖେଳ ପଡ଼ିଆରେ ରବିବାର ପଞ୍ଚାୟତସ୍ତରୀୟ ଜନ କଲ୍ୟାଣ ଶିବିର ସହ ଯୋଗ…

ଇରାନକୁ ପୁଣି ଆକ୍ରମଣ ଧମକ ଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୧।୬: ସୁଇଜରଲାଣ୍ଡରେ ଆମେରିକା ସହ ଶାନ୍ତି ଆଲୋଚନାରେ ଇସ୍ରାଏଲ୍‌ ଏବଂ ଲେବାନନ୍‌ର ଆତଙ୍କବାଦୀ ଗୋଷ୍ଠୀ ହେଜ୍‌ବୋଲ୍ଲା ମଧ୍ୟରେ ଚାଲିଥିବା ଯୁଦ୍ଧ ମୁଖ୍ୟ ପ୍ରସଙ୍ଗ ହେବ ବୋଲି ଇରାନ…

୨ ବର୍ଷ ହେଲା ଖଲାସିଙ୍କୁ ମିଳୁନି ଟଙ୍କା, ଆନ୍ଦୋଳନ ଚେତାବନୀ

ଝରିଗାଁ,୨୧ା୬(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ପ୍ରଶାସନ ପକ୍ଷରୁ ବିଭିନ୍ନ ଧାନ ମଣ୍ଡିରେ ଖାଲାସିମାନେ ଧାନ ଓଜନ କରିଥିବା ବେଳେ ଦୁଇବର୍ଷ ଧରି ଖଲାସିମାନଙ୍କ…

ତାମିଲନାଡୁ ଗ୍ୟାସ ଟ୍ରାଜେଡି: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍‌ ହେବା ଯୋଗୁ ୭ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା…

ହଠାତ୍‌ ଢିଲା ହୋଇଗଲା ବସ୍‌ର ଷ୍ଟିଅରିଂ, ଡ୍ରାଇଭର ଏମିତି ଉପସ୍ଥିତି ବୁଦ୍ଧି ଖଟାଇବାରୁ…

ରିଆମାଳ,୨୧ା୬(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅନ୍ତର୍ଗତ ସୁରଙ୍ଗିପାଳ ନିକଟରେ ଆଜି ଶୁଭଲକ୍ଷ୍ମୀ ନାମକ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ରେଙ୍ଗାଲି ଡ୍ୟାମ୍‌…

ଧରାପଡ଼ିଲା ମଇଁଷି ବୋଝେଇ କଣ୍ଟେନର

କୋକସରା,୨୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଡ଼ଙ୍ଗରିଗୁଡ଼ା ନିକଟରେ ରବିବାର ବେଆଇନ ଭାବେ ଚାଲାଣ ହେଉଥିବା ମଇଁଷି ବୋଝେଇ କଣ୍ଟେନରକୁ ପୋଲିସ ଜବତ କରିଛି।…

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri