୩ରେ ଛତର୍‌ ଯାତ୍ରା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଭବାନୀପାଟଣା,୨୦।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସମ୍ମିଳନୀ ଗୃହରେ ଆସନ୍ତା ୩ ତାରିଖରେ ହେବାକୁ ଥିବା ମା’ ମାଣିକେଶ୍ୱରୀଙ୍କ ଛତର୍‌ ଯାତ୍ରା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

କଳାହାଣ୍ଡି ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଏଥିରେ ଅଧ୍ୟକ୍ଷତା କରିଥିଲେ। ମାଣିକେଶ୍ୱରୀ ମନ୍ଦିର ପକ୍ଷରୁ ଜାରି ସୂଚନା ଅନୁସାରେ ଆସନ୍ତା ୨ ତାରିଖ ମହାଷ୍ଟମୀ ପୂଜା ପରେ ମଧ୍ୟରାତିରୁ ଜେନାଖାଳକୁ ମା’ ଯିବେ। ପରେ ୩ ତାରିଖ ସକାଳ ୫ରେ ପୂଜା ଅର୍ଚ୍ଚନା ପରେ ମା’ଙ୍କ ପ୍ରସିଦ୍ଧ ଛତର୍‌ ଯାତ୍ରା ମନ୍ଦିର ଅଭିମୁଖେ ବାହାରିବ। ଏହି ସମୟରେ ଛତର୍‌ ଯାତ୍ରା ଭକ୍ତମାନଙ୍କ ଗହଣରେ ପୂର୍ବାହ୍ନ ୧୦.୩୦ରେ ମନ୍ଦିର ପ୍ରବେଶ କରିବ।

ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ସୁଶାନ୍ତ କୁମାର ପଟେଲ ଏଜେଣ୍ଡା ଅନୁଯାୟୀ ପ୍ରସ୍ତାବ ପାଠ କରିଥିଲେ। ଗୃହରେ ସମସ୍ତଙ୍କ ସହମତିରେ ପ୍ରସ୍ତାବ ଗ୍ରହଣ କରାଗଲା। ମା’ଙ୍କ ଛତର ଯାତ୍ରାକୁ ଶାନ୍ତିଶୃଙ୍ଖଳା ସହ ଶେଷ କରିବାକୁ ଜିଲାପାଳ ସମସ୍ତଙ୍କ ସହଯୋଗ ଲୋଡିଥିଲେ। ମା’ଙ୍କ ଛତର ଯାତ୍ରାରେ ରାଜାବାଟି ଦ୍ୱାରା ପୁରସ୍କୃତ ପ୍ରଥମ ଓ ୨ୟ ଘୁମୁରା ଦଳ ବ୍ୟତୀତ ପୋଲିସ ଦ୍ୱାରା ଚିହ୍ନଟ ଅନ୍ୟ ସାଂସ୍କୃତିକ ଦଳ ଅଂଶ ଗ୍ରହଣ କରିବେ। ବୈଠକରେ ଅତିରିକ୍ତ ଜିଲାପାଳ ଶରତ ଚନ୍ଦ୍ର ଶ୍ରୀଚନ୍ଦନ, ଧର୍ମଗଡ଼ ଉପଜିଲାପାଳ ସଚିନ ପାୱାର, ଭବାନୀପାଟଣା ପୌରପରିଷଦ ଅଧ୍ୟକ୍ଷା ସଂଯୁକ୍ତା ବେହେରା, କଳାହାଣ୍ଡି ତହସିଲଦାର ଉପେନ୍ଦ୍ର ଲୁହା, ଜିଲାପାଳଙ୍କ କାର୍ଯ୍ୟାଳୟ ବିଚାର ବିଭାଗୀୟ ଅଧିକାରୀ, ସହରର ବିଭିନ୍ନ ଦୁର୍ଗା ପୂଜା କମିଟି କର୍ମକର୍ତ୍ତା, ଓକିଲ ସଂଘ ସଭାପତି ସୁବ୍ରତ ବହିଦାର, ବରିଷ୍ଠ ଆଇନଜୀବୀ ଜଗନ୍ନାଥ ମୁଣ୍ଡଙ୍କ ସହ ମସ୍‌ଜିଦ କମିଟି ସଭ୍ୟ, ବିଭାଗୀୟ ଅଧିକାରୀ, ଗଣମାଧ୍ୟମ ପ୍ରତିନିଧି ପ୍ରମୁଖ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri