ମା ସର୍ବମଙ୍ଗଳା ଘାଟି ମୁଣ୍ଡିଆଣିଙ୍କ ଡଙ୍ଗର ଯାତ୍ରା ପାଳିତ

କୋକସରା,୨୦।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଗୋତମୁଣ୍ଡକୁ ଲାଗି ରହିଛି ସାହାଜଖୋଲ ସଂରକ୍ଷିତ ଜଙ୍ଗଲ । ଏହି ଅଞ୍ଚଳର ଜନଜାତି ଓ ଗ୍ରାମବାସୀ କେଉଁ ଏକ ଆବାହମାନ କାଳରୁ ଘଞ୍ଚ ଜଙ୍ଗଲ ମଧ୍ୟରେ ଥିବା ମା’ ସର୍ବମଙ୍ଗଳା ଘାଟି ମୁଣ୍ଡିଆଣୀଙ୍କୁ ପୂଜାକରି ଆସୁଛନ୍ତି । ଦେବୀଙ୍କ ଛତ୍ରଛାୟାରୁ ଗ୍ରାମବାସୀ ମାନେ ସୁସ୍ଥ ହୋଇ ଏହି ଅଞ୍ଚଳରେ ବସବାସ କରୁଥିବା ଯୋଗୁଁ ପ୍ରତିବର୍ଷ ଶ୍ରାବଣ ମାସ ପୂର୍ଣ୍ଣିମା ପରେ ପଡୁଥିବା ମଙ୍ଗଳବାର ଦିନ ଦେବୀ ସର୍ବମଙ୍ଗଳା ଘାଟି ମୁଣ୍ଡିଆଣୀଙ୍କୁ ପୂଜା କରାଯାଏ ।

ଡଙ୍ଗର ଯାତ୍ରା ନାମରେ ନାମିତ ଏହି ପର୍ବରେ ଗ୍ରାମବାସୀ ମାନେ ମିଳିତ ଭାବେ କାଳିସୀ ଓ ଗ୍ରାମ ପୁଝାରୀଙ୍କ ଗହଣରେ ଗୋତମୁଣ୍ଡା ଗ୍ରାମରୁ ପ୍ରାୟ ୩ କିମି ରାସ୍ତା ଚାଲିଚାଲି କାଳିସୀ ଓ ଲାଠି ଯାତ୍ରାରେ ବାହାରି ଜଙ୍ଗଲ ମଧ୍ୟରେ ଥିବା ଦେବୀଙ୍କ ଆସ୍ଥାନରେ ପହଞ୍ଚି ପୂର୍ବ ନିର୍ଦ୍ଧାରିତ ରିତିନୀତି ଅନୁସାରେ ପୂଜାର୍ଚ୍ଚନା କରିଥାନ୍ତି । ଜଙ୍ଗଲ ପରିବେଶ ମଧ୍ୟରେ ଥିବା ଦେବୀଙ୍କ ମନ୍ଦିରରେ ମାନସିକ ଧାରୀ ଶ୍ରଦ୍ଧାଳୁ ମାନେ ଶୁକ୍ଳ ଭୋଗ ସହ କୁକୁଡ଼ା ବୋଦା ବଳି ଦେଇ ନିଜର ମାନସିକ ପୁରଣ କରନ୍ତି ।

ଜନଶ୍ରୁତି ଅନୁସାରେ ଦଣ୍ଡପାଟ ଅଞ୍ଚଳର ଦେବୀ ଦଣ୍ଡ ପାଟିଆଣୀ ଏଠାରେ ପ୍ରଥମେ ପୂଜା ପାଉଥିବା ବେଳେ ଏହି ଡଙ୍ଗର ଯାତ୍ରା ପରେ ଦଣ୍ଡପାଟ ଅଞ୍ଚଳର ଲୋକମାନେ ନୂଆଖାଇ ପର୍ବ ପାଇଁ ପ୍ରସ୍ତୁତି ଆରମ୍ଭ କରିଥାନ୍ତି । ଏହି ଡଙ୍ଗର ଯାତ୍ରାରେ ଶତାଧିକ ମାନସିକ ଧାରୀମାନେ ମାଙ୍କ ନିକଟରେ ଶୁକ୍ଳ ଭୋଗ ସହ ପାରା, କୁକୁଡା ଓ ବୋଦା ବଳି ଦେଇ ନିଜର ମାନସିକ ପୂରଣ କରୁଥିବା ବେଳେ ପଶୁପକ୍ଷୀଙ୍କ ରକ୍ତରେ ଦେବୀଙ୍କ ପୀଠ ରକ୍ତରଞ୍ଜିତ ହୋଇପଡେ । ପଡୋଶୀ ରାଜ୍ୟ ଛତିଶିଗଡ ବସ୍ତର ଓ ନବରଙ୍ଗପୁର ଜିଲ୍ଲାରୁ ଶତାଧିକ ଶ୍ରଦ୍ଧାଳୁ ଏହି ଯାତ୍ରାକୁ ଆସିଥାନ୍ତି ।

ମଙ୍ଗଳବାର ମା ସର୍ବମଙ୍ଗଳା ଘାଟି ମୁଣ୍ଡିଆଣି ଡଙ୍ଗର ଯାତ୍ରାରେ ହଜାର ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳିଛି । ତଥାପି ଗ୍ରାମ୍ୟ କମିଟି ପକ୍ଷରୁ ଶ୍ରଦ୍ଧାଳୁଙ୍କୁ ସଚେତନ କରାଯାଇଛି । ଯାତ୍ରା କମିଟିର ସଭାପତି ହେମନ୍ତ ମାଝୀଙ୍କ ନେତୃତ୍ୱରେ ଗୋତୋମୁଣ୍ଡା ଗ୍ରାମର ଗଣା ମଳୟ ବାଗ, ଶିରା ଦେବିସିଂ ମାଝୀ, ଅଖିଳ ମାଝୀ, ଅମୁଲ୍ୟ ମାଝୀ, ମୁରଲୀ ଅନ୍ତି, ପୂର୍ଣ୍ଣଚନ୍ଦ୍ର ନାଏକ, ଭରତ ପୁଝାରୀ, ରତନ ମାଝୀ, ହିମାଂଚଳ ପୁଝାରି, ବଲରାମ ମାଝୀ, ମୁକୁନ୍ଦ ନାଗେସ, ପାର୍ଥବ ମାଝୀ, ପୂର୍ଣ୍ଣଚନ୍ଦ୍ର ନାଏକ, ନିରଞ୍ଜନ ବାଗ,କୁବେର ହଂସ, ବଲିୟାରସିଂ ମରେଇ, ସରପଞ୍ଚ ପ୍ରତିନିଧି ହିମାଞ୍ଚଳ ପୁଝାରୀ, ପ୍ରମୁଖ ଏହି ଘାଟି ମୁଣ୍ଡିଆଣି ଡଙ୍ଗର ଯାତ୍ରାରେ ଉପସ୍ଥିତ ରହି ସହଯୋଗ କରିଥିଲେ ।

ଦେବୀଙ୍କ ସେବକ ମନୋହର ପୁଝାରୀ, ପୀତାମ୍ବର ପୁଝାରୀ, ବଳି ପୀଠ ପୁଝାରୀ ଗଣନାଥ ପୁଝାରୀ ଦେବୀଙ୍କ ପୂଜାର୍ଚ୍ଚନା କରିଥିଲେ । ଏହି ଅବସରରେ ମାନସିକ ଧାରି ଶ୍ରଦ୍ଧାଳୁ ମାନେ ମାଙ୍କ ପାଖରେ ଶୁକ୍ଲଭୋଗ ସହ ରକ୍ତଭୋଗ ଅର୍ପଣ କରି ନିଜର ମାନସିକ ପୁରଣ କରିଥିଲେ ଓ ମନ୍ଦିର ପରିସରରେ ଥିବା ଜଙ୍ଗଲ ମଧ୍ୟରେ ମା ଙ୍କ ପ୍ରସାଦ ସେବନ କରିଥିଲେ । ଶାନ୍ତି ଶୃଙ୍ଖଳା ରକ୍ଷା କରିବା ପାଇଁ ଗୋତୋମୁଣ୍ଡା ଫାଣ୍ଡି ଅଧିକାରୀ ମନୋଜ ନାଏକଙ୍କ ସମେତ ଆଇ ଆର୍ ବି ଜବାନ ମାନେ ମୁତୟନ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?