ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ: ଝାଲିଆଗୋଛାକୁ ହରାଇଲା ହରିଗଡ଼

ଭଞ୍ଜନଗର,୨୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ନୁଆପଲ୍ଲୀଠାରେ ରବିବାରଠାରୁ ଆରମ୍ଭ ହୋଇଛି ମା’ ବଡ଼ରାଉଳ କ୍ରିକେଟ ଟୁର୍ଣ୍ଣାମେଣ୍ଟ। ଉଦ୍‌ଘାଟନୀ ମ୍ୟାଚ୍‌ ଝାଲିଆଗୋଛା ଓ ହରିଗଡ଼ ମଧ୍ୟରେ ହୋଇଥିଲା। ଏଥିରେ ହରିଗଡ଼ ୨୮ ରନ୍‌ରେ ବିଜୟୀ ହୋଇ ପରବର୍ତ୍ତୀ ରାଉଣ୍ଡକୁ ଉତ୍ତୀର୍ଣ୍ଣ ହୋଇଛି। ଝାଲିଆଗୋଛା ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ହରିଗଡ଼ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୦ ଓଭରରେ ୯୨ ରନ ସଂଗ୍ରହ କରିଥିଲା। ଦଳ ପକ୍ଷରୁ କାହ୍ନା ସର୍ବାଧିକ ୩୪ ରନ୍‌ ସଂଗ୍ରହ କରିଥିଲେ। ଜବାବରେ ଝାଲିଆଗୋଛା ନିର୍ଦ୍ଧାରିତ ଓଭରରେ ସମସ୍ତ ଉଇକେଟ୍‌ ହରାଇ ୬୪ ରନ୍‌ ସଂଗ୍ରହ କରିଥିଲା। ହରିଗଡ଼ର କାହ୍ନାଙ୍କୁ ମ୍ୟାନ୍‌ ଅଫ ଦି ମ୍ୟାଚ୍‌ ପୁରସ୍କାର ପ୍ରଦାନ କରାଯାଇଥିଲା। ଗଣେଶ ଓ ଅଶ୍ବିନୀ ଆମ୍ପାୟର ଦାୟିତ୍ୱରେ ଥିଲେ। ପବିତ୍ର ବେହେରା ସ୍କୋରର ଦାୟିତ୍ୱରେ ଥିଲେ। ଗାଲେରୀ ସରପଞ୍ଚ ପ୍ରତିନିଧି ଶଙ୍କର୍ଷଣ ମହାରଥା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଟୁର୍ଣ୍ଣାମେଣ୍ଟକୁ ଉଦ୍‌ଘାଟନ କରିଥିଲେ। ବ୍ରାହ୍ମଣପଦର ସରପଞ୍ଚ ବନମାଳୀ ଗୌଡ଼, ହରିଗଡ଼ ସରପଞ୍ଚ ପ୍ରତିନିଧି ମରାଠା ଦଳବେହେରା, ପୂର୍ବତନ ସରପଞ୍ଚ ପ୍ରତିନିଧି ଦିଲ୍ଲୀପ ବେହେରା, ସମାଜସେବୀ ବାବୁଲା ପାତ୍ର ଏବଂ ଜୀତେନ୍ଦ୍ର କୁମାର ସେଠୀ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସଞ୍ଜୀବ, ଟୁନା, କାଳିଆ, ଅରୁଣ, ସୁରେଶ, ବିଘ୍ନ, ରାଜୀବ, ରବି, ବିଜୟ ପ୍ରମୁଖ ଟୁର୍ଣ୍ଣାମେଣ୍ଟକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ସକାଳୁ ସକାଳୁ ଜଳଖିଆ ହୋଟେଲ କ୍ୟାବିନତଳୁ ଉଦ୍ଧାର ହେଲା ୨ କିଙ୍ଗ କୋବ୍ରା, ଲୋକେ ଦେଖି….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁର ନିଳାଞ୍ଚଳ ସାହୁଙ୍କ ଜଳଖିଆ ହୋଟେଲର କ୍ୟାବିନତଳୁ କିଙ୍ଗ କୋବ୍ରା ଉଦ୍ଧାର ହୋଇଛି…

ବିରାଟ କୋହଲିଙ୍କୁ ନେଇ ବଡ଼ କଥା କହିଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୨୯।୩: ଭାରତର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ପୁଣିଥରେ ତାଙ୍କ ବ୍ୟାଟ ସହିତ ଧମାଲ କରିଛନ୍ତି। IPL 2026 ର ଉଦଘାଟନୀ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର…

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା…

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା…

ଫର୍ମ ପୂରଣ କରିବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri