ମାର୍ଚ୍ଚ ୨ରୁ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା: ପ୍ରସ୍ତୁତି ସଭାରେ…       

ଦିଗପହଣ୍ଡି,୨୭।୧(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା ‘ ବାଙ୍କେଶ୍ୱରୀ ଙ୍କ ଦୋଳ ଯାତ୍ରା ନିମନ୍ତେ ମଙ୍ଗଳବାର ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ ସ୍ଥିତ ମା ‘ ଙ୍କ ମନ୍ଦିର ପରିସରରେ ଆୟୋଜିତ ସଭାରେ ଯାତ୍ରା କମିଟି ସଭାପତି ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ ଅଧ୍ୟକ୍ଷତା କରିଥଲେ। ଆସନ୍ତା ଫାଲଗୁନ ଶୁକ୍ଳପକ୍ଷ ଚତୁର୍ଦ୍ଦଶୀ ତିଥି ମାର୍ଚ୍ଚ ୨ ତାରିଖ ଠାରୁ ଚୈତ୍ର କୃଷ୍ଣପକ୍ଷ ପ୍ରତିପଦା ତିଥି ୪ ତାରିଖ ୩ ଦିନବ୍ୟାପୀ ଏହି ଯାତ୍ରା ମହୋତ୍ସବ ପ୍ରତିବର୍ଷ ଭଳି ଚଳିତବର୍ଷ ଖୁବ୍ ଧୁମ୍ ଧାମ ରେ କରାଯିବା ପାଇଁ ସଭାରେ ସର୍ବସମ୍ମତ ନିଷ୍ପତ୍ତି ନିଆଯାଇଥିଲା।

ଯାତ୍ରା ରେ ଲକ୍ଷାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ କୁ ଦୃଷ୍ଟିରେ ରଖି ଭିଡ଼ ନିୟନ୍ତ୍ରଣ ପାଇଁ ବ୍ୟାପକ ପୋଲିସ ଓ ସ୍ଵେଚ୍ଛାସେବୀ ମାନଙ୍କୁ ମୁତୟନ କରାଯିବା ନିମନ୍ତେ ସବିଶେଷ ଆଲୋଚନା କରାଯାଇଥିଲା।ଶ୍ରଦ୍ଧାଳୁ ମାନେ ଯେଭଳି ମା ‘ ଙ୍କୁ ସୁବିଧାରେ ଦର୍ଶନ କରିପାରିବେ ସେ ନେଇ ବାରିକେଟ କରାଯିବା ସହ ଶୃଙ୍ଖଳିତ ଧାଡ଼ି ଦର୍ଶନ ପାଇଁ ଯାତ୍ରା କମିଟି ପକ୍ଷରୁ ସମସ୍ତ ବନ୍ଦୋବସ୍ତ ପାଇଁ ସଭାରେ ଆଲୋଚନା କରାଯାଇଥିଲା।ସଭାରେ ଯାତ୍ରା କମିଟି ଉପସଭାପତି ତଥା ପୂର୍ବତନ ସରପଞ୍ଚ କେ.ସଞ୍ଜୀବ କୁମାର ରେଡ୍ଡୀ,ସମ୍ପାଦକ ତଥା ପୂର୍ବତନ ସରପଞ୍ଚ ଉପେନ୍ଦ୍ର ପ୍ରଧାନ,କୋଷାଧ୍ୟକ୍ଷ ସୁଦାମ ଦୋରା,ବଡ଼ଡୁମ୍ବୁଳା ପଞ୍ଚାୟତ ସରପଞ୍ଚ ଗୀତାଞ୍ଜଳୀ ଜାନି,ସମିତିସଭ୍ୟ ରମେଶ ଚନ୍ଦ୍ର ପାଢ଼ୀ,କାର୍ଯ୍ୟକର୍ତ୍ତା ସନ୍ତୋଷ କୁମାର ଜାନି,ରମେଶ ଗୌଡ଼,ପୂର୍ଣ୍ଣଚନ୍ଦ୍ର ପାତ୍ର, ସୀମାଞ୍ଚଳ ରେଡ୍ଡୀ, ତ୍ରିପତି ପାତ୍ର,ରଙ୍କ ନାୟକ ଙ୍କ ସମେତ କରପଡ଼ା,ବଡ଼ଡୁମ୍ବୁଳା, ବି. ତୁରୁବୁଡ଼ି, ଗୋକର୍ଣ୍ଣପୁର,ବାସୁଦେବପୁର, କଇଠଡ଼ା, ପଦ୍ମନାଭପୁର, ଜକର, ବମକେଇ ପ୍ରଭୃତି ବିଭିନ୍ନ ପଞ୍ଚାୟତ ଅଧିନ ଗାଁ ମାନଙ୍କରୁ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ସଭାରେ ଉପସ୍ଥିତ ରହି ବିଭିନ୍ନ ଆଲୋଚନା ରେ ଅଂଶଗ୍ରହଣ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri