ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ ଶକ୍ତିପୀଠ ମା ’ ନିଜ ବାଙ୍କେଶ୍ୱରୀ ମନ୍ଦିର ପରିସରରେ ଥିବା ଦାନହୁଣ୍ଡି ଶୁକ୍ରବାର ଖୋଲା ଯାଇଥିଲା। ସେଥିରୁ ୧୧ ଲକ୍ଷ ୯୩ ହଜାର ୬ ଶହ ଟଙ୍କା ମିଳିଥିବା ଜଣାପଡ଼ିଛି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମନ୍ଦିର ଉନ୍ନୟନ କମିଟି ସମ୍ପାଦକ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ପରିଚାଳନା କମିଟି ସଭାପତି ରବୀନ୍ଦ୍ର ମଲ୍ଲିକ, କାର୍ଯ୍ୟକର୍ତ୍ତା ରାମକୃଷ୍ଣ ଚୌଧୁରୀ,ଏଫ. ରାଜୀବ ରେଡ୍ଡୀ,ସରପଞ୍ଚ ଲିଙ୍ଗରାଜ ଦୋରା, ପୂର୍ବତନ ସରପଞ୍ଚ ଅସିତ କୁମାର ସାହୁ,ରାଜ କିଶୋର ମହାନ୍ତିଙ୍କ ସମେତ ପରିଚାଳନା କମିଟିର ବହୁ ସଂଖ୍ୟକ କର୍ମକର୍ତ୍ତା ଓ ସଭ୍ୟ ବୃନ୍ଦଙ୍କ ଉପସ୍ଥିତିରେ ୫ଟି ଦାନ ହୁଣ୍ଡି ଖୋଲାଯାଇ ଭକ୍ତ ମାନଙ୍କ ପକ୍ଷରୁ ପ୍ରଦତ୍ତ ଅର୍ଥରାଶି ଗଣତି କରାଯାଇଥିଲା।
ସମୟ ଅଭାବରୁ ମନ୍ଦିର ପରିସରରେ ଥିବା ଆଉ ଏକ ଦାନହୁଣ୍ଡି ଖୋଲା ଯାଇନଥିବା ଜଣାପଡ଼ିଛି। ପରବର୍ତ୍ତୀ ସମୟରେ ଏହି ଦାନ ହୁଣ୍ଡି ଖୋଲାଯିବା ନିମନ୍ତେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ସ୍ଥିର କରାଯାଇଥିବା ଜଣାପଡ଼ିଛି। ଦାନହୁଣ୍ଡିରୁ ମିଳିଥିବା ଅର୍ଥରାଶିକୁ ପରିଚାଳନା କମିଟି ସଭାପତିଙ୍କୁ ହସ୍ତାନ୍ତର କରାଯାଇଥିଲା। ପରବର୍ତ୍ତୀ ସମୟରେ ଏହି ଅର୍ଥରାଶିକୁ ମନ୍ଦିର ପରିଚାଳନା କମିଟି ଯୁଗ୍ମ ବ୍ୟାଙ୍କ ଖାତାରେ ଜମା କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା। ଗତ ୨ ବର୍ଷ ପୂର୍ବେ ଦାନହୁଣ୍ଡି ଖୋଲା ଯାଇ ସେଥିରୁ ୯ ଲକ୍ଷ ଟଙ୍କା ମିଳିଥିଲା। ଦାନହୁଣ୍ଡିରୁ ଏବଂ ଅନଲାଇନ ମାଧ୍ୟମରେ ଭକ୍ତ ମାନଙ୍କ ଠାରୁ ମିଳିଥିବା ପ୍ରାୟ ୩୦ ଲକ୍ଷ ଟଙ୍କା ବ୍ୟାଙ୍କ ଜମାଖାତା ରେ ଥିବା ଜଣାପଡ଼ିଛି। ମନ୍ଦିରର ଉନ୍ନୟନ କାର୍ଯ୍ୟ ଚାଲୁ ରହିଛି। ମନ୍ଦିର ରୋଷେଇ ଗୃହ ନିର୍ମାଣ ନିମନ୍ତେ ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର ତାଙ୍କ ହାତପାଣ୍ଠି ରୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ତାଙ୍କ ଉଦ୍ୟମରେ ରାସ୍ତା ମର ମରାମତି କାର୍ଯ୍ୟ ଚାଲୁ ରହୁଥିବାରୁ ମନ୍ଦିର ପରିଚାଳନା କମିଟି ପକ୍ଷରୁ ସାଧୁବାଦ ଜ୍ଞାପନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri