ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ ଶକ୍ତିପୀଠ ମା ’ ନିଜ ବାଙ୍କେଶ୍ୱରୀ ମନ୍ଦିର ପରିସରରେ ଥିବା ଦାନହୁଣ୍ଡି ଶୁକ୍ରବାର ଖୋଲା ଯାଇଥିଲା। ସେଥିରୁ ୧୧ ଲକ୍ଷ ୯୩ ହଜାର ୬ ଶହ ଟଙ୍କା ମିଳିଥିବା ଜଣାପଡ଼ିଛି। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମନ୍ଦିର ଉନ୍ନୟନ କମିଟି ସମ୍ପାଦକ ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ପରିଚାଳନା କମିଟି ସଭାପତି ରବୀନ୍ଦ୍ର ମଲ୍ଲିକ, କାର୍ଯ୍ୟକର୍ତ୍ତା ରାମକୃଷ୍ଣ ଚୌଧୁରୀ,ଏଫ. ରାଜୀବ ରେଡ୍ଡୀ,ସରପଞ୍ଚ ଲିଙ୍ଗରାଜ ଦୋରା, ପୂର୍ବତନ ସରପଞ୍ଚ ଅସିତ କୁମାର ସାହୁ,ରାଜ କିଶୋର ମହାନ୍ତିଙ୍କ ସମେତ ପରିଚାଳନା କମିଟିର ବହୁ ସଂଖ୍ୟକ କର୍ମକର୍ତ୍ତା ଓ ସଭ୍ୟ ବୃନ୍ଦଙ୍କ ଉପସ୍ଥିତିରେ ୫ଟି ଦାନ ହୁଣ୍ଡି ଖୋଲାଯାଇ ଭକ୍ତ ମାନଙ୍କ ପକ୍ଷରୁ ପ୍ରଦତ୍ତ ଅର୍ଥରାଶି ଗଣତି କରାଯାଇଥିଲା।
ସମୟ ଅଭାବରୁ ମନ୍ଦିର ପରିସରରେ ଥିବା ଆଉ ଏକ ଦାନହୁଣ୍ଡି ଖୋଲା ଯାଇନଥିବା ଜଣାପଡ଼ିଛି। ପରବର୍ତ୍ତୀ ସମୟରେ ଏହି ଦାନ ହୁଣ୍ଡି ଖୋଲାଯିବା ନିମନ୍ତେ ମନ୍ଦିର ପରିଚାଳନା କମିଟି ପକ୍ଷରୁ ସ୍ଥିର କରାଯାଇଥିବା ଜଣାପଡ଼ିଛି। ଦାନହୁଣ୍ଡିରୁ ମିଳିଥିବା ଅର୍ଥରାଶିକୁ ପରିଚାଳନା କମିଟି ସଭାପତିଙ୍କୁ ହସ୍ତାନ୍ତର କରାଯାଇଥିଲା। ପରବର୍ତ୍ତୀ ସମୟରେ ଏହି ଅର୍ଥରାଶିକୁ ମନ୍ଦିର ପରିଚାଳନା କମିଟି ଯୁଗ୍ମ ବ୍ୟାଙ୍କ ଖାତାରେ ଜମା କରାଯିବା ପାଇଁ ନିଷ୍ପତ୍ତି ହୋଇଥିଲା। ଗତ ୨ ବର୍ଷ ପୂର୍ବେ ଦାନହୁଣ୍ଡି ଖୋଲା ଯାଇ ସେଥିରୁ ୯ ଲକ୍ଷ ଟଙ୍କା ମିଳିଥିଲା। ଦାନହୁଣ୍ଡିରୁ ଏବଂ ଅନଲାଇନ ମାଧ୍ୟମରେ ଭକ୍ତ ମାନଙ୍କ ଠାରୁ ମିଳିଥିବା ପ୍ରାୟ ୩୦ ଲକ୍ଷ ଟଙ୍କା ବ୍ୟାଙ୍କ ଜମାଖାତା ରେ ଥିବା ଜଣାପଡ଼ିଛି। ମନ୍ଦିରର ଉନ୍ନୟନ କାର୍ଯ୍ୟ ଚାଲୁ ରହିଛି। ମନ୍ଦିର ରୋଷେଇ ଗୃହ ନିର୍ମାଣ ନିମନ୍ତେ ଦିଗପହଣ୍ଡି ବିଧାୟକ ଡ଼. ସିଦ୍ଧାନ୍ତ ମହାପାତ୍ର ତାଙ୍କ ହାତପାଣ୍ଠି ରୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ତାଙ୍କ ଉଦ୍ୟମରେ ରାସ୍ତା ମର ମରାମତି କାର୍ଯ୍ୟ ଚାଲୁ ରହୁଥିବାରୁ ମନ୍ଦିର ପରିଚାଳନା କମିଟି ପକ୍ଷରୁ ସାଧୁବାଦ ଜ୍ଞାପନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri