ଦିଗପହଣ୍ଡିରେ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା: ନାଚ ଗୀତରେ ଦୁଲୁକୁଛି ଓଡ଼ାସିଙ୍ଗି ଗାଁ

ଦିଗପହଣ୍ଡି,୫।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଓଡ଼ାସିଙ୍ଗି ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା ’ ରମାଦେବୀ ବୁଢ଼ୀଠାକୁରାଣୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ ହୋଇଛି। ଏହାକୁ ନେଇ ନାଚ ଗୀତରେ ଗାଁ ଦୁଲୁକୁଛି। ଯାତ୍ରା ପରିଚାଳନା କମିଟି ସଭାପତି ବାଲ ଗୋପାଳ ସାହୁ , ଉପସଭାପତି ପି . ରାମେଶ୍ୱର ପାତ୍ର , ସମ୍ପାଦକ ଜି . କ୍ଷେତ୍ର ମୋହନ ରେଡ୍ଡୀ , ସହ ସମ୍ପାଦକ ଅଜୟ ରେଡ୍ଡୀ , କୋଷାଧ୍ୟକ୍ଷ ଶଙ୍କର ସେଠୀ, ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଦେବହରି ଗୈାଡ , ସେବାୟତ କାଳିଆ ପାତ୍ର, ଭଗବାନ ପାତ୍ର , ବସନ୍ତ ପାତ୍ର, ସୁଦାମ ଚରଣ ପାତ୍ର, ଯାତ୍ରା ପରିଚାଳନା କମିଟି ସଦସ୍ୟ ବୃନ୍ଦ ଏବଂ ବହୁ ସଂଖ୍ୟକ ଗ୍ରାମବାସୀଙ୍କ ଉପସ୍ଥିତିରେ ରବିବାର ବିଳମ୍ବିତ ସନ୍ଧ୍ୟାରେ ଗ୍ରାମର ବୁଢ଼ୀ ଠାକୁରାଣୀ ମନ୍ଦିରରେ ପୂର୍ବ ପ୍ରଚଳିତ ନୀତିକାନ୍ତି ଅନୁଯାୟୀ ପୂଜାର୍ଚ୍ଚନା କରାଯିବା ପରେ ଯାତ୍ରା ପାଇଁ ମା’ଙ୍କୁ ଆବାହନ କରାଯାଇଥିଲା। ମା’ଙ୍କ ମସ୍ତକରୁ ଫୁଲମଣ୍ଡା ଖସିବା ପରେ ତାହାକୁ ତାଟରେ ରଖାଯାଇ ବିଭିନ୍ନ ନୃତ୍ୟ ବାଦ୍ୟ ବାଜଣା ଆତସବାଜି ଶୋଭାଯାତ୍ରା ସହ ଗ୍ରାମ ପରିକ୍ରମା କରାଯାଇଥିଲା।

ଆନ୍ଧ୍ରପ୍ରଦେଶର କାବିଟି କାଳୀ ନୃତ୍ୟ, ରାଜମହେନ୍ଦ୍ରିର ନବଦୁର୍ଗା ନୃତ୍ୟ ପଟୁଆର, ପଦ୍ମନାଭପୁରର ବାଘନାଚ ଓ ଘୋଡାନାଚ ଶୋଭାଯାତ୍ରାରେ ସାମିଲ ଥିଲା। ଗ୍ରାମର ଉପସ୍ଥିତ ବହୁ ସଂଖ୍ୟକ ମହିଳା ଶ୍ରଦ୍ଧାଳୁଙ୍କ ହୁଳହୁଳି ବାଦ୍ୟ ବାଜଣାର ତାଳେ ତାଳେ ମା’ ବୁଢ଼ୀ ଠାକୁରାଣୀ ଅସ୍ଥାୟୀ ଯାତ୍ରା ପୀଠରେ ପ୍ରବେଶ କରିଥିଲେ। ସୋମବାର ସକାଳୁ ଅସ୍ଥାୟୀ ଯାତ୍ରା ପୀଠରେ ମା’ଙ୍କ ପୂଜାର୍ଚ୍ଚନା ଆରମ୍ଭ ହୋଇଥିବା ବେଳେ ଆଖପାଖ ଅଞ୍ଚଳରୁ ଆସିଥିବା ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା।

ଦୀର୍ଘ ୧୨ ବର୍ଷ ପରେ ଗ୍ରାମରେ ଠାକୁରାଣୀ ଯାତ୍ରା ଅନୁଷ୍ଠିତ ହୋଇଥିବାରୁ ଗ୍ରାମବାସୀ ବେଶ ଉତ୍ସାହିତ ରହିଛନ୍ତି। ପ୍ରତ୍ୟେକ ଦିନ ଯାତ୍ରା ପୀଠରେ ସାଂସ୍କୃତିକ କାର୍ଯ୍ୟକ୍ରମ ସାଙ୍ଗକୁ ମିନା ବଜାର ଦୂରଦୂରାନ୍ତରୁ ଆସୁଥିବା ଶ୍ରଦ୍ଧାଳୁଙ୍କୁ ବେଶ ଆକର୍ଷଣ କରିବ ବୋଲି ଯାତ୍ରା କମିଟି କହିଛନ୍ତି। ଅପରପକ୍ଷରେ ଯାତ୍ରାର ଦ୍ବିତୀୟ ଦିବସ ସନ୍ଧ୍ୟାରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଅଭିନେତା ସବ୍ୟସାଚ୍ଚୀ ମହାନ୍ତି , କଣ୍ଠଶିଳ୍ପୀ କିଶୋର ବେହେରା ଏବଂ ଅସିନାଙ୍କ ସଙ୍ଗୀତରେ ଦର୍ଶକ ତାଳେ ତାଳେ ଝୁମିଥିଲେ । ଆସନ୍ତା ୧୧ ତାରିଖ ଦିନ ମାଁ ସ୍ବମନ୍ଦିରକୁ ପ୍ରତ୍ୟାଗମନ କରିବେ ବୋଲି ଯାତ୍ରା କମିଟି ପକ୍ଷରୁ ସୂଚନା ଦିଆଯାଇଛି । ଯାତ୍ରା କମିଟି ସଭାପତି ବାଲ ଗୋପାଳ ସାହୁ , ଉପସଭାପତି ପି . ରାମେଶର ପାତ୍ର , ସଂପାଦକ ଜି . କ୍ଷେତ୍ର ମୋହନ ରେଡ୍ଡୀ , ସହ ସଂପାଦକ ଅଜୟ ରେଡ୍ଡୀ , କୋଷାଧ୍ୟକ୍ଷ ଶଙ୍କର ସେଠୀ , ସ୍ଥାନୀୟ ସରପଞ୍ଚ ପ୍ରତିନିଧି ଦେବହରି ଗୈାଡ , ସେବକ କାଳିଆ ପାତ୍ର , ଭଗବାନ ପାତ୍ର , ବସନ୍ତ ପାତ୍ର , ସୁଦାମ ଚରଣ ପାତ୍ର , ସିତାମା ସମେତ ଯାତ୍ରା କମିଟି ସଦସ୍ୟ ଓ ଗ୍ରାମବାସୀ ଉପସ୍ଥିତ ରହି ପରିଚାଳନାରେ ସହଯୋଗ ପ୍ରଦାନ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri