ମା’ଦଣ୍ଡ କାଳୀଙ୍କ ଯାତ୍ରା ଉଦ୍‌ଯାପିତ

ପୁରୁଷୋତ୍ତମପୁର,୧୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି। ଏନେଇ ପୁରୁଷୋତ୍ତମପୁର ସହରରେ ଏକ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇଥିଲା। ଏହି ଅବସରରେ ତୋଲ, ଝାଞ୍ଜ ଓ କଳାରୁଦ୍ରମଣିଙ୍କୁ ଭଜହେ ଧ୍ବନିରେ ସହର ପ୍ରକମ୍ପିତ ହୋଇଉଠିଥିଲା। ଏଠାରେ ୩ଟି ଦଣ୍ଡ ଯାତ୍ରା ଦଳ ଧୋବା ପୁଞ୍ଜା, ଗୌଡ଼ ପୁଞ୍ଜା ଓ ବିପତ୍ତି ହାରିଣି ତେଲି ପୁଞ୍ଜା ଭାବେ ରହିଛନ୍ତି।

ଅନ୍ୟପକ୍ଷେ ମା’ ଦଣ୍ଡକାଳିଙ୍କ ଉଦ୍‌ଯାପନୀ ଅବସରରେ ହଜାର ହଜାର ଭକ୍ତ ମା’ଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷାକରିଛନ୍ତି। ଏହା ସାଙ୍ଗକୁ ମାନସିକ ପୁରଣ ଲାଗି ଶତାଧିକ ମହିଳା ପ୍ରଚଣ୍ଡ ଖରାରେପୋଖରୀ ତୁଠରେ ଅଧିଆ ପଡିଥିଲେ। ଅଧିଆ ପଡ଼ିଲେ ନିଜ ମନସ୍କାମନା ପୂରଣ ହେବା ସହ ଫଳ ପ୍ରାପ୍ତି ହୋଇଥାଏ ବୋଲି ଲୋକ ବିଶ୍ୱାସ ରହିଛି। ତେଣୁ ଏହି ବିଶ୍ୱାସ ନେଇ ମହିଳାମାନେ ଅଧିଆ ପଡ଼ିଥାନ୍ତି।

ଦୀର୍ଘ ୨୧ଦିନ ଧରି ମାନସିକଧାରୀ ଭକ୍ତ ଘର ଛାଡି ସନ୍ୟାସୀ ଭାବେ ଆସି ଦଣ୍ଡ ଯାତ୍ରାରେ ଭୂକ୍ତା ଭାବେ ସାମିଲ ହୋଇଥାନ୍ତି। ଏପରି କି ଶିବ କାଳୀଙ୍କୁ ସାଙ୍ଗରେ ଧରି ଖାଲି ପାଦରେ ଚାଲି ବିଭିନ୍ନ ଗ୍ରାମ ପରିକ୍ରମା କରିଥାନ୍ତି। ରାତି ଅନିଦ୍ରା ରହି ଦିନକୁ ଥରେ ଖାଦ୍ୟ ଖାଇ ବ୍ରତ କରିଥାନ୍ତି। ଏପରିକି ମାନସିକଧାରୀ ଦାଣ୍ଡରେ କଠୋର ନୃତ୍ୟ କରିଥାନ୍ତି। ମଧ୍ୟାହ୍ନର ଟାଣ ଖରାରେ ଧୂଳି ଦଣ୍ଡ କରାଯାଉଥିବା ବେଳେ ପୋଖରୀରେ ପାଣିଦଣ୍ଡ ଓ ରାତିରେ ଅଗ୍ନି ଦଣ୍ଡ ପରିବେଷଣ କରି ମାନସିକ ପୂରଣ କରିଥାନ୍ତି। ମେରୁ ଯାତ୍ରାରେ ମୁଖ୍ୟ ପାଟ ଭୂକ୍ତାଙ୍କୁ ଅଗ୍ନି କୁଣ୍ଡରେ ଲଟକାଇ ରଖାଯିବା ପରେ ଦଣ୍ଡ ଯାତ୍ରା ସମାପନ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri