ମା’ ଦଣ୍ଡକାଳୀଙ୍କ ପ୍ରସିଦ୍ଧ ୨୧ ଦିନିଆ ଦଣ୍ଡଯାତ୍ରା ଆରମ୍ଭ: କଳାରୁଦ୍ରମଣିଙ୍କୁ ଭଜହେ ଧ୍ବନିରେ ପ୍ରକମ୍ପିତ…

ପୁରୁଷୋତ୍ତମପୁର,୨୫।୩(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିିଦ୍ଧ ଗଣପର୍ବ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡଯାତ୍ରା ଆରମ୍ଭ ହୋଇଛି। ଏଥିଲାଗି ପୁରୁଷୋତ୍ତମପୁର ସହର ସମେତ ସମଗ୍ର ଗଞ୍ଜାମ ଜିଲାରେ ଆଧାତ୍ମିକ ପରିବେଶ ସୃଷ୍ଟି ହେବାସହ ଢୋଲ, ଘଣ୍ଟ, ଝାଞ୍ଜ ସାଙ୍ଗକୁ କଳାରୁଦ୍ରମଣିଙ୍କୁ ଭଜହେ ଧ୍ବନିରେ ସମଗ୍ର ଗାଁଠୁ ସହର ପ୍ରକମ୍ପିତ ହେଉଛି। ସଭିଙ୍କ ଘର ଆଗରେ ପୂର୍ଣ୍ଣ କୂମ୍ଭ ରଖି ମ’ ଙ୍କ ଶରଣପଶିଛନ୍ତି ଭକ୍ତ । କେବଳ ଏହି ଦଣ୍ଡ ଯାତ୍ରାରେ ହିଁ ଶିବ ଓ କାଳୀଙ୍କୁ ଏକତ୍ର ପୂଜା କରାଯାଇଥାଏ। ଏହି ବ୍ରତ ପାଳନର ବିଶେଷ ମହତ୍ୱ ରହିଥିବା ବେଳେ ଏହାକୁ ପାଳନ କରିବାରେ ଅନେକ କଷ୍ଟ କରିବାକୁ ପଡ଼ିଥାଏ। ଏହି ବ୍ରତ ପାଳିବା ଦ୍ବାରା ଅସମ୍ଭବ କାର୍ଯ୍ୟ ସମ୍ଭବ ହୋଇଥାଏ ବୋଲି ଲୋକଙ୍କ ମଧ୍ୟରେ ଅଗାଧ ବିଶ୍ୱାସ ରହିଛି। ଏହି ବିଶ୍ବାସକୁ ନେଇ ଭକ୍ତମାନେ ଯେତେ କଷ୍ଟହେଲେବି ବ୍ରତକୁ ପାଳନ କରୁଛନ୍ତି। ପୁରୁଷୋତ୍ତମଗପୁର ସହରେ ଥିବା ୩ଟି ଦଣ୍ଡ ଯାତ୍ରାଦଳ ଧୋବା ପୁଞ୍ଜା, ବିପତ୍ତିହାରିଣୀ ତେଲି ପୁଞ୍ଜା ଓ ଗୌଡ ପୁଞ୍ଜାରେ ଶହଶହ ସଂଖ୍ୟାରେ ମାନସିକଧାରୀମାନେ ଭକ୍ତି ସହକାରେ ସାମିଲ ହୋଇଛନ୍ତି। ଏମାନେ ଦୀର୍ଘ ୨୧ ଦିନ କାଳ କଳାବସ୍ତ୍ରକୁ ପରିଧାନକରି ଶିବ କାଳୀଙ୍କୁ ସଙ୍ଗରେ ଧରି ସମଗ୍ର ଗଞ୍ଜାମ ଜିଲାର ବିଭିନ୍ନ ଗ୍ରାମକୁ ଖାଲି ପାଦରେ ଚାଲିଚାଲି ଯାଇ ମାନସିକଧାରୀ ନୃତ୍ୟ କରିଥାନ୍ତି। ମଧ୍ୟହ୍ନରେ ଟାଣ ଖରାରେ ଧୂଳି ଦଣ୍ଡ, ଅପରାହ୍ନରେ ନଦୀ କିମ୍ବା ପୋଖରୀରେ ଜଳଦଣ୍ଡ, ଅର୍ଦ୍ଧ୍ୱରାତ୍ରରେ ଅଗ୍ନିଦଣ୍ଡକୁ ପରିବେଷଣ କରିବାରେ ଲାଗିଛନ୍ତିା ଏହା ସହ ଭୂକ୍ତାମାନେ ଆମ୍ବ ପତ୍ରରେ ଦାନ୍ତ ଶୋଧିତ କରି, ଖୋଲା ଆକାଶ ତଳେ ଖରାରେ ବର୍ଷାରେ ନିଘାଞ୍ଚନ ସ୍ଥାନରେ ରହିବା ସହ ଦିନକୁ ଗୋଟିଥର ନିଶବ୍ଦ ରାତ୍ରରେ ଅକଟା ଅବଟା, ଅଫୁଟା ଖାଦ୍ୟ ଖାଇବେ। ଏହାସହ ଜନସାଧାରଣଙ୍କ ମନୋରଞ୍ଜନ ଲାଗି ଧୋବପୁଞ୍ଜା ଅଧିକାରୀ ଭାସ୍କର ସେଠୀ, ବିପତିହାରିଣୀ ତେଲିପୁଞ୍ଜାଅଧିକାରୀ ପ୍ରକାଶଚନ୍ଦ୍ର ବେହେରା, ଓ ଗୌଡପୁଞ୍ଜା ଅଧିକାରୀ ବିଣାଗୌଡଙ୍କ ତତ୍ୱାବଧାନରେ ସାମାଜିକ ନାଟକମାନ ପରିବେଶଣ କରାଯିବ। ଆସନ୍ତା ମେଷସଂକ୍ରାନ୍ତି ବା ପଣା ସଂକ୍ରାନ୍ତିରେ ଉଦ୍‌ଯାପିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri