ମା’ ଦଣ୍ଡକାଳୀଙ୍କ ପ୍ରସିଦ୍ଧ ୨୧ ଦିନିଆ ଦଣ୍ଡଯାତ୍ରା ଆରମ୍ଭ: ମା’ଙ୍କ ଶରଣ ପଶିଲେ ଭକ୍ତ

ଛତ୍ରପୁର, ୨୫।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ପ୍ରସିିଦ୍ଧ ଗଣପର୍ବ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡଯାତ୍ରା ଆରମ୍ଭ ହୋଇଛି। ଏଥିଲାଗି ଛତ୍ରପୁର ସହରଓ ଆଖ /ପାଖ ଗ୍ରାମ ସମେତ ସମଗ୍ର ଗଞ୍ଜାମ ଜିଲାରେ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହେବାସହ ଢୋଲ, ଘଣ୍ଟ, ଝାଞ୍ଜ ସାଙ୍ଗକୁ କଳାରୁଦ୍ରମଣିଙ୍କୁ ଭଜହେ ଧ୍ବନିରେ ସମଗ୍ର ଗାଁଠୁ ସହର ପ୍ରକମ୍ପିତ ହେଉଛି। ସଭିଙ୍କ ଘର ଆଗରେ ପୂର୍ଣ୍ଣ କୂମ୍ଭ ରଖି ମା’ଙ୍କ ଶରଣ ପଶିଛନ୍ତି ଭକ୍ତ । କେବଳ ଏହି ଦଣ୍ଡ ଯାତ୍ରାରେ ହିଁ ଶିବ ଓ କାଳୀଙ୍କୁ ଏକତ୍ର ପୂଜା କରାଯାଇଥାଏ। ଏହି ବ୍ରତ ପାଳନର ବିଶେଷ ମହତ୍ତ୍ୱ ରହିଥିବାବେଳେ ଏହାକୁ ପାଳନ କରିବାରେ ଅନେକ କଷ୍ଟ କରିବାକୁ ପଡ଼ିଥାଏ। ଏହି ବ୍ରତ ପାଳିବା ଦ୍ବାରା ଅସମ୍ଭବ କାର୍ଯ୍ୟ ସମ୍ଭବ ହୋଇଥାଏ ବୋଲି ଲୋକଙ୍କ ମଧ୍ୟରେ ବିଶ୍ୱାସ ରହିଛି। ଏହି ବିଶ୍ବାସକୁ ନେଇ ଭକ୍ତମାନେ ଯେତେ କଷ୍ଟ ହେଲେ ବି ବ୍ରତକୁ ପାଳନ କରୁଛନ୍ତି। ଶହଶହ ସଂଖ୍ୟାରେ ମାନସିକଧାରୀମାନେ ଭକ୍ତି ସହକାରେ ସାମିଲ ହୋଇଛନ୍ତି। ଏମାନେ ଦୀର୍ଘ ୨୧ ଦିନ କାଳ ଶିବ କାଳୀଙ୍କୁ ସଙ୍ଗରେ ଧରି ସମଗ୍ର ଗଞ୍ଜାମ ଜିଲାର ବିଭିନ୍ନ ଗ୍ରାମକୁ ଖାଲି ପାଦରେ ଚାଲିଚାଲି ଯାଇ ମାନସିକଧାରୀ ନୃତ୍ୟ କରିଥାନ୍ତି। ମଧ୍ୟାହ୍ନରେ ଟାଣ ଖରାରେ ଧୂଳି ଦଣ୍ଡ, ଅପରାହ୍ନରେ ନଦୀ କିମ୍ବା ପୋଖରୀରେ ଜଳଦଣ୍ଡ, ଅର୍ଦ୍ଧ୍ୱରାତ୍ରରେ ଅଗ୍ନିଦଣ୍ଡକୁ ପରିବେଷଣ କରିବାରେ ଲାଗିଛନ୍ତି। ଏହା ସହ ଭକ୍ତମାନେ ଆମ୍ବ ପତ୍ରରେ ଦାନ୍ତ ଶୋଧିତ କରି, ଖୋଲା ଆକାଶ ତଳେ ଖରାରେ ବର୍ଷାରେ ନିଘାଞ୍ଚନ ସ୍ଥାନରେ ରହିବା ସହ ଦିନକୁ ଗୋଟିଥର ନିଶବ୍ଦ ରାତ୍ରରେ ଅକଟା ଅବଟା, ଅଫୁଟା ଖାଦ୍ୟ ଖାଇବେ।

ଏନେଇ ଛତ୍ରପୁର ବ୍ଲକ ଅନ୍ତର୍ଗତ ଲଣ୍ଡାବାଉଁଶ ଗାଁ ସମେତ ତୁଡୁକପଲ୍ଲୀ, ହୂମର, କମାପଲ୍ଲୀ, କେରାଣ୍ଡି ତୋଳା ନାରାୟଣପୁର ନନ୍ଦ ପଣ୍ଡା ପଲ୍ଲୀ, ବିପୁଳିଙ୍ଗୀ, ସୀତା ନଗର ଓ କୁଆଁପଲ୍ଲୀ ଆଦି ଗ୍ରାମରେ ମା ଦଣ୍ଡକାଳୀ ଙ୍କ ପୂଜା ଏହାସହ ଜନସାଧାରଣଙ୍କ ମନୋରଞ୍ଜନ ଲାଗି ସାମାଜିକ ନାଟକମାନ ପରିବେଶଣ କରାଯିବ। ପୂର୍ବତନ ସମିତି ସଭ୍ୟ ମଥୁରା ଚରଣ ସୁବୁଦ୍ଧି ସବୁ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଲଣ୍ଡାବାଉଁଶ ଗାଁ ଦଣ୍ଡକାଳୀ ଯାତ୍ରା କମିଟିର ଅଧିକାରୀ ଭାବେ ଦାୟିତ୍ୱ ନିର୍ବାହ କରୁଛନ୍ତି। ଆସନ୍ତା ମେଷ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତିରେ ଉଦ୍‌ଯାପିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?