ଦେବୀଗଡ଼ାରେ ମା’ଙ୍କୁ ମେଲାଣି

କଟକ ଅଫିସ,୭ା୧୦: ଶେଷ ହୋଇଛି ଦୁର୍ଗାପୂଜା। ଗୁରୁବାର ଧରାପୃଷ୍ଠରୁ ବିଦାୟ ନେଉଛନ୍ତି ଜଗଜ୍ଜନନୀ ମା’ ଦୁର୍ଗା। ଚଳିତବର୍ଷ କଟକ ସହରର ୧୭୨ଟି ମଣ୍ଡପରେ ପୂଜା ଆୟୋଜନ କରାଯାଇଥିଲା। ୨ ବର୍ଷର କୋଭିଡ୍‌ କଟକଣା ପରେ ଏବର୍ଷ ପୁଣି ଭସାଣି ଉତ୍ସବ ଆୟୋଜନ ହୋଇଛି। ଏଥିପାଇଁ କଟକ ସହରରେ ଦେଖିବାକୁ ମିଳିଥିଲା ଆଉ ଏକ ଉତ୍ସବର ପରିବେଶ। କେତେକ ସ୍ଥାନରେ ବୁଧବାର ରାତିରୁ ମା’ଙ୍କ ଭସାଣି ଉତ୍ସବ ଆରମ୍ଭ ହୋଇଥିଲା। ତେବେ ଉକ୍ତ ରାତିରେ ୯ଟି ମେଢ ଶୋଭାଯାତ୍ରାରେ ଯାଇ କାଠଯୋଡିର ଦେବୀଗଡାଠାରେ ବିସର୍ଜନ କରାଯାଇଥିବା ଜଣାପଡିଛି। ଗୁରୁବାର ସକାଳୁ ପୁଣି ଭସାଣି ଉତ୍ସବ ଅନୁଷ୍ଠିତ ହୋଇଥିଲା। ବିଭିନ୍ନ ମଣ୍ଡପରୁ ମା’ଙ୍କ ମୃଣ୍ମୟୀ ମୂର୍ତ୍ତିକୁ ଶୋଭାଯାତ୍ରାରେ ନିଆଯାଇଥିଲା। ହେଲେ ଏଥିରେ ବର୍ଷା ବାଧକ ସାଜିଥିଲା। ବର୍ଷା ଯୋଗୁ ମା’ଙ୍କ ମୃଣ୍ମୟୀ ମୂର୍ତ୍ତିକୁ ଜରି ଘୋଡାଇ ନିଆଯାଇଥିଲା। ବର୍ଷା ଲାଗି ରହିବାରୁ ଲୋକଙ୍କ ଉତ୍ସାହ କମିବାରେ ଲାଗିଥିଲା। ହେଲେ ସନ୍ଧ୍ୟାରେ ବର୍ଷା କମିବାରୁ ଲୋକଙ୍କ ଭିଡ଼ ଜମିବା ସହ ଉତ୍ସାହ ବଢିଥିଲା। ପାରମ୍ପରିକ ବାଦ୍ୟ, ଘଣ୍ଟ, ଶଙ୍ଖ ଧ୍ୱନିରେ ପ୍ରକମ୍ପିତ ହୋଇଥିଲା କଟକ ସହର। ବିଭିନ୍ନ ସ୍ଥାନରେ ଦଳମତ ନିର୍ବିଶେଷରେ ମେଢଗୁଡିକୁ ସମ୍ବର୍ଦ୍ଧିତ କରାଯାଇଥିଲା। ଭସାଣି ପାଇଁ ଦେବୀଗଡାରେ ୩ଟି ଅସ୍ଥାୟୀ ପୋଖରୀ ନିର୍ମାଣ କରାଯାଇଛି। ଉକ୍ତ ପୋଖରୀରେ ମେଢଗୁଡିକୁ ବିସର୍ଜନ କରାଯାଇଛି। ରିପୋର୍ଟ ଲେଖାଯିବାବେଳକୁ ୬୦ଟି ମେଢ ବିସର୍ଜିତ ହୋଇଥିବା ଜଣାପଡିଛି।
ଚଳିତବର୍ଷ ଦଶହରା ଓ ଭସାଣି ଉତ୍ସବକୁ ଶାନ୍ତିଶୃଙ୍ଖଳାର ସହ ସମ୍ପନ୍ନ କରିବା ପାଇଁ ମୋଟ୍‌ ୬୦ ପ୍ଲାଟୁନ୍‌ ଫୋର୍ସ ମୁତୟନ କରାଯାଇଥିଲା। ସେହିପରି ୬ ଜଣ ଅତିରିକ୍ତ ଡିସିପି, ୪୦ ଜଣ ଡିଏସ୍‌ପି/ଏସିପି, ୫୫ ଜଣ ଆଇଆଇସି, ୨୯୭ ଜଣ ଏସ୍‌ଆଇ ଏବଂ ଏଏସ୍‌ଆଇ, ୪୦ ମହିଳା ପୋଲିସ ଅଧିକାରୀ, ୨୦ ପିସିଆର୍‌, ୩ ସ୍ବତନ୍ତ୍ର ମୋବାଇଲ ଟିମ୍‌କୁ ମୁତୟନ କରାଯାଇଥିଲା। ଏଥିସହ ସହରର ବିଭିନ୍ନ ସ୍ଥାନରେ ୩୦୦ ସିସିଟିଭି କ୍ୟାମେରା ଲଗାଯାଇଥିଲା। ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, କଟକ ଡିସିପି ପିନାକ ମିଶ୍ର, ସିଏମ୍‌ସି କମିଶନର ନିଖିଲ ପୱନ କଲ୍ୟାଣ ପ୍ରମୁଖ ସୁରକ୍ଷା ବ୍ୟବସ୍ଥା ଅନୁଧ୍ୟାନ କରିଥିଲେ। ଡିଜିପି ସୁନୀଲ ବଂଶଲ ମଧ୍ୟ ନିୟମିତ ଭାବେ କଟକ ଡିସିପି ଓ କମିଶନରଙ୍କ ସହ ଯୋଗାଯୋଗ ରକ୍ଷା କରି ପରିସ୍ଥିତି ଉପରେ ନଜର ରଖିଥିଲେ। ଦୁର୍ଘଟଣାକୁ ରୋକିବା ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ୫ଟି ସ୍ଥାନରେ ଅସ୍ଥାୟୀ କେନ୍ଦ୍ର ଖୋଲାଯାଇଥିଲା। ଉଦ୍ଧାର କାର୍ଯ୍ୟରେ ବ୍ୟବହାର ପାଇଁ ଉପକରଣ, ବୋଟ୍‌, ଲାଇଫ ଜ୍ୟାକେଟ୍‌ ଆଦି ପ୍ରସ୍ତୁତ ରଖାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡିରେ ଲଜ୍ଜା: ପ୍ରାର୍ଥନା ବାହାନାରେ ନେଇ ମହିଳାଙ୍କୁ ବଳାତ୍କାର କଲେ…

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ପାଷ୍ଟିକୁଡି ଅଞ୍ଚଳରୁ ଏକ ଲଜ୍ଜା ଘଟଣା ସାମ୍ନାକୁ ଆସିଛି। ପ୍ରାର୍ଥନା ବାହାନାରେ ଜଣେ ଗର୍ଭବତୀ ମହିଳାଙ୍କୁ…

ରକ୍ଷାବନ୍ଧନରେ ଲାଗିବ ଚନ୍ଦ୍ରଗ୍ରହଣ: ଏହି ୩ ରାଶିଙ୍କ ଉପରେ ବଡ଼ ସଙ୍କଟ! ଜାଣନ୍ତୁ ଅଶୁଭ ପ୍ରଭାବରୁ ବଞ୍ଚିବାର ଉପାୟ

୨୭ ଅଗଷ୍ଟରେ ଶ୍ରାବଣ ପୂର୍ଣ୍ଣିମାର ଆରମ୍ଭ ସକାଳ ୯ଟା ୮ ମିନିଟରେ ହେବ। ଏହାର ସମାପ୍ତି ୨୮ ଅଗଷ୍ଟ ରାତି ୯ଟା ୪୮ ମିନିଟରେ ହେବ। ଏଭଳି…

ପିଲାମାନଙ୍କୁ ସଠିକ୍‌ ମାର୍ଗ ଦର୍ଶନ ସହ ଅଧିକ ସମୟ ଦେବାକୁ ପରାମର୍ଶ

ଗଞ୍ଜାମ,୧୨ା୮(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ଭାରତୀ ବିଦ୍ୟାପୀଠ କନ୍‌ଫରେନ୍ସ ହଲ୍‌ଠାରେ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଏକ ଦିନିକିଆ ପ୍ରଧାନଶିକ୍ଷୟିତ୍ରୀ/ଶିକ୍ଷକ ସମ୍ମିଳନୀ ଓ ନବ ଭାରତ ସାକ୍ଷରତା…

ମଦଦୋକାନରେ ନକଲି ଅବକାରୀ ଅଧିକାରୀ

ରାଜକନିକା,୧୨।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ସଦର କାଜୁବଗିଚାଠାରେ ନୂତନଭାବେ ଖୋଲାଯାଇଥିବା ଏକ ଠିପିବନ୍ଦ ମଦ ଦୋକାନରେ ଅବକାରୀ ଅଧିକାରୀ ପରିଚୟ ଦେଇ କାଗଜପତ୍ର…

ପ୍ରଥମଥର ଏକାକୀ ବିମାନ ଉଡ଼ାଇଲେ ଯୁବତୀ, ଆକାଶରେ ଥାଇ ବାପାଙ୍କୁ କହିଲେ ଏହି ଦୁଇ ଶବ୍ଦ, ହୃଦୟକୁ ଛୁଇଁଗଲା…

ବାପା ଏବଂ ଝିଅଙ୍କ ମଧ୍ୟରେ ସମ୍ପର୍କ ବହୁତ ସ୍ବତନ୍ତ୍ର ହୋଇଥାଏ। ଜଣେ ବାପା ହେଉଛନ୍ତି ପ୍ରଥମ ବ୍ୟକ୍ତି ଯିଏ ତାଙ୍କ ଝିଅର ସ୍ବପ୍ନରେ ବିଶ୍ୱାସ କରନ୍ତି। ପ୍ରତ୍ୟେକ…

ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ବୋଲେରୋ ଜବତ, ୬ ଗୋରୁ ଉଦ୍ଧାର

ତିହିଡ଼ି,୧୨।୮ (କାଳନ୍ଦି ବେହେରା): ଭଦ୍ରକ ଜିଲାର ଅନ୍ନପାଳ ହାଟ ପୋଲ ନିକଟରେ ଗୋରୁ ବୋଝେଇ ଏକ ବୋଲେରୋ ଗାଡ଼ି ଜବତ ହୋଇଛି। ଗାଡ଼ିରୁ ୬ଟି ଗୋରୁଙ୍କୁ ଉଦ୍ଧାର…

ମୁଁ ସବୁ ପ୍ରଶ୍ନର ଉତ୍ତର ଦେବି…କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନରେ ଚାଲିଥିବା ଅଚଳାବସ୍ଥା ମଧ୍ୟରେ ସମସ୍ତ ପ୍ରଶ୍ନର ଉତ୍ତର ଦେବାକୁ ପ୍ରସ୍ତୁତ ଥିବା କହିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ।…

ପୁଣି ମନ୍ଦିରକୁ ଟାର୍ଗେଟ କଲେ ଲୁଟେରା: ଦକ୍ଷିଣକାଳୀ ମନ୍ଦିରରେ ହୁଣ୍ଡି ଭାଙ୍ଗି ନେଇଗଲେ…

ପୁରୁଷୋତ୍ତମପୁର,୧୨।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ପୁଣି ଲୁଟେରାମାନେ ସକ୍ରିୟ ହୋଇ ମନ୍ଦିରକୁ ଟାର୍ଗେଟ୍‌ କରିଛନ୍ତି। ଗତ ୨୦୨୪ନଭେମ୍ବର ୬ ତାରିଖରେ ପ୍ରଶିଦ୍ଧ ଶକ୍ତିପୀଠ ମା’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri