ବିଦାୟ ନେଲେ ମା’ ଗଜଲକ୍ଷ୍ମୀ, ଶଙ୍ଖ ହୁଳହୁଳିରେ କମ୍ପିଲା ସହର: ପୁଣି ଆରବର୍ଷକୁ ଅପେକ୍ଷା

ପୁରୁଷୋତ୍ତମପୁର,୧୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଜଲକ୍ଷ୍ମୀଙ୍କ ଭସାଣି ଉତ୍ସବ ଆନନ୍ଦଉଲ୍ଲାସର ସହ ଅନୁଷ୍ଟିତ ହୋଇଯାଇଛି। ଶଙ୍ଖ ହୁଳହୁଳିର ନାଦ ସହ ବାଜବାଜଣାର ବିରାଟ ପଟୁଆରରେ ସହରବାସୀ ଭକ୍ତିର ପୂର୍ବକ ମା’ଙ୍କୁ ମେଲାଣି ଦେଇଛନ୍ତି। ହରିବୋଲ ହୁଳହୁଳି ଶବ୍ଦରେ ସମଗ୍ର ସହର ପ୍ରକମ୍ପିତ ହୋଇପଡିଥିବାବେଳେ ସହର ସାରା ଲୋକାରଣ୍ୟ ହୋଇପଡିଥିଲା। ରଥସାହିର ପୂଜା ମଣ୍ଡପରେ ପବିତ୍ର କୁମାର ପୂର୍ଣ୍ଣିମାଠାରୁ ଦୀର୍ଘ ଦଶ ଦିନ ଧରି ପୂଜା ପାଉଥିଲେ ମା’ ଗଜଲକ୍ଷ୍ମୀ ।

ଦୀର୍ଘ ୫୦ ବର୍ଷ ଧରି ଏହି ମଣ୍ଡପରେ ପ୍ରତିବର୍ଷ ଏପରି ମା’ ପୂଜା ପାଇ ଆସୁଛନ୍ତି। ଏଠାରେ ଭଷାଣୀବେଳେ ଏକ ନିଆରା ପରମ୍ପରା ରହିଛି। ଯାହାକି ମା’ ଗଜଲକ୍ଷ୍ମୀ ପୂଜା ମଣ୍ଡପରୁ ଉଠିବା ପରେ ପ୍ରଥମେ ସାହି ଆରମ୍ଭରେ ଏବଂ ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରକୁ ଯାଇ କାଳିଆ ସାଆନ୍ତଙ୍କୁ ଦର୍ଶନ କରିବା ସହ ଲକ୍ଷ୍ମୀ ନାରାୟଣଙ୍କ ଭେଟହେବା ପରେ ହିଁ ଭଷାଣୀ ଉସବକୁ ବାହାରିଥାନ୍ତି। ଲକ୍ଷ୍ମୀ ନାରାୟଣଙ୍କ ଏହି ଭେଟ ସମୟରେ ହେଉଥିବା ମହାଆଳତିକୁ ଦେଖିବା ସହ ଆର୍ଶୀବାଦ ଭିକ୍ଷା ଲାଗି ଶହ ଶହ ସଂଖ୍ୟାରେ ମହିଳା ଓ ପୁରୁଷଙ୍କ ଭିଡ଼ କମିଥିଲା। ଏହା ସହ ଭକ୍ତଙ୍କ ହରିବୋଲ ଓ ହୁଳହୁଳି ଶବ୍ଦରେ ଅଞ୍ଚଳ ପ୍ରକମ୍ପିତ ହୋଇଉଠି ସମ୍ପୂର୍ଣ୍ଣ ଆଧାତ୍ମିକ ପରିବେଶ ସୃଷ୍ଟି ହୋଇପଡିଥିଲା। ଶହଶହ ଭକ୍ତଙ୍କ ଗହଣରେ ମା’ ବିଦାୟ ନେଇଥିବାବେଳେ ପୁଣି ଆରବର୍ଷକୁ ମା’ଙ୍କ ଆସିବା ବାଟକୁ ଭକ୍ତ ମାନେ ଚାହିଁ ବସିଛନ୍ତି । ମା’ଙ୍କୁ ବିଦାୟ ଦେବାବେଳେ ସମସ୍ତଙ୍କ ଆଖି ଛଳଛଳ ହୋଇପଡିଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବାବା ଖଣ୍ଡୁଆଳଙ୍କ ମନ୍ଦିର ପ୍ରତିଷ୍ଠା ଉତ୍ସବ: ଯୋଗଦେଲେ ଲାଞ୍ଜିଗଡ ବିଧାୟକଙ୍କ ସହ…

ଥୁଆମୂଳ ରାମପୁର, ୨୮।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳ ଆମ୍ବପଦର ଗ୍ରାମପଞ୍ଚାୟତ ସ୍ଥିତ ଚୁଲବାଡି ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ…

ଦୁଷ୍କର୍ମ ମାମଲାରେ ଫେରାର୍ ଅଭିଯୁକ୍ତଙ୍କ ଆତ୍ମସମର୍ପଣ, ଅଙ୍ଗନବାଡି କର୍ମୀଙ୍କୁ….

ପାରଳାଖେମୁଣ୍ଡି,୨୮ା୧(ଗିରିଧାରୀ ପରିଛା) :ଗଜପତି ଜିଲା ଗୋଷାଣି ବ୍ଲକର ମଧୁସୁଦନପୁର ପଞ୍ଚାୟତର ସମିତି ସଭ୍ଯ ଆର. ବାସୁଦେବ ରାଓ ଜିଲା ନ୍ଯାୟାଳୟରେ ମଙ୍ଗଳବାର ଆତ୍ମସମର୍ପଣ କରିଛନ୍ତି । ଏନେଇ…

ଅଫିସକୁ ଚାଲି ଚାଲି ଆସିଲେ ସିଡିଓ, ବନ୍ଦ ଡାକରା ଯୋଗୁ…

କୋରାପୁଟ,୨୮।୧(ଅମିତାଭ ବେହେରା ): କୋରାପୁଟରେ ବନ୍ଦ ଡାକରାର ପଡ଼ିଛି ପ୍ରଭାବ। ଏଥିଯୋଗୁ ଗାଡି ମୋଟର ବନ୍ଦ ରହିଥିଲା। ଫଳରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ(ସିଡିଓ) ବେଣୁଧର ଶବର…

ରାୟଗଡା ସହରରେ ଜଣ୍ଡିସ ଆଶଙ୍କା, ସ୍ୱାସ୍ଥ୍ୟ ବିଭାଗର ତନାଘନା

ରାୟଗଡା,୨୮ା୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ସହର ଇନ୍ଦିରା ନଗର ଷଷ୍ଠ ଲେନ, କସ୍ତୁରୀ ନଗର ପ୍ରମଥ ଲେନ ଏବଂ କତୁରୁ ବସ୍ତିରେ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ସରକାରୀ ଜମି ଜବରଦଖଲକୁ ନେଇ ଉତ୍ତେଜନା, ଦିଗପହଣ୍ଡି ଥାନାରେ ହୋହଲ୍ଲା  

ଦିଗପହଣ୍ଡି,୨୮ା୧(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଏକାଧିକ ଏକର ସରକାରୀ ଜମି ଜବରଦଖଲକୁ କେନ୍ଦ୍ରକରି ଗତ ଦୁଇଦିନ ହେଲା ଗାଁରେ ଚାପା…

ପାଇଖାନା ଯାଇଥିବା ବେଳେ ପଡ଼ିଗଲା କାନ୍ଥ, ଅକାଳରେ ଚାଲିଗଲା ଜୀବନ

ପାଇକମାଳ,୨୮ା୧( ବଡ ଶତପଥୀ) : ବରଗଡ଼ ଜିଲା ପାଇକମାଳ ବ୍ଲକ୍ ମାଣ୍ଡୋସିଲ ଗାଁରେ ଅଭାବନୀୟ ଘଟଣା । ମଙ୍ଗଳବାର ଭୋର ୫ଟାରେ ପାଇଖାନା କାନ୍ଥ ପଡ଼ି ଜଣେ…

ନବନିର୍ମାଣ କୃଷକ ସଙ୍ଗଠନର ଓଡ଼ିଶା ବନ୍ଦ ଡାକରା, ଥୁଆମୂଳ ରାମପୁରରେ ମିଶ୍ରିତ ପ୍ରଭାବ

ଥୁଆମୂଳ ରାମପୁର, ୨୮ା୧ (ଦୁର୍ଗା କୀର୍ତ୍ତି): ରାଜ୍ୟରେ ଧାନ ବିକ୍ରିରେ ଅବ୍ୟବସ୍ଥା, ସ୍ମାର୍ଟ ମିଟର ନାମରେ ଟାଟା ପାୱାରର ଶୋଷଣ ଏବଂ ପରିବହନ କ୍ଷେତ୍ରରେ ମାତ୍ରାଧିକ ଜରିମାନା…

୨୯ରେ ଗଞ୍ଜାମରେ କୃଷ୍ଣସାର ମୃଗ ଗଣନା, କୌଣସି ଫଟୋ କି ତଥ୍ୟ ପ୍ରଘଟ କରିବେ ନାହିଁ ଛାତ୍ରୀଛାତ୍ର

ଭଞ୍ଜନଗର,୨୮ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଗର୍ବ ଓ ଗୌରବ ହେଉଛି କୃଷ୍ଣସାର ମୃଗ। ଏହି ମୃଗ ଘୁମୁସର ଦକ୍ଷିଣ ବନଖଣ୍ଡରେ ବହୁ ବର୍ଷ ପୂର୍ବେ ଦେଖା ଦେଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri