ଗଞ୍ଜାମରେ ମା’ ଗଜଲକ୍ଷ୍ମୀ ପୂଜା: ବର୍ଷାରେ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ଗଞ୍ଜାମ,୯।୧୦(ଡି.ଏନ୍‌.ଏ.): ପ୍ରତିବର୍ଷ ଭଳି ଚଳିତ ବର୍ଷ କୁମାରପୂର୍ଣ୍ଣିମା ଉପଲକ୍ଷେ ଗଞ୍ଜାମ ସହର ବଡ଼ ବଜାରଠାରେ ମା’ଗଜଲକ୍ଷ୍ମୀଙ୍କ ପୂଜା ରବିବାର ଆରମ୍ଭ ହୋଇଛି। ବଜାର ବଣିକ ସଂଘ ପକ୍ଷରୁ ପୂଜାର ଆୟୋଜନ କରାଯାଇଛି। ପ୍ରବଳ ବର୍ଷା ସତ୍ତ୍ୱେ ଅସ୍ଥାୟୀ ମଣ୍ଡପରେ ପୂଜା ପାଉଛନ୍ତି ମା’ ଗଜଲକ୍ଷ୍ମୀ। ଏନେଇ ଉତ୍ସବମୁଖର ହୋଇ ଉଠିଛି ସହର। ଆଲୋକ ମାଳାରେ ଝଲସି ଉଠିଛି ବଜାର। ତୁହାକୁ ତୁହା ବର୍ଷା ସତ୍ତ୍ୱେ ମା’ଙ୍କ ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଛି। ବଡ଼ ବଜାର ବଣିକ ସଂଘ ସଭାପତି ଗୌରୀ ଶଙ୍କର ବାରିକି, ସମ୍ପାଦକ କାହ୍ନୁଚରଣ ପଣ୍ଡା, କୋଷାଧ୍ୟକ୍ଷ ଜି ରାମଦାସ ରେଡ଼ି, ଉପସଭାପତି ଗଣେଶ ପଟ୍ଟନାୟକ, ବ୍ୟବସାୟୀ ରମେଶ ଚନ୍ଦ୍ର ମହାପାତ୍ର, ଜଗୁ ରେଡ଼ି, ଅନି ପଟ୍ଟନାୟକ ପ୍ରମୁଖ ପୂଜା ପରିଚାଳନା କରୁଥିବା ବେଳେ ସମସ୍ତ ବ୍ୟବସାୟୀ ସହଯୋଗ କରୁଛନ୍ତି। ମା’ଙ୍କ ପୂଜା ୯ ଦିନ ଚାଲିବ ବୋଲି ବଣିକ ସଂଘ ପକ୍ଷରୁ କୁହାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri