ମା’ ଗଜଲକ୍ଷ୍ମୀଙ୍କୁ ବିଦାୟ ଦେଲେ ଗଞ୍ଜାମ ସହରବାସୀ, ଶୋଭାଯାତ୍ରାରେ…

ଗଞ୍ଜାମ,୧୨।୧୦(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ ବଜାରଠାରେ ମହା ଆଡମ୍ବରରେ ଚାଲିଥିବା ମା’ ଗଜଲକ୍ଷ୍ମୀଙ୍କୁ ମେଲାଣି ପରେ ରବିବାର ବିଦାୟ ଦିଆଯାଇଛି। ୭ ଦିନ ମା’ ଅସ୍ଥାୟୀ ମଣ୍ଡପରେ ପୂଜା ପାଇବା ପରେ ମା’ ବିଦାୟ ନେଇଛନ୍ତି। ଏହି ଅବସରେ ମା’ଙ୍କ ପ୍ରତିମୃର୍ତ୍ତି ଏକ ବିରାଟ ଶୋଭାଯାତ୍ରାରେ ବଜାର ପରିକ୍ରମା କରାଯିବା ପରେ ଋଷିକୂଲ୍ୟା ନଦୀରେ ବିସର୍ଜନ କରାଯାଇଛି। ବିଭିନ୍ନ ଅତ୍ୟାଧୁନିକ ଆଲୋକମାଳାରେ ବଜାର ଝଲସୁଛି ଉଠୁଥିଲା l ପ୍ରତ୍ୟେକ ସାରେ ମା’ଙ୍କ ଆଳତି ସମୟରେ ଢୋଲିଆଙ୍କ ଢୋଲ ଶବ୍ଦରେ କମ୍ପି ଉଠୁଥିଲା ସହର l ଏଥିସହ ମା’ଙ୍କ ଜଣାଣ ସହ ଆଳତି ଦର୍ଶନ ପାଇଁ ଆଖପାଖ ଅଞ୍ଚଳର ବହୁ ଭକ୍ତଙ୍କ ଭିଡ଼ ଜମୁଥିବା ଦେଖିବାକୁ ମିଳିଥିଲା । ହୂମ୍ବର ଗ୍ରାମର ଢୋଲିଆ ଦଳର ଢୋଲିଆ ଦିନେଶ କୁମାର ଦାସ, ସନାତନ ଦାସ, ଗିନି ଘଣ୍ଟ ବାଦକ ଉମାକାନ୍ତ ଦାସ ଓ ଜଗା ପଲାଇଙ୍କ ସହ ଗାୟକ ରାମ ବେହେରା ମା ଗଜଲକ୍ଷ୍ମୀଙ୍କ ସଙ୍ଗୀତ ଗାନ କରିଥିଲେ। ଏହି ପୂଜା ଦୀର୍ଘ ତିରିଶି ବର୍ଷରୁ ଉର୍ଦ୍ଧ ହେବ ବଡ଼ ବଜାର ବଣିକ ସଂଘ ପକ୍ଷରୁ ଆୟୋଜିତ ହେଉଥିବା ସଙ୍ଘ ପକ୍ଷରୁ କୁହାଯାଇଛି। ଏହାକୁ ସଂଘ ସମ୍ପାଦକ କାହ୍ନୁ ଚରଣ ପଣ୍ଡା, କୋଷାଧକ୍ଷ ଜି ରାମଦାସ ରେଡି, ରମେଶ ମହାପାତ୍ର, ଦେବଦାସଙ୍କ ସମେତ ସଂଘ ସଦସ୍ୟମାନେ ପରିଚାଳନା କରୁଛନ୍ତି । ଶନିବାର ମା’ ଗଜଲକ୍ଷ୍ମୀଙ୍କ ଅସ୍ଥାୟୀ ପୂଜା ମଣ୍ଡପ ସମ୍ମୁଖରେ ଭଜନ ସମାରୋହ ଅନୁଷ୍ଠିତ ହୋଇଥିଲା l ପ୍ରତ୍ୟେକ ଦିନ ପରିଚାଳନା କମିଟି ପକ୍ଷରୁ ଅନ୍ନ ପ୍ରସାଦର ବ୍ୟବସ୍ଥା କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ପାଖାପାଖି ମାସେ ହେବ ନିଖୋଜ ଥିଲେ ଗଗନ: ଗଛରୁ ମିଳିଲା…

ପରଜଙ୍ଗ୧୯।୩( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା କନ୍ଦରସିଂହା ଦଳିତ ବସ୍ତିର ଗଗନ ନାୟକ ଗତ ଫେବୃଆରୀ ମାସ ୨୨ଠାରୁ ନିଖୋଜ ଥିବା ପରିବାର ଲୋକ…

ଶୋଇଥିଲେ ଚକ୍ରଧର: ଘରେ ପଶିଲେ ଦୁବୃର୍ତ୍ତ, ଆଉ ତା’ପରେ…

ସିମୁଳିଆ,୧୯।୩(ସନ୍ତୋଷ କୁମାର ନାୟକ) ବାଲେଶ୍ୱର ଜିଲା ଖଇରା ବ୍ଲକ ସିମୁଳିଆ ଥାନା ଅଧୀନ ଭୁଗୁପୁର ଶାସନରେ କୃଷ୍ଣ ଚନ୍ଦ୍ର ଉପାଧ୍ୟାୟ ଓ ଚକ୍ରଧର ଉପାଧ୍ୟାୟଙ୍କ ପରିବାର ଶୋଇଥିବାବେଳେ…

ଆଳୁ ବୋଝେଇ ଟ୍ରକକୁ ଧକ୍କା ଦେଲା ଟ୍ରକ: ଚାଲିଗଲା ୨ ଜୀବନ

ସୋର,୧୯।୩(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ନଂ ଜାତୀୟ ରାଜପଥ ତଳନଗରଠାରେ ଗୁରବାର ଭୋର ଏକ ଟ୍ରକ ଓ ଅନ୍ୟ ଏକ ଆଳୁ ବୋଝେଇ ଟ୍ରକ…

ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ: ଭକ୍ତ ଭାବବିହ୍ବଳ

ବଲାଙ୍ଗୀର,୧୯।୩ (ସୁନିଲ କୁମାର ମହାନ୍ତି): ଚୈତ୍ର ମାସରେ ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି ଦଣ୍ଡଯାତ୍ରା। ଦଣ୍ଡନାଚରେ ଦୁଲୁକୁଛି ଗାଁ ଦାଣ୍ଡ। ଧାର୍ମିକ ଆସ୍ଥା ଓ ମନୋରଞ୍ଜନର…

ଜଙ୍ଗଲ ନିଆଁ ରୋକିବା ପାଇଁ ସାଇକେଲ ରାଲି: କଣ୍ଟେଇପଲ୍ଲୀ ଭିଏସଏସ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି

ଭଞ୍ଜନଗର,୧୯।୩(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା। ଏହାକୁ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri