ମା’ କାଳୁଆଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଶୁଭାରମ୍ଭ: କଳସ ଯାତ୍ରାରେ ସାମିଲ ହେଲେ ୩ ଶହରୁ ଅଧିକ ଶ୍ରଦ୍ଧାଳୁ , ଏହି ଦିନ ମହାଯଜ୍ଞ ପୂର୍ଣ୍ଣାହୁତି

ଦିଗପହଣ୍ଡି,୨୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ନିମଖଣ୍ଡିପେଣ୍ଠ ପଞ୍ଚାୟତ କୁରୁବୁଲି ଗ୍ରାମରେ ମା’ କାଳୁଆ ଠାକୁରାଣୀଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ବୈଶାଖ ଶୁକ୍ଳ ଏକାଦଶୀ ତିଥି ସୋମବାର ଠାରୁ ଶୁଭାରମ୍ଭ ହୋଇଛି । ଗ୍ରାମରେ ବହୁ ପୁରାତନ କାଳରୁ ମା’ କାଳୁଆ ଠାକୁରାଣୀ ପୂଜା ପାଇ ଆସୁଥିଲେ ମଧ୍ୟ ମନ୍ଦିର ଅବସ୍ଥା ଜରାଜୀର୍ଣ୍ଣ ହୋଇ ପଡ଼ିଥିଲା । ଗ୍ରାମବାସୀଙ୍କ ମିଳିତ ପ୍ରଚେଷ୍ଟାରେ ମନ୍ଦିରର ପୁନରୁଦ୍ଧାର କରାଯାଇ ନୂତନ ମନ୍ଦିର ତୋଳିଥିଲେ। ମା’ ଙ୍କ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅବସରରେ ଅନୁଷ୍ଠିତ ମହାଯଜ୍ଞରେ ସମସ୍ତ ଗ୍ରାମବାସୀ ଏକତ୍ରିତ ହୋଇଛନ୍ତି। ସୋମବାର ସକାଳୁ ଗ୍ରାମର ୩ ଶହରୁ ଊଦ୍ଧର୍‌ବ ମହିଳା ଓ ପୁରୁଷ ସାମିଲ ହୋଇ ପଣ୍ଡିତ ରାଜେନ୍ଦ୍ର ଦାସଙ୍କ ପୌରାହିତ୍ୟରେ ନିକଟସ୍ଥ ଘୋଡାହାଡ ନଦୀରୁ ପୂର୍ଣକଳସ ମସ୍ତକରେ ଧରି ବିରାଟ ଶୋଭାଯାତ୍ରାରେ ବାହାରି ମନ୍ଦିରରେ ପହଞ୍ଚିବା ପରେ ଦୀକ୍ଷା ଗ୍ରହଣ , ଅଙ୍କୁରାରୋପଣ , ମଣ୍ଡଳାଧିବାସ , ନାମଯଜ୍ଞ , ଘୃତଯଜ୍ଞ ଅନୁଷ୍ଠିତ ହୋଇଥିଲା । ଯଜ୍ଞକୁଣ୍ଡ ସମ୍ମୁଖରେ କର୍ତ୍ତା ରୂପେ ସ୍ଥାନୀୟ ସରପଞ୍ଚ ସସ୍ମିତାରାଣୀ ଗୌଡ଼, ସ୍ବାମୀ ସିମାଞ୍ଚଳ ଗୌଡ ଏବଂ ସାମାଜିକକର୍ମୀ ରଞ୍ଜନ କୁମାର ପାଣିଗ୍ରାହୀ ତାଙ୍କ ସହଧର୍ମିଣୀ ପରିଣୀତା ପାଣିଗ୍ରାହୀ ଆସନ ଅଳଙ୍କୃତ କରିଥିଲେ । ଏହି ପରିପ୍ରେକ୍ଷୀରେ ମହାଯଜ୍ଞର ପ୍ରଥମ ଦିବସରେ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିପ୍ଳବ ପାତ୍ର ଯୋଗଦେଇ ମା’ ଙ୍କ ପୂଜାର୍ଚ୍ଚନା କରିବା ସହ ଗ୍ରାମବାସୀଙ୍କ ମଙ୍ଗଳ କାମନା କରି ଫେରିଥିଲେ । ଆସନ୍ତା ବୈଶାଖ ପୂର୍ଣ୍ଣମୀ ତିଥି ଶୁକ୍ରବାର ମହାଯଜ୍ଞ ପୂର୍ଣ୍ଣାହୁତି ହେବ ବୋଲି ମହୋତ୍ସବ କମିଟି ପକ୍ଷରୁ ସୂଚନା ଦିଆଯାଇଛି । ପଣ୍ଡିତ ରାଜେନ୍ଦ୍ର ଦାସଙ୍କ ନେତୃତ୍ୱରେ ପୁରୋହିତ ସୁଧାଂଶୁ ଶେଖର କର , ଗୋପୀନାଥ କର , ବିଧାନ କର ମହାଯଜ୍ଞ ପରିଚାଳନା କରୁଥିବା ବେଳେ ସଭାପତି ସିମାଞ୍ଚଳ ଗୈାଡ , ସମ୍ପାଦକ ତଥା ଜିଲା ପରିଷଦ ସଦସ୍ୟ ରାଧାକାନ୍ତ ମହାଙ୍କୁଡ , ସାମାଜିକ କର୍ମୀ ଶିବ ମହାଙ୍କୁଡ , ଭଗବାନ ଗୌଡ଼ , ଡାକ ଗୈାଡ , ସୁଶାନ୍ତ ପାଇକ , ସିମାଞ୍ଚଳ ପ୍ରଧାନ ସମେତ କମିଟି କର୍ମକର୍ତ୍ତା ବୃନ୍ଦ , ଗ୍ରାମ ଯୁବକ ସଂଘ ଏବଂ କୁରୁବୁଲି ଗ୍ରାମବାସୀ ସହଯୋଗ କରୁଥିବା ଜଣାପଡିଛି ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri