ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମା’ଲଙ୍କେଶ୍ୱରୀ ପୀଠ

ଭବାନୀପାଟଣା/ଜୁନାଗଡ଼,୭।୧୦(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶୁକବାର ସନ୍ଧ୍ୟାରେ ମହାସମାରୋହରେ ପାଳିତ ହୋଇଯାଇଛି। କଳାହାଣ୍ଡି ମହାରାଜ ଅନନ୍ତ ପ୍ରସାଦ ଦେଓଙ୍କ ଉପସ୍ଥିତିରେ ପର୍ବ ପାଳିତ ହୋଇଛି। ମା’ଙ୍କ ଦର୍ଶନ ସିଧାସଳଖ ଭାବେ କରିଥିବାରୁ ଭକ୍ତମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ସନ୍ଧ୍ୟା ୬ଟା ୨୦ରେ ମା’ ଲଙ୍କେଶ୍ୱରୀଙ୍କ ମନ୍ଦିରରୁ ସ୍ଥାନୀୟ ଘଣ୍ଟ ଦଳ ସହ ଏକ ଶୋଭାଯାତ୍ରାରେ ପୂଜକ ମା’ଙ୍କ ପାଟଖଣ୍ଡାକୁ ଧରି ନିକଟ ଡାକବଙ୍ଗଳାରେ ତିଆରି ଅସ୍ଥାୟୀ ଝୁପୁଡି କୁଡିଆ ଘରକୁ ନେଇଥିଲେ। ସେହିପରି ବୁଢାରଜା ମନ୍ଦିରରୁ ଶଂଙ୍ଖୁଆରୀ ଆଉ ଏକ ଖଣ୍ଡା ଧରି ସେଠାକୁ ଆଣିଥିଲେ। ଉପରୋକ୍ତ ଅସ୍ଥାୟୀ ଘରେ ମା’ ଲଙ୍କେଶ୍ୱରୀଙ୍କ ପାଟଖଣ୍ଡା ଓ ବୁଢା ରଜାଙ୍କ ଖଣ୍ଡାକୁ ସ୍ବର୍ଣ୍ଣାକାର ବାଳକୃଷ୍ଣ ଆଚାରୀ ପୂଜାର୍ଚ୍ଚନା କରି ମାର୍ଜନା କରିଥିଲେ। ମାର୍ଜନା ପରେ ଲଙ୍କେଶ୍ୱରୀ ମନ୍ଦିର ପୂଜକ ମା’ଙ୍କ ଖଣ୍ଡାକୁ ଧରି ଲଙ୍କେଶ୍ୱରୀ ମନ୍ଦିରକୁ ଯାଇଥିଲେ। ସେହିପରି ଶଂଙ୍ଖୁଆରୀ ମଧ୍ୟ ତାଙ୍କ ଖଣ୍ଡାକୁ ନେଇ ବୁଢାରଜା ମନ୍ଦରିକୁ ଯାଇଥିଲେ। ମା’ ଲଙ୍କେଶ୍ୱରୀଙ୍କ ପାରମ୍ପରିକ ରୀତିନୀତରେ ପୂଜାର୍ଚ୍ଚନା ପରେ ରାତିରେ ମା’ଙ୍କ ପାଟଖଣ୍ଡାକୁ ଚାଉଳ ଉପରେ ବସାଯାଇଥିଲା। କିଛି ସମୟ ପରେ ଏକ ଛୋଟ ପଶୁ (ପାଟ ଗଡରା)ବଳି ଦିଆଯାଇଥିଲା। ମଧ୍ୟ ରାତ୍ରିରେ ଦେବୀଙ୍କ ମନ୍ଦିର ପରିସରରେ ଥିବା ଶିମୁଳି ଗଛ ମୁଳରେ ମହାପଶୁ (ପୋଢ) ବଳି ଦିଆଯାଇଥିଲା। ପର୍ବ ଶାନ୍ତିଶୃଙ୍ଖଳା ସହିତ ହେବ ସେ ନେଇ ଜୁନାଗଡ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଥିଲା। ଏଥିପାଇଁ ୧ ପ୍ଲାଟୁନ ପୋଲିସ ସମେତ ଧର୍ମଗଡ ଉପଖଣ୍ଡର ବିଭିନ୍ନ ଥାନାରୁ ଏସଆଇ ଓ ଏଏସଆଇ ପୋଲିସ ଅଧିକାରୀ ଯୋଗଦେଇ ଶାନ୍ତିଶୃଙ୍ଖଳା ନିୟନ୍ତ୍ରଣ କରିଥିଲେ। ଖଣ୍ଡାବସା ଉପଲକ୍ଷେ ମା’ଙ୍କ ପୀଠ ନିକଟରେ ସ୍ଥାନୀୟ ମେଲୋଡି ଗ୍ରୁପ ପକ୍ଷରୁ ବିଭିନ୍ନ ପ୍ରକାର ରଙ୍ଗାରଙ୍କ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସେହିପରି ଲଙ୍କେଶ୍ୱରୀ କ୍ଲବ ପକ୍ଷରୁ ଏକ ଡ୍ୟାନ୍ସ ବିଚିତ୍ରା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟଅତିଥି ଭାବେ ଜୁନାଗଡ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ସମ୍ମାନିତ ଅତିଥି ଭାବେ ଜୁନାଗଡ ଏନ୍‌ଏସି ଉପାଧ୍ୟକ୍ଷା ହିମାଦ୍ରୀ ନାଏକ, ସାମାଜିକ କର୍ମୀ ଦୁର୍ଗା ପ୍ରସାଦ ନାଏକ, ପୂର୍ବତନ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଈଶ୍ୱର ପୂଝାରୀ ପ୍ରମୁଖ ଯୋଗଦେଇଥିଲେ। ସ୍ଥାନୀୟ କଳାକାରଙ୍କ ଦ୍ୱାରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଯାହାକି ବେଶ ଚିତାକର୍ଷକ ହୋଇଥିଲା। କୃତୀ ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ପରେ ଘୁମୁରା ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହାସହ ମଞ୍ଚରେ ଛତିଶଗଡର ଏକ ସାମାଜିକ ନାଟକ ପରିବେଷଣ ହୋଇଥିଲା। ସ୍ଥାନୀୟ ସରକାରୀ ହାଇସ୍କୁଲ ପରିସରରେ ସ୍ଥାନୀୟ ବଛାବଛା କଳାକାରଙ୍କୁ ନେଇ ପରିବେଶିତ ପୌରାଣିକ ନାଟକ ‘ଚକାନୟନ’ ଲୋକଙ୍କୁ ବେଶ ମନମୋହିଥିଲା। ଏହି ପର୍ବରେ କଳାହାଣ୍ଡି ଜିଲା ସମେତ ଜିଲା ବାହାର ଅନେକ ଶ୍ରଦ୍ଧାଳୁ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri