ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମା’ଲଙ୍କେଶ୍ୱରୀ ପୀଠ

ଭବାନୀପାଟଣା/ଜୁନାଗଡ଼,୭।୧୦(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଶୁକବାର ସନ୍ଧ୍ୟାରେ ମହାସମାରୋହରେ ପାଳିତ ହୋଇଯାଇଛି। କଳାହାଣ୍ଡି ମହାରାଜ ଅନନ୍ତ ପ୍ରସାଦ ଦେଓଙ୍କ ଉପସ୍ଥିତିରେ ପର୍ବ ପାଳିତ ହୋଇଛି। ମା’ଙ୍କ ଦର୍ଶନ ସିଧାସଳଖ ଭାବେ କରିଥିବାରୁ ଭକ୍ତମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ସନ୍ଧ୍ୟା ୬ଟା ୨୦ରେ ମା’ ଲଙ୍କେଶ୍ୱରୀଙ୍କ ମନ୍ଦିରରୁ ସ୍ଥାନୀୟ ଘଣ୍ଟ ଦଳ ସହ ଏକ ଶୋଭାଯାତ୍ରାରେ ପୂଜକ ମା’ଙ୍କ ପାଟଖଣ୍ଡାକୁ ଧରି ନିକଟ ଡାକବଙ୍ଗଳାରେ ତିଆରି ଅସ୍ଥାୟୀ ଝୁପୁଡି କୁଡିଆ ଘରକୁ ନେଇଥିଲେ। ସେହିପରି ବୁଢାରଜା ମନ୍ଦିରରୁ ଶଂଙ୍ଖୁଆରୀ ଆଉ ଏକ ଖଣ୍ଡା ଧରି ସେଠାକୁ ଆଣିଥିଲେ। ଉପରୋକ୍ତ ଅସ୍ଥାୟୀ ଘରେ ମା’ ଲଙ୍କେଶ୍ୱରୀଙ୍କ ପାଟଖଣ୍ଡା ଓ ବୁଢା ରଜାଙ୍କ ଖଣ୍ଡାକୁ ସ୍ବର୍ଣ୍ଣାକାର ବାଳକୃଷ୍ଣ ଆଚାରୀ ପୂଜାର୍ଚ୍ଚନା କରି ମାର୍ଜନା କରିଥିଲେ। ମାର୍ଜନା ପରେ ଲଙ୍କେଶ୍ୱରୀ ମନ୍ଦିର ପୂଜକ ମା’ଙ୍କ ଖଣ୍ଡାକୁ ଧରି ଲଙ୍କେଶ୍ୱରୀ ମନ୍ଦିରକୁ ଯାଇଥିଲେ। ସେହିପରି ଶଂଙ୍ଖୁଆରୀ ମଧ୍ୟ ତାଙ୍କ ଖଣ୍ଡାକୁ ନେଇ ବୁଢାରଜା ମନ୍ଦରିକୁ ଯାଇଥିଲେ। ମା’ ଲଙ୍କେଶ୍ୱରୀଙ୍କ ପାରମ୍ପରିକ ରୀତିନୀତରେ ପୂଜାର୍ଚ୍ଚନା ପରେ ରାତିରେ ମା’ଙ୍କ ପାଟଖଣ୍ଡାକୁ ଚାଉଳ ଉପରେ ବସାଯାଇଥିଲା। କିଛି ସମୟ ପରେ ଏକ ଛୋଟ ପଶୁ (ପାଟ ଗଡରା)ବଳି ଦିଆଯାଇଥିଲା। ମଧ୍ୟ ରାତ୍ରିରେ ଦେବୀଙ୍କ ମନ୍ଦିର ପରିସରରେ ଥିବା ଶିମୁଳି ଗଛ ମୁଳରେ ମହାପଶୁ (ପୋଢ) ବଳି ଦିଆଯାଇଥିଲା। ପର୍ବ ଶାନ୍ତିଶୃଙ୍ଖଳା ସହିତ ହେବ ସେ ନେଇ ଜୁନାଗଡ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଥିଲା। ଏଥିପାଇଁ ୧ ପ୍ଲାଟୁନ ପୋଲିସ ସମେତ ଧର୍ମଗଡ ଉପଖଣ୍ଡର ବିଭିନ୍ନ ଥାନାରୁ ଏସଆଇ ଓ ଏଏସଆଇ ପୋଲିସ ଅଧିକାରୀ ଯୋଗଦେଇ ଶାନ୍ତିଶୃଙ୍ଖଳା ନିୟନ୍ତ୍ରଣ କରିଥିଲେ। ଖଣ୍ଡାବସା ଉପଲକ୍ଷେ ମା’ଙ୍କ ପୀଠ ନିକଟରେ ସ୍ଥାନୀୟ ମେଲୋଡି ଗ୍ରୁପ ପକ୍ଷରୁ ବିଭିନ୍ନ ପ୍ରକାର ରଙ୍ଗାରଙ୍କ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସେହିପରି ଲଙ୍କେଶ୍ୱରୀ କ୍ଲବ ପକ୍ଷରୁ ଏକ ଡ୍ୟାନ୍ସ ବିଚିତ୍ରା କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟଅତିଥି ଭାବେ ଜୁନାଗଡ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ସମ୍ମାନିତ ଅତିଥି ଭାବେ ଜୁନାଗଡ ଏନ୍‌ଏସି ଉପାଧ୍ୟକ୍ଷା ହିମାଦ୍ରୀ ନାଏକ, ସାମାଜିକ କର୍ମୀ ଦୁର୍ଗା ପ୍ରସାଦ ନାଏକ, ପୂର୍ବତନ ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଈଶ୍ୱର ପୂଝାରୀ ପ୍ରମୁଖ ଯୋଗଦେଇଥିଲେ। ସ୍ଥାନୀୟ କଳାକାରଙ୍କ ଦ୍ୱାରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଯାହାକି ବେଶ ଚିତାକର୍ଷକ ହୋଇଥିଲା। କୃତୀ ପ୍ରତିଯୋଗୀଙ୍କୁ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା। ପରେ ଘୁମୁରା ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହାସହ ମଞ୍ଚରେ ଛତିଶଗଡର ଏକ ସାମାଜିକ ନାଟକ ପରିବେଷଣ ହୋଇଥିଲା। ସ୍ଥାନୀୟ ସରକାରୀ ହାଇସ୍କୁଲ ପରିସରରେ ସ୍ଥାନୀୟ ବଛାବଛା କଳାକାରଙ୍କୁ ନେଇ ପରିବେଶିତ ପୌରାଣିକ ନାଟକ ‘ଚକାନୟନ’ ଲୋକଙ୍କୁ ବେଶ ମନମୋହିଥିଲା। ଏହି ପର୍ବରେ କଳାହାଣ୍ଡି ଜିଲା ସମେତ ଜିଲା ବାହାର ଅନେକ ଶ୍ରଦ୍ଧାଳୁ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

ଛୋଲେ-ଭଟୁରେ ତିଆରି କଲେ ପ୍ରିୟଙ୍କା ଗାନ୍ଧୀ, ସୋସିଆଲ ମିଡିଆରେ ଫଟୋ ସେୟାର କରି ରାହୁଲ କହିଲେ…

ନୂଆଦିଲ୍ଲୀ,୧୩।୯: କଂଗ୍ରେସ ନେତା ତଥା ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ରବିବାର ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଛୋଲେ-ଭଟୁରେର ଏକ ଫଟୋ ସେୟାର କରିଛନ୍ତି…

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?