ମା’ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ: ସାମିଲ ହେଲେ କଳାହାଣ୍ଡି ମହାରାଜ

ଭବାନୀପାଟଣା/ଜୁନାଗଡ଼, ୧୪।୯(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ରବିବାର ମହାସମାରୋହରେ ପାଳିତ ହୋଇଯାଇଛି। କଳାହାଣ୍ଡି ମହାରାଜ ଅନନ୍ତ ପ୍ରତାପ ଦେଓଙ୍କ ଉପସ୍ଥିତିରେ ଏହି ପର୍ବ ପାଳିତ ହୋଇଥିଲା। ଶ୍ରଦ୍ଧାଳୁ, ଭକ୍ତମାନେ ମା’ଙ୍କ ଦର୍ଶନ ସିଧାସଳଖ ଭାବେ କରିଥିବାରୁ ସେମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା।

ସନ୍ଧ୍ୟା ୬ଟା ୧୫ରେ ମା’ ଲଙ୍କେଶ୍ୱରୀଙ୍କ ମନ୍ଦିରରୁ ସ୍ଥାନୀୟ ଘଣ୍ଟ ଦଳ ସହ ଏକ ଶୋଭାଯାତ୍ରାରେ ପୂଜକ ମା’ଙ୍କ ପାଟଖଣ୍ଡାକୁ ଧରି ନିକଟ ଡାକବଙ୍ଗଳାରେ ତିଆରି ଅସ୍ଥାୟୀ ଝୁପୁଡି କୁଡିଆ ଘରକୁ ନେଇଥିଲେ। ସେହିପରି ବୁଢାରଜା ମନ୍ଦିରରୁ ଶଙ୍ଖୁଆରୀ ଆଉ ଏକ ଖଣ୍ଡା ଧରି ସେଠାକୁ ଆଣିଥିଲେ। ଉପରୋକ୍ତ ଅସ୍ଥାୟୀ ଘରେ ମା’ ଲଙ୍କେଶ୍ୱରୀଙ୍କ ପାଟଖଣ୍ଡା ଓ ବୁଢା ରଜାଙ୍କ ଖଣ୍ଡାକୁ ସ୍ବର୍ଣ୍ଣାକାର ବାଳକୃଷ୍ଣ ଆଚାରୀ ପୂଜାର୍ଚ୍ଚନା କରି ମାର୍ଜନା କରିଥିଲେ।

ମାର୍ଜନା ପରେ ଲଙ୍କେଶ୍ୱରୀ ମନ୍ଦିର ପୂଜକ ମା’ଙ୍କ ଖଣ୍ଡାକୁ ଧରି ଲଙ୍କେଶ୍ୱରୀ ମନ୍ଦିରକୁ ଯାଇଥିଲେ। ସେହିପରି ଶଙ୍ଖୁଆରୀ ମା’ଲଙ୍କେଶ୍ବରୀଙ୍କ ପାଟଖଣ୍ଡାକୁ ମାର୍ଜନ ପାଇଁ ମଧ୍ୟ ତାଙ୍କ ଖଣ୍ଡାକୁ ନେଇ ବୁଢାରଜା ମନ୍ଦିରକୁ ଯାଇଥିଲେ। ମା’ ଲଙ୍କେଶ୍ୱରୀଙ୍କ ପାରମ୍ପରିକ ରୀତିନୀତିରେ ପୂଜାର୍ଚ୍ଚନା ପରେ ରାତି ୯ ଟା ୧୫ରେ ମା’ଙ୍କ ପାଟଖଣ୍ଡାକୁ ଚାଉଳ ଉପରେ ବସାଯାଇଥିଲା।

ପର୍ବ ଶାନ୍ତିଶୃଙ୍ଖଳା ସହିତ ହେବା ନେଇ ଜୁନାଗଡ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଥିଲା। ଏଥିପାଇଁ ୧ ପ୍ଲାଟୁନ ପୋଲିସ ନିୟୋଜିତ ଥିଲେ। ଧର୍ମଗଡ଼ ଉପଖଣ୍ଡର ବିଭିନ୍ନ ଥାନାରୁ ଏସ୍‌ଆଇ ଓ ଏଏସଆଇ ପୋଲିସ ଅଧିକାରୀ ଯୋଗଦେଇ ଶାନ୍ତିଶୃଙ୍ଖଳା ନିୟନ୍ତ୍ରଣ କରିଥିଲେ।

ଖଣ୍ଡାବସା ଉପଲକ୍ଷେ ମା’ଙ୍କ ପୀଠ ନିକଟରେ ସ୍ଥାନୀୟ ମେଲୋଡି ଗ୍ରୁପ ପକ୍ଷରୁ ବିଭିନ୍ନ ପ୍ରକାର ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ସେହିପରି ଲଙ୍କେଶ୍ୱରୀ କ୍ଲବ ପକ୍ଷରୁ ଏକ ଡ୍ୟାନ୍ସ ଡ୍ୟାନ୍ସ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏଥିରେ ଅତିଥି ଭାବେ ପୂର୍ବତନ ଜିଲା ପରିଷଦ ଉପାଧ୍ୟକ୍ଷ ଭବସିନ୍ଦୁ ମଙ୍ଗରାଜ, ଜୁନାଗଡ଼ ଭାରପ୍ରାପ୍ତ ଏନଏସି ଅଧ୍ୟକ୍ଷା ହିମାଦ୍ରୀ ନାଏକ, ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଈଶ୍ୱର ପୂଝାରୀଙ୍କ ସମେତ କାଉନସିଲର ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବିହାରରେ ଅସଦାଚରଣ! ବାଇକରେ ଯାଉଥିବା ନାବାଳିକା ଛାତ୍ରୀଙ୍କୁ ବ୍ୟାଡ ଟଚ୍‌; ଭିଡିଓ ଭାଇରାଲ

ପାଟନା,୨୧।୯: ବିହାରର ଜାମୁଇ ଜିଲାରେ ଏକ ରାସ୍ତା ଉପରେ ଜଣେ ନାବାଳିକା ଛାତ୍ରୀଙ୍କୁ ହଇରାଣ-ହରକତ ଓ ଅଶାଳୀନ ବ୍ୟବହାର କରାଯିବା ଏବଂ ତାଙ୍କ ସହ ଜଣେ ନାବାଳକ…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

ନିଜ ନାଗରିକଙ୍କ ପାଇଁ ଆଡଭାଇଜରୀ ଜାରି କଲା ଆମେରିକା; ମଧ୍ୟ-ପୂର୍ବରେ ପରିସ୍ଥିତି ଜଟିଳ ହେବାର ଆଶଙ୍କା

ଓ୍ବାଶିଂଟନ,୨୧।୯: ଆମେରିକା ନିଜ ନାଗରିକମାନଙ୍କ ପାଇଁ ଏକ ନୂତନ ଆଡଭାଇଜରୀ ଜାରି କରି ଇରାନ ଗସ୍ତ ନ କରିବାକୁ ଅନୁରୋଧ କରିଛି। ଏଥିରେ ଆମେରିକୀୟ ନାଗରିକମାନଙ୍କୁ ଯେକୌଣସି…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ବଡ଼ ବିମାନ ଦୁର୍ଘଟଣା, ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୧।୯: କାନାଡାରେ ଫ୍ଲାଇଟ୍ ଟ୍ରେନିଂ ସମୟରେ ବିମାନ ଦୁର୍ଘଟଣା ହୋଇଛି । ଏଥିରେ ୨ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ତାମିଲନାଡୁର ମନୋଜ…

୭୮ ଘରୋଇ ହସ୍ପିଟାଲରୁ କଟିଯିବ ଆୟୁଷ୍ମାନ, ନାମ ଗୋପନ ରଖି କର୍ତ୍ତୃପକ୍ଷ କହିଲେ ସରକାର ଯେତେବେଳେ…

ଭୁବନେଶ୍ୱର,୨୧।୯(ରବିନାରାୟଣ ଜେନା): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଓଡ଼ିଶା ଡେଭଲପ୍‌ମେଣ୍ଟ ଅଥରିଟି(ଓଡିଏ)ଆକ୍ଟକୁ ନେଇ ଜୋରଦାର ଖୋଳତାଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବିଏମ୍‌ସି ପକ୍ଷରୁ ୭,୩୦୦ ବେଆଇନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?