ଖୋଲିଲା ମା’ ମଝିଘରିଆଣୀଙ୍କ ୯ ହୁଣ୍ଡି, କଡ଼ାସୁରକ୍ଷାରେ ଚାଲିଛି ଗଣତି

ରାୟଗଡ଼ା,୭ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ସୋମବାର ସକାଳ ୯ଟାରେ ଖୋଲାଯାଇଛି। ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ହୁଣ୍ଡି ଖୋଲାଯାଇ ଗଣତି ଆରମ୍ଭ କରାଯାଇଛି। ଚଳିତ ଥର ଓଡ଼ିଶା ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ, ମନ୍ଦିର ପରିଚାଳନା କମିଟି ଓ ବିଭିନ୍ନ ମହିଳା ସୟଂ ସହାୟକ ଗୋଷ୍ଠୀ ପକ୍ଷରୁ ହୁଣ୍ଡିରୁ ବାହାରିଥିବା ଟଙ୍କା ଓ ଅଳଙ୍କାର ଗଣତି ଜାରିରହିଛି। ଗତ ଥର ଜାନୁଆରୀ ୨୭ ତାରିଖରେ ହୁଣ୍ଡିରୁ ନଗଦ ନଗଦ ୯୪ ଲକ୍ଷ ୪୯ ହଜାର ୫୪ ଟଙ୍କା ସହିତ ୯୩ ଗ୍ରାମ ସୁନା ଓ ୨୧୭୦ ଗ୍ରାମ ରୁପା ବାହାରିଥିଲା। ଏଥିସହିତ ବିଭିନ୍ନ ପ୍ରକାର ୫ଟି ବିଦେଶୀ ନୋଟ୍‌ ମଧ୍ୟ ବାହାରିଥିଲା। ଏହା ପୂର୍ବରୁ ୨୦୨୪ ଜୁଲାଇ ୨୪ରେ ହୁଣ୍ଡିରୁ ନଗଦ ନଗଦ ୯୯ ଲକ୍ଷ ୧୫ ହଜାର ୪୨୨ ଟଙ୍କା ସହିତ ୫୩ ଗ୍ରାମ ସୁନା ଓ ୨୩୯୨ ଗ୍ରାମ ରୂପା ବାହାରିଥିଲା। ଏଥିସହିତ ବିଭିନ୍ନ ପ୍ରକାର ୩୩ଟି ବିଦେଶୀ ନୋଟ୍‌ ମଧ୍ୟ ବାହାରିଥିଲା। ଏଥିରେ ଇଂଲଣ୍ଡର ୨୦ ପାଉଣ୍ଡ ନୋଟ ୨୦ଟି, ୧୦ ପାଉଣ୍ଡ ନୋଟ୍‌ ୧୦ଟି, କାନା ୫ କାନାଡିଆନ ଡଲାର ୧ଟି, ଆମେରିକାର ୨୦ ଡଲାର ନୋଟ ୧ଟି ଏବଂ ଥାଇଲାଣ୍ଡର ୧୦୦ ଥାଇ ନୋଟ ରହିଥିଲା।


ସୂଚନା ଥାଉକି, ବର୍ଷକୁ ୩ରୁ ୪ ଥର ହୁଣ୍ଡି ଖୋଲାଯାଇ ଗଣତି କରାଯାଉଛି। ହୁଣ୍ଡି ଖୋଲି ଗଣତି ବେଳେ ପୋଲିସ ଓ ମନ୍ଦିର ସୁରକ୍ଷାକର୍ମୀଙ୍କ ଦ୍ୱାରା ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …

ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri