୨୨ରେ ମା’ ମାଣିକେଶରୀଙ୍କ ଛତରଯାତ୍ରା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ମା’ ମାଣିକେଶରୀ ପବିତ୍ର ଛତର ଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ କଳାହାଣ୍ଡି ମହାରାଜ ଅନନ୍ତ ପ୍ରତାପ ଦେଓ ଉପସ୍ଥିତ ଥିଲେ। ମାଣିକେଶରୀ ମନ୍ଦିର ପକ୍ଷରୁ ଜାରି ସୂଚନା ଅନୁସାରେ ଅକ୍ଟୋବର ୨୨ରେ ମା’ ମାଣିକେଶରୀଙ୍କ ପବିତ୍ର ଛତର ଯାତ୍ରା ଜେନାଖାଲ ପୂଜାର୍ଚ୍ଚନା ସାରି ମନ୍ଦିର ଅଭିମୁଖେ ଭକ୍ତମାନଙ୍କ ଗ୍ରହଣରେ ଯାତ୍ରା କରିବେ।

ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ ଏଜେଣ୍ଡା ଅନୁଯାୟୀ ପ୍ରସ୍ତାବ ପାଠ କଲେ। ଗୃହରେ ସମସ୍ତଙ୍କ ସହମତିରେ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ମା’ଙ୍କ ଛତର ଯାତ୍ରା ଶାନ୍ତିଶୃଙ୍ଖଳା ସହ ସମାପନ କରିବା ପାଇଁ ଜିଲାପାଳଙ୍କ ସମସ୍ତଙ୍କ ସହଯୋଗ ଲୋଡିଥିଲେ।

ମା’ଙ୍କ ଛତର ଯାତ୍ରାରେ ରାଜାବାଟି ଦ୍ୱାରା ପୁରସ୍କୃତ ଘୁମୁରା ଦଳ ବ୍ୟତୀତ ପୋଲିସ ବିଭାଗ ଦ୍ୱାରା ଚିହ୍ନଟ ସାଂସ୍କୃତିକ ଦଳ ଅଂଶ ଗ୍ରହଣ କରିବେ। ଛତର ଯାତ୍ର ପାଇଁ ରାସ୍ତା ମରାମତି, ନାଳ ନର୍ଦ୍ଦମା ସଫା, ପାନୀୟ ଜଳ, ନିରବିଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ, ରାସ୍ତାରେ ବୁଲଗାଇଗୋରୁ ନିୟନ୍ତ୍ରଣ, ମଦ ଓ ନିଶା ଦ୍ରବ୍ୟର ବିକ୍ରି ନିଷେଧ, ଶାନ୍ତିଶୃଙ୍ଖଳା, ଆମ୍ବୁଲାନ୍ସ, ମାଜିଷ୍ଟ୍ରେଟ ମୃତୟନ, ସୂଚନା କେନ୍ଦ୍ର ସ୍ଥାପନ ଓ ଧାରା ବିବରଣୀ ନିମନ୍ତେ ବିଭିନ୍ନ ବିଭାଗ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଥିଲା।

ବୈଠକରେ ଅତିରିକ୍ତ ଜିଲାପାଳ ତ୍ରିଲୋଚନ ପାତ୍ର, ଭବାନୀପାଟଣା ଉପଜିଲାପାଳ ଡ ବିଶ୍ବଜିତ ଦାସ, ଧର୍ମଗଡ଼ ଉପଜିଲାପାଳ ବିରଞ୍ଚତ୍ ନାରାୟଣ ଦରୱାନ, ଭବାନୀପାଟଣା ପୌରପରିଷଦ ଅଧ୍ୟକ୍ଷା ସଂଯୁକ୍ତା ବେହେରା, ସିଡିଏମଓ ଡଃ ନିହାରେନ୍ଦ୍ର ପଣ୍ଡା, ଜିଲାପାଳଙ୍କ କାର୍ଯ୍ୟାଳୟ ବିଚାର ବିଭାଗୀୟ ଅଧିକାରୀ, ସହରର ବିଭିନ୍ନ ଦୁର୍ଗାପୂଜା କମିଟି କର୍ମକର୍ତ୍ତା, ସମାଜସେବୀ ଉତ୍ସବ ସାହୁ, ସୁବ୍ରତ ବହିଦାର, ବରିଷ୍ଠ ଆଇନଜୀବୀ ଜଗନ୍ନାଥ ମୁଣ୍ଡ, ମନ୍ଦିର କର୍ତ୍ତୃପକ୍ଷ ଅଶୋକ ନେଗି, ସାମନ୍ତ ଖମାରୀ, ଚିତ୍ତରଞ୍ଜନ ମଣ୍ଡଳ, ସତ୍ୟ ନାରାୟଣ ମହାପାତ୍ର, ଶଶି ଭୂଷଣ ଚୌଧୁରୀ, ଡିଆଇପିଆର୍‌ଓ ମନୋଜ ବେହେରା, ପୌରପାଳିକା ଇଓ ଚିନ୍ମୟ ନାୟକ, ମସଜିଦ କମିଟି ସଭ୍ୟ, ଚର୍ଚ୍ଚ କମିଟି ସଭ୍ୟ, ବିଭାଗୀୟ ଅଧିକାରୀ ତଥା ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri