୨୨ରେ ମା’ ମାଣିକେଶରୀଙ୍କ ଛତରଯାତ୍ରା: ସମସ୍ତଙ୍କ ସହଯୋଗ ଲୋଡ଼ିଲେ ଜିଲାପାଳ

ଭବାନୀପାଟଣା,୬।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ମା’ ମାଣିକେଶରୀ ପବିତ୍ର ଛତର ଯାତ୍ରା ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ପି. ଅନ୍ବେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ କଳାହାଣ୍ଡି ମହାରାଜ ଅନନ୍ତ ପ୍ରତାପ ଦେଓ ଉପସ୍ଥିତ ଥିଲେ। ମାଣିକେଶରୀ ମନ୍ଦିର ପକ୍ଷରୁ ଜାରି ସୂଚନା ଅନୁସାରେ ଅକ୍ଟୋବର ୨୨ରେ ମା’ ମାଣିକେଶରୀଙ୍କ ପବିତ୍ର ଛତର ଯାତ୍ରା ଜେନାଖାଲ ପୂଜାର୍ଚ୍ଚନା ସାରି ମନ୍ଦିର ଅଭିମୁଖେ ଭକ୍ତମାନଙ୍କ ଗ୍ରହଣରେ ଯାତ୍ରା କରିବେ।

ଜିଲା ପ୍ରଶାସନ ପକ୍ଷରୁ ଅତିରିକ୍ତ ଜିଲାପାଳ ତନ୍ମୟ କୁମାର ଦରୱାନ ଏଜେଣ୍ଡା ଅନୁଯାୟୀ ପ୍ରସ୍ତାବ ପାଠ କଲେ। ଗୃହରେ ସମସ୍ତଙ୍କ ସହମତିରେ ପ୍ରସ୍ତାବ ଗ୍ରହଣ କରାଯାଇଥିଲା। ମା’ଙ୍କ ଛତର ଯାତ୍ରା ଶାନ୍ତିଶୃଙ୍ଖଳା ସହ ସମାପନ କରିବା ପାଇଁ ଜିଲାପାଳଙ୍କ ସମସ୍ତଙ୍କ ସହଯୋଗ ଲୋଡିଥିଲେ।

ମା’ଙ୍କ ଛତର ଯାତ୍ରାରେ ରାଜାବାଟି ଦ୍ୱାରା ପୁରସ୍କୃତ ଘୁମୁରା ଦଳ ବ୍ୟତୀତ ପୋଲିସ ବିଭାଗ ଦ୍ୱାରା ଚିହ୍ନଟ ସାଂସ୍କୃତିକ ଦଳ ଅଂଶ ଗ୍ରହଣ କରିବେ। ଛତର ଯାତ୍ର ପାଇଁ ରାସ୍ତା ମରାମତି, ନାଳ ନର୍ଦ୍ଦମା ସଫା, ପାନୀୟ ଜଳ, ନିରବିଚ୍ଛିନ୍ନ ବିଦ୍ୟୁତ୍‌ ସରବରାହ, ରାସ୍ତାରେ ବୁଲଗାଇଗୋରୁ ନିୟନ୍ତ୍ରଣ, ମଦ ଓ ନିଶା ଦ୍ରବ୍ୟର ବିକ୍ରି ନିଷେଧ, ଶାନ୍ତିଶୃଙ୍ଖଳା, ଆମ୍ବୁଲାନ୍ସ, ମାଜିଷ୍ଟ୍ରେଟ ମୃତୟନ, ସୂଚନା କେନ୍ଦ୍ର ସ୍ଥାପନ ଓ ଧାରା ବିବରଣୀ ନିମନ୍ତେ ବିଭିନ୍ନ ବିଭାଗ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଥିଲା।

ବୈଠକରେ ଅତିରିକ୍ତ ଜିଲାପାଳ ତ୍ରିଲୋଚନ ପାତ୍ର, ଭବାନୀପାଟଣା ଉପଜିଲାପାଳ ଡ ବିଶ୍ବଜିତ ଦାସ, ଧର୍ମଗଡ଼ ଉପଜିଲାପାଳ ବିରଞ୍ଚତ୍ ନାରାୟଣ ଦରୱାନ, ଭବାନୀପାଟଣା ପୌରପରିଷଦ ଅଧ୍ୟକ୍ଷା ସଂଯୁକ୍ତା ବେହେରା, ସିଡିଏମଓ ଡଃ ନିହାରେନ୍ଦ୍ର ପଣ୍ଡା, ଜିଲାପାଳଙ୍କ କାର୍ଯ୍ୟାଳୟ ବିଚାର ବିଭାଗୀୟ ଅଧିକାରୀ, ସହରର ବିଭିନ୍ନ ଦୁର୍ଗାପୂଜା କମିଟି କର୍ମକର୍ତ୍ତା, ସମାଜସେବୀ ଉତ୍ସବ ସାହୁ, ସୁବ୍ରତ ବହିଦାର, ବରିଷ୍ଠ ଆଇନଜୀବୀ ଜଗନ୍ନାଥ ମୁଣ୍ଡ, ମନ୍ଦିର କର୍ତ୍ତୃପକ୍ଷ ଅଶୋକ ନେଗି, ସାମନ୍ତ ଖମାରୀ, ଚିତ୍ତରଞ୍ଜନ ମଣ୍ଡଳ, ସତ୍ୟ ନାରାୟଣ ମହାପାତ୍ର, ଶଶି ଭୂଷଣ ଚୌଧୁରୀ, ଡିଆଇପିଆର୍‌ଓ ମନୋଜ ବେହେରା, ପୌରପାଳିକା ଇଓ ଚିନ୍ମୟ ନାୟକ, ମସଜିଦ କମିଟି ସଭ୍ୟ, ଚର୍ଚ୍ଚ କମିଟି ସଭ୍ୟ, ବିଭାଗୀୟ ଅଧିକାରୀ ତଥା ଗଣମାଧ୍ୟମ ପ୍ରତିନିଧି ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?