ଲକ୍ଷାଧିକ ଭକ୍ତଙ୍କ ଗହଣରେ ପାଳିତ ହେଲା ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

ଭବାନୀପାଟଣା,୨୨।୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ରବିବାର ଲକ୍ଷାଧିକ ଭକ୍ତଙ୍କ ସମାବେଶରେ ପାଳିତ ହୋଇଯାଇଛି।

ରବିବାର ଭୋରରେ ଜେନାଖାଲରେ ପାରମ୍ପରିକ ରୀତିନୀତି ଅନୁସାରେ ମା’ଙ୍କ ଗୁପ୍ତ ପୂଜା ସମ୍ପନ୍ନ ହୋଇଥିଲା। ପରେ ପୂଜକ ଏବଂ ବାହୁକମାନେ ମା’ଙ୍କ ବିଜୟ ପ୍ରତିମା ଛତରକୁ ଧରି ମନ୍ଦିର ଅଭିମୁଖେ ବାହାରିଥିଲେ। ଏହି ଅବସରରେ ଜେନାଖାଲରୁ ମା’ଙ୍କ ମନ୍ଦିର ପର୍ଯ୍ୟନ୍ତ ୩ କି.ମି. ରାସ୍ତାରେ ଲକ୍ଷାଧିକ ଭକ୍ତ ଉପସ୍ଥିତ ରହି ମା’ଙ୍କ ଦର୍ଶନ କରିଥିଲେ। ମାନସିକଧାରୀ ପଶୁ ପକ୍ଷୀ ବଳି ଦେଇଥିଲେ। ସେହିପରି ଆଉ କିଛି ଭକ୍ତ ଧୂପ, ଦୀପ, ନଡ଼ିଆ ଭାଙ୍ଗି ମା’ଙ୍କୁ ସ୍ବାଗତ କରିଥିଲେ। ମା’ଙ୍କ ଛତର ଯାତ୍ରାରେ ୩୦ରୁ ଅଧିକ ସାଂସ୍କୃତିକ ଦଳ, ଘଣ୍ଟ ଦଳ, ଘୁମୁରା ଦଳ ଉପସ୍ଥିତ ରହି ନିଜ କଳା ପରିବେଷଣ କରିଥିଲେ। ମଧ୍ୟାହ୍ନ ୧୨ଟା ୧୦ରେ ମା’ଙ୍କ ଛତର ମାଣିକେଶ୍ୱରୀ ମନ୍ଦିରରେ ପହଞ୍ଚି ଥିଲ।

ଏହି ସମୟରେ କଳାହାଣ୍ଡି ମହାରାଜ ଅନନ୍ତ ପ୍ରତାପ ଦେଓ ଉପସ୍ଥିତ ମା’ଙ୍କ ଛତରକୁ ମନ୍ଦିରକୁ ପାଛୋଟି ନେଇଥିଲେ। ଛତର ଯାତ୍ରାକୁ ଶାନ୍ତି ଶୃଙ୍ଖଳା ସହିତ ପରିଚାଳନା କରିବା ପାଇଁ ଜିଲା ପୋଲିସ ପକ୍ଷରୁ ୧୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ଏପରିକି ସୁରକ୍ଷା ବ୍ୟବସ୍ଥାର ତଦାରଖ ପାଇଁ ପୋଲିସ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri