୩୦ରେ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା

ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ)- ସେପ୍ଟେମ୍ବର ୩୦ରେ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ପ୍ରସିଦ୍ଧ ଛତରଯାତ୍ରା ଅନୁଷ୍ଠିତ ହେବ। ଏହି ଉତ୍ସବ ପାଳନ ପାଇଁ ଶନିବାର ଭବାନୀପାଟଣାସ୍ଥିତ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲା ପ୍ରଶାସନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।

ଏଥିରେ ଜିଲାପାଳ ପାୱାର ସଚିନ ପ୍ରକାଶ ଅଧ୍ୟକ୍ଷତା କରିଥିଲେ। ଜିଲାପାଳ ସମସ୍ତଙ୍କୁ ସ୍ବାଗତ ଜଣାଇ ମା’ଙ୍କ ଛତର ଯାତ୍ରା କିପରି ଶାନ୍ତିଶୃଙ୍ଖଳା ସହ ପାଳନ କରାଯିବ ସେ ଦିଗରେ ସମସ୍ତଙ୍କ ସହଯୋଗ କାମନା କରିଥିଲେ। ସେପ୍ଟେମ୍ବର ୩୦ ମହାନବମୀ ପ୍ରାତଃ ୪ଟାରେ ଜେନାଖାଲଠାରେ ରୀତିନୀତି ପୂଜାର୍ଚ୍ଚନା ପରେ ମା’ଙ୍କ ଛତରଯାତ୍ରା ଘଣ୍ଟ ବାଦ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମ ଶ୍ରଦ୍ଧାଳୁଙ୍କ ଗହଣରେ ରାଜପ୍ରାସାଦସ୍ଥିତ ମା’ ମାଣିକେଶ୍ୱରୀ ମନ୍ଦିର ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିପାଇଁ ଭବାନୀପାଟଣା ସହରର ସମସ୍ତ ରାସ୍ତାଘାଟ, ନାଳନର୍ଦ୍ଦମା ସଫାସୁତୁରା ସହ ରାସ୍ତା ପାର୍ଶ୍ୱରେ ଲାଗିଥିବା ସମସ୍ତ ସିସି କ୍ୟାମେରା ଠିକ୍‌ କରିବା ପାଇଁ ପୌରପାଳିକା କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ।

ସେହିପରି ଟ୍ରାଫିକ ବ୍ୟବସ୍ଥା, ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ଆବଶ୍ୟକ ପୋଲିସ ମୁତୟନ, ପାନୀୟ ଜଳ ସୁବ୍ୟବସ୍ଥା, ଫାଷ୍ଟଏଡ ଆମ୍ବୁଲାନ୍ସ ସେବା, ବିଦ୍ୟୁତ ସରବରାହ, ସୂଚନା କେନ୍ଦ୍ର, ପୋଲିସ କଣ୍ଟ୍ରୋଲ ରୁମ ଖୋଲିବା, ମଦ ଦୋକାନ ବନ୍ଦ ରଖିବା ଇତ୍ୟାଦି ସମ୍ପର୍କରେ ଆଲୋଚନା କରାଯାଇଥିଲା। କଡନ ସୁପରିଚାଳନା, ସାଂସ୍କୃତିକ କାର୍ଯ୍ୟକ୍ରମ ଆରକ୍ଷୀ ଅଧୀକ୍ଷକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ କରାଯିବା ପାଇଁ ସ୍ଥିର କରାଯାଇଥିଲା। ସେହିପରି ଅକ୍ଟୋବର ୨ ତାରିଖ ବିଜୟା ଦଶମୀ ଉପଲକ୍ଷେ ଲାଖବିନ୍ଧା କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

‘ତାଙ୍କ ପାଦ ଧୋଇ ସେହି ପାଣି ପିଇବାକୁ ଚାହେଁ’, ପିଏମ ମୋଦିଙ୍କୁ ବିଷ୍ଣୁଙ୍କ ଅବତାର ବୋଲି କହି ଚର୍ଚ୍ଚାରେ ଅଭିନେତା

ନୂଆଦିଲ୍ଲୀ,୧।୮: ଅଭିନେତା ସୁଦେଶ ବେରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା କରି ଚର୍ଚ୍ଚା ସୃଷ୍ଟି କରିଛନ୍ତି। ସେ ପିଏମ ମୋଦିଙ୍କୁ ଭଗବାନ ବିଷ୍ଣୁଙ୍କ ଅବତାର ବୋଲି ବର୍ଣ୍ଣନା…

ଅଭିଯୋଗର ଗୋଟିଏ ଦିନରେ ରାସ୍ତ ମରାମତି: ସିଟିଜେନ ଫୋରମଙ୍କୁ ଧନ୍ୟବାଦ

କେସିଙ୍ଗା,୧।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଓ ବଲାଙ୍ଗିର ଜିଲାର ଟିଟଲାଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାର ତ୍ରିମୂର୍ତ୍ତି ଛକରୁ ତେଲନଦୀ ବ୍ରିଜ ପ୍ରାୟ ୮୦୦ମିଟର ରାସ୍ତାରେ…

ଔଷଧ କିଣିବା ପୂର୍ବରୁ ଜାଣନ୍ତୁ! ଆଜିଠୁ ବଦଳିଲା ୨୩ଟି ମେଡିସିନର ଦାମ୍‌

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ଆଜି ଅଗଷ୍ଟ ୧ରୁ ଔଷଧର ମୂଲ୍ୟରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ୨୨ଟି ଔଷଧ ଏବଂ ଫିକ୍ସଡ ଡୋଜ କମ୍ବିନେସନର ନୂତନ ଖୁଚୁରା…

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ଧର୍ମ ପଚାରି କଲେ ଗୁଳି

ଶ୍ରୀନଗର,୧।୮: ଜମ୍ମୁ-କଶ୍ମୀରର କୁଲଗାମରେ ଶୁକ୍ରବାର ଆତଙ୍କବାଦୀ ଆକ୍ରମଣ ହୋଇଛି। କୁଲଗାମ ଜିଲାର ଏକ ଇଟାଭାଟିରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨ ଶ୍ରମିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ଏହି…

ପର୍ବପର୍ବାଣୀ ପୂର୍ବରୁ ବଡ଼ ଝଟକା! ଦୈନନ୍ଦିନ ବ୍ୟବହାରର ସାମଗ୍ରୀ ଉପରେ ମହଙ୍ଗା ମାଡ଼, ବଢିଯିବ ଦାମ୍‌

ନୂଆଦିଲ୍ଲୀ,୧।୮: ବର୍ତ୍ତମାନ ମୌସୁମୀ ଋତୁ ଚାଲିଛି। ଯେପରି ମୌସୁମୀ ବିଦାୟ ନେବ, ଭାରତୀୟମାନେ ପର୍ବପର୍ବାଣୀକୁ ସ୍ବାଗତ କରିବା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେବେ। ଘର ରଙ୍ଗ କରିବାଠାରୁ…

ଚେନ୍ନାଇରେ କାମ କରୁଥିବାବେଳେ ଆନନ୍ଦଙ୍କ ମୃତ୍ୟୁ, ପରିବାର ଲୋକଙ୍କୁ ଭେଟି ଆର୍ଥିକ ସହାୟତା ଦେଲେ ବିଧାୟକ

ଗଞ୍ଜାମ,୧।୮(ବିଦ୍ୟାଧର ସାହୁ ): ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ମହନତା। ଦିନକୁ ଦିନ ବିଧାୟକ ନାୟକଙ୍କ ଲୋକପ୍ରିୟତା ବୃଦ୍ଧି ପାଉଥିବାବେଳେ ସ୍ଥାନୀୟ ଅଞ୍ଚଳବାସୀଙ୍କ ଆସ୍ଥା ମଧ୍ୟ…

ବ୍ୟବସ୍ଥାଗତ ବିଫଳତା

ଦୃଢ଼ ରାଜନୈତିକ କୌଶଳ ଆପଣାଉଥିବା ସରକାରମାନେ ସାଧାରଣତଃ କଠୋର ଆଇନ ଆଣି ସେସବୁକୁ କଡ଼ାକଡ଼ି ଭାବେ କାର୍ଯ୍ୟକାରୀକରି ସଙ୍କଟର ମୁକାବିଲା କରିଥାନ୍ତି। ଏଭଳି ସ୍ଥିତିରେ ବେଳେବେଳେ ପ୍ରଯୁକ୍ତି…

ନୂଆ ମାସ, ନୂଆ ନିୟମ! ଅଗଷ୍ଟ ୧ରୁ ବଦଳିଲା ଅନେକ ବ୍ୟବସ୍ଥା, ଜାଣନ୍ତୁ କ’ଣ କ’ଣ…

ନୂଆଦିଲ୍ଲୀ,୧।୮: ପ୍ରତି ମାସର ପ୍ରଥମ ଦିନ ପରି ଅଗଷ୍ଟ ମାସ ମଧ୍ୟ ଏହା ସହିତ କିଛି ପରିବର୍ତ୍ତନ ନେଇ ଆସୁଛି, ଯାହା ଆମର ଏବଂ ଆପଣଙ୍କ ଜୀବନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri