ଛତର ଯାତ୍ରାରେ ରକ୍ତରଞ୍ଜିତ ହେଲା ରାଜପଥ

ଭବାନୀପାଟଣା,୩।୧୦(ସ୍ବ.ପ୍ର.): କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ସୋମବାର ଭବାନୀପାଟଣାରେ ମହାସମାରୋହରେ ଅନୁଷ୍ଠିତ ହୋଇଛି। ଭୋର ୫ଟାରୁ ମା’ଙ୍କ ଛତର ଜେନାଖାଲରୁ ବାହାରି ମନ୍ଦିର ଅଭିମୁଖେ ଅଛନ୍ତି। ଗତ ୨ବର୍ଷ ଧରି କରୋନା କଟକଣା ଯୋଗୁ ବିନା ଭକ୍ତରେ ମା’ଙ୍କ ଛତର ଯାତ୍ରା ପାଳିତ ହୋଇଥିଲା। ଫଳରେ ଭକ୍ତମାନେ ଏଥିରେ ସାମିଲ ହୋଇପାରି ନ ଥିଲେ। ଚଳିତ ବର୍ଷ ପାର୍ବଣରେ କଟକଣା ନ ଥିବାରୁ ଯାତ୍ରାରେ ୨ ଲକ୍ଷରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଛି। ଭକ୍ତଙ୍କ ସମାଗମକୁ ଦେଖି କଳାହାଣ୍ଡି ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

ସ୍ଥାନ ଅଞ୍ଚଳରେ ୨୦ ପ୍ଲାଟୁନ ପୋଲିସ ଫୋର୍ସ, ଅତିରିକ୍ତ ଏସ୍‌ପି, ୮ ଡିଏସ୍‌ପି, ୧୮ ଆଇଆଇସି, ୩୨ଏସ୍‌ଆଇ, ୫୦ଏଏସ୍‌ଆଇ ମୁତୟନ କରାଯାଇଛି। ଏହାପରେ ବି ଭକ୍ତଙ୍କ ପ୍ରବଳ ଭିଡକୁ ପୋଲିସ ଆୟତ୍ତ କରିବାରେ ସମସ୍ୟା ଉପୁଜିଛି। ଏପରିକି ଭବାନୀପାଟଣା ସହର ଭାଗୀରଥୀମଲଠାରୁ ପ୍ରାୟ ଅଧ କିଲୋମିଟର ରାସ୍ତା ପର୍ଯ୍ୟନ୍ତ ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଥିଲା। ସେହିପରି ଛତର ଯାତ୍ରାରେ ୨୨ଟି ସାଂସ୍କୃତିକ ଦଳ ଯୋଗଦେଇ ନିଜ
କଳା ପଦର୍ଶନ କରିଥିଲେ। ପ୍ରଶାସନ ପକ୍ଷରୁ ପୂର୍ବରୁ ପଶୁବଳିକୁ ନିରୁତ୍ସାହିତ କରିବା ପାଇଁ ଲୋକଙ୍କୁ ନିବେଦନ କରିଥିଲେ ମଧ୍ୟ ଲୋକଙ୍କ ବିଶ୍ୱାସ ଆଗରେ ହାର ମାନିଛି ପ୍ରଶାସନ। ମାନସିକଧାରୀମାନେ ଜେନାଖାଲଠାରୁ ମୁଖ୍ୟ ରାସ୍ତାର ୩ କିଲୋମିଟର ପର୍ଯ୍ୟନ୍ତ ହଜାର ହଜାର ପଶୁ ପକ୍ଷୀଙ୍କୁ ବଳି ଦିଆଯାଇଛି। ଫଳରେ ପଶୁ ପକ୍ଷୀଙ୍କ ରକ୍ତରେ ସହରର ମୁଖ୍ୟ ରାସ୍ତା ରକ୍ତରଞ୍ଜିତ ହୋଇପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri