ମାଁ ପଁର୍ରାପାଟ କପ୍ ଫୁଟବଲ୍ ପ୍ରତିଯୋଗିତା ଉଦଘାଟିତ: ସେମି ଫାଇନାଲରେ ପାତିକରପାଲି

ବରଗଡ଼,୧୨।୧୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ ବ୍ଲକ ଅନ୍ତର୍ଗତ ବରହାଗୋଡା ଫୁଟବଲ୍ ପଡିଆରେ ବୁଧବାର ମାଁ ପଁର୍ରାପାଟ କପ୍ ଫୁଟବଲ୍ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି। ପୂର୍ବତନ ବିଧାୟକ ସାଧୁ ନେପାକ, ନଥୁରମ୍ ଶେଠ୍ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦଘାଟନ କରିଥିଲେ । ସାଇ ଇଲେଭେନ ଓ ଲୁରୁପାଲି ଦଳ ମଧ୍ୟରେ ପ୍ରଥମ ମ୍ୟାଚ ହୋଇଥିଲା। ନିର୍ଦ୍ଧାରିତ ସମୟ ସୁଦ୍ଧା କୌଣସି ଦଳ ଗୋଲ ସ୍କୋର କରି ପାରି ନଥିଲେ। ଫଳରେ ଟ୍ରାଇ ବ୍ରେକର ସହାୟତା ନିଆଯାଇଥିଲା । ଏଥିରେ ସାଇ ଇଲେଭେନ ପ୍ରତିପକ୍ଷ ଲୁରୁପାଲିକୁ ୬ -୫ ଗୋରେ ହରାଇ ଥିଲା। ଦ୍ୱିତୀୟ ମ୍ୟାଚରେ ପାତିକରପାଲି ଦଳ ପ୍ରତିପକ୍ଷ ପୂଟୁରୁପାଲି ଦଳକୁ ୧-୦ ଗୋଲରେ ପରାସ୍ତ କରିଥିଲା । ସେହିପରି ପ୍ରଥମ କ୍ୱାର୍ଟର ଫାଇନାଲ ମ୍ୟାଚରେ ପାତିକରପାଲି ଦଳ ପ୍ରତିପକ୍ଷ ସାଇ ଇଲେଭେନ ଦଳକୁ ଟାଇ ବ୍ରେକର ଜରିଆରେ ୪-୩ ଗୋଲରେ ହରାଇ ସେମି ଫାଇନାଲକୁ ଉନ୍ନୀତ ହୋଇଛି । ପ୍ରଦୀପ, ଗୋପାଳ, ରୁଣୁ ଏବଂ ସୁବାଷ ଖେଳ ପରିଚାଳନା କରିଥିଲେ । ବରହାଗୋଡା ଫୁଟବଲ ଦଳର ସମସ୍ତ ଖେଳାଳି ସହଯୋଗ କରିଥିଲେ । ଗୁରୁବାର ନାଗେନପାଲି ଓ ବାଗବାଡି ମଧ୍ୟରେ ପ୍ରଥମ ଏବଂ ଗର୍ଭଣା ଓ ବରାହାଗୁଡା ମଧ୍ୟରେ ଦ୍ୱିତୀୟ ମ୍ୟାଚ୍ ଅନୁଷ୍ଠିତ ହେବ ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

ପୂଜା ସାରି ଫେରୁଥିବା ବେଳେ ମହିଳାଙ୍କୁ ମାଡ଼, ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଥାନାରେ ମାମଲା

ଧାମନଗର,୨୧।୭(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ଥାନା ଅନ୍ତର୍ଗତ ବରଗଡ଼ା ଗ୍ରାମରେ ପୂଜା ସାରି ଘରକୁ ଫେରୁଥିବା ଜଣେ ମହିଳାଙ୍କୁ ଆକ୍ରମଣ କରାଯିବା ଏବଂ ଚିକିତ୍ସାଧୀନ ଅବସ୍ଥାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri